ନନ୍ଦିଘୋଷ ରଥରେ ଚଢ଼ିଲେ ଅଣସେବକ

ପୁରୀ ଅଫିସ, ୧୬।୭: ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଭକ୍ତଙ୍କ ଲାଗି କେତେକ କଟକଣା ଜାରି କରିଥିଲା। ହେଲେ ଏହାକୁ ଅନେକେ ମାନି ନ ଥିଲେ। ସୋମବାର ନୀଳାଦ୍ରିବିଜେ ପହଣ୍ଡି ସମୟରେ ସବୁ କଟକଣାକୁ ଉଲ୍ଲଂଘନ କରି ଜଣେ ଅଣସେବକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥ ଉପରକୁ ଚଢିଥିଲେ। ଚାରମାଳ ଉପରେ ଥିବା ବେଳେ ତାଙ୍କୁ ଦଇତାପତି ସେବକମାନେ ଚିହ୍ନି ତଳକୁ ଓହ୍ଲାଇ ଦେଇଥିଲେ । ସଙ୍ଗେ ସଙ୍ଗେ ତାଙ୍କୁ ସିଂହଦ୍ୱାର ଥାନା ପୋଲିସ ଜିମା ଦିଆଯାଇଥିଲା। ସେବାୟତ ବେଶ ଧାରଣ କରି ସେ ରଥ ଉପରକୁ ଉଠିଥିଲେ। ଏ ସମ୍ପର୍କରେ ସିଂହଦ୍ୱାର ପୋଲିସ କୌଣସି ସ୍ପଷ୍ଟ ସୂଚନା ଦେଇ ନାହିଁ। ତେବେ ସମ୍ପୃକ୍ତ ଯୁବକ ଜଣକ କଲିକତାର ପାର୍ଥପ୍ରତିମ ଶାହା ବୋଲି ଜଣାପଡ଼ିଛି। ସେହିପରି ପହଣ୍ଡି ସମୟରେ ଶ୍ରୀସୁଦର୍ଶନଙ୍କୁ ଏକାଧିକ ଭକ୍ତ ସ୍ପର୍ଶ କରିବାକୁ ଉଦ୍ୟମ କରିଥିଲେ। ସିଂହଦ୍ୱାର ପାଖରେ ସୁରକ୍ଷା ଦାୟିତ୍ୱରେ ଥିବା ଜଣେ ପୋଲିସ କର୍ମଚାରୀ ବି ଠାକୁରଙ୍କୁ ଛୁଇଁବାକୁ ଚେଷ୍ଟା କରିଥିଲେ। ଅପରାହ୍ନ ୪ଟାରେ ଆରମ୍ଭ ହୋଇଥିଲା ନୀଳାଦ୍ରିବିଜେ ପହଣ୍ଡି। ପ୍ରଥମେ ଗୋଟି ପହଣ୍ଡିରେ ଆସିଥିଲେ ଚକ୍ରରାଜ ଶ୍ରୀସୁଦର୍ଶନ। ଅରୁଣ ସ୍ତମ୍ଭ ପାଖାପାଖି ଗହଳି ଭିତରେ ୨ଜଣ ଭକ୍ତ ଶ୍ରୀସୁଦର୍ଶନଙ୍କୁ ଛୁଇଁବାକୁ ହାତ ବଢାଇଥିଲେ। କେତେଜଣ ସେବାୟତ ଏହା ଦେଖିଦେବାରୁ ଭିଡ଼ର ସୁଯୋଗ ନେଇ ସେମାନେ କେଉଁଆଡ଼େ ପଳାଇଥିଲେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri