ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି ଅବସରରେ ବିଜୁ ଜନତା ଦଳ ସାଂସ୍କୃତିକ ସମନ୍ବୟ ସାମ୍ମୁଖ୍ୟ, ଓ୍ବି ଫର୍‌ ଭୁବନେଶ୍ୱର, ଉତ୍କଳ ସମ୍ମିଳନୀ ଓ ସିପିଆଇ ପକ୍ଷରୁ ଲୋକ ଭବନ ନିକଟ ଏଲ୍‌ଆଇସି ଛକସ୍ଥିତ ନନ୍ଦିନୀ ଦେବୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। କାର୍ଯ୍ୟକ୍ରମରେ ପୂର୍ବତନ ମନ୍ତ୍ରୀ ସୁରେଶ କୁମାର ରାଉତରାୟ ଯୋଗଦେଇ କହିଲେ, ନନ୍ଦିନୀଦେବୀ ଉତ୍କଳ ଦିବସକୁ ସରକାରୀ ଭାବରେ ପ୍ରଥମେ ପାଳନ କରିଥିଲେ। ଭୂମିହୀନମାନଙ୍କୁ ଜମି ବଣ୍ଟନକରି ଜମି ସଂସ୍କାର ଓ ଗରିବ କଲ୍ୟାଣ ପଦକ୍ଷେପ ନେଇଥିଲେ ବୋଲି ସେ କହିଥିଲେ।
ସମ୍ମିଳନୀର ରାଜ୍ୟ ସଭାପତି ଅନନ୍ତ ପ୍ରସାଦ ଜେନା ସଭାପତିତ୍ୱ କରି କହିଲେ, ନନ୍ଦିନୀଦେବୀ ସାହିତ୍ୟ, ସାମ୍ବାଦିକତା ଓ ରାଜନୀତି କ୍ଷେତ୍ରରେ ଜଣେ ପ୍ରବୀଣ ନାରୀ ନେତ୍ରୀ ଥିଲେ। ସେ ରାଜ୍ୟରେ ଅନେକ ନୂଆ ଧାରା ସୃଷ୍ଟି କରିଥିଲେ। ସାଧାରଣ ସମ୍ପାଦକ ତଥା ମଞ୍ଚଶ୍ୱର ଶିଳ୍ପାଞ୍ଚଳ ଶାଖା ସଭାପତି ଦିଲୀପ ଦାଶଶର୍ମା ସଂଯୋଜନା କରିଥିଲେ। ଲୌହମାନବୀ ନନ୍ଦିନୀ ଶତପଥୀ ମାତ୍ର ୮ ବର୍ଷ ବୟସରେ ୟୁନିୟନ ଜ୍ୟାକ୍‌ ଓହ୍ଲାଇଦେଇ ପୋଲିସଠାରୁ ଲାଠିମାଡ଼ ଖାଇଥିଲେ ବୋଲି ସେ ମତବ୍ୟକ୍ତ କରିଥିଲେ। ସଂସ୍କୃତି ବିଭାଗର ପୂର୍ବତନ ଅନୁସଚିବ ଲକ୍ଷ୍ମୀଧର ବେହେରା, ସମ୍ମିଳନୀର ରାଜ୍ୟ ଉପସଭାପତି ଡ. ସୁରେନ୍ଦ୍ର ମିଶ୍ର, ଶାଖା ଉପଦେଷ୍ଟା ନିମାଇଁ ଦାସ, ଶାଖା ଉପସଭାପତି ଶୀତଳ ଚନ୍ଦ୍ର ମହାନ୍ତି, ଅମୂଲ୍ୟ ସ୍ବାଇଁ, ବାସନ୍ତୀ ତ୍ରିପାଠୀ, ଅନୁପମା ବେହେରା ପ୍ରମୁଖ ବରପୁତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ: ୯ମ ଶ୍ରେଣୀ ପିଲାଙ୍କୁ ନିସ୍ତୁକ ପିଟିଲେ ୧୦ମ ଛାତ୍ର

କଲ୍ୟାଣସିଂହପୁର/ରାୟଗଡ଼ା, ୫।୮ (ଦୀପକ କୁମାର ପରିଡ଼ା/ କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ଥିବା ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ ବଢ଼ିବାରେ ଲାଗିଛି। କୋଲନରା ବ୍ଲକ୍‌ ଅନ୍ତର୍ଗତ ରିଭଲକଣାସ୍ଥିତ…

ସୁନାବେଡ଼ା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ: ଭିଡିଓ ଭାଇରାଲ ହେବା ପରେ…

ନୂଆପଡ଼ା,୫ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ବାଘ ରାସ୍ତାରେ ବୁଲୁଥିବା ଭିଡିଓ ସୋସିଆଲ ମିଡିଆରେ…

ସହାୟତା ନୀତି: ଚାଷୀ ଅଲୋଡ଼ା

ଭୁବନେଶ୍ୱର, ୫ା୮(ରବିନାରାୟଣ ଜେନା): ବନ୍ୟା, ବାତ୍ୟା ଭଳି ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟରେ ଚାଷୀଙ୍କ ଫସଲ ନଷ୍ଟ ହେଲେ ସରକାରଙ୍କ ପକ୍ଷରୁ ମିଳୁଥିବା ସହାୟତା ଅତ୍ୟନ୍ତ ନଗଣ୍ୟ। ମାତ୍ର…

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri