ନନ୍ଦିନୀ ଦେବୀ ଥିଲେ ସାଲିସ୍‌ବିହୀନ ନେତ୍ରୀ

ଢେଙ୍କାନାଳ ଅଫିସ,୧୦ା୬: ଢେଙ୍କାନାଳ ଗୋପବନ୍ଧୁ ଟାଉନହଲଠାରେ ରବିବାର ସନ୍ଧ୍ୟା ୬ଟାରେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ତଥା ମହାନ ଜନନାୟିକା ନନ୍ଦିନୀ ଶତପଥୀଙ୍କ ୮୮ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ ବିଶିଷ୍ଟ କବି ପ୍ରଭାସିନୀ ମହାଖୁଡ କହିଲେ ଯେ, ନନ୍ଦିନୀ ଦେବୀ ଜଣେ ସାଲିସବିହୀନ ନେତ୍ରୀ ଓ ସୁସାହିତି୍ୟକା ଥିଲେ। ରାଜ୍ୟ ମହିଳା ବିଜେଡି ନେତ୍ରୀ ସାଗରିକା ମିଶ୍ର ଅତିଥି ଭାବେ ଯୋଗଦେଇ ନନ୍ଦିନୀ ଦେବୀଙ୍କ କୃତି ଓ ଅବଦାନ ଉପରେ ଆଲୋକପାତ କରିଥିଲେ। ଓଡ଼ିଶା ସାହିତ୍ୟ ଏକାଡେମୀ ସଦସ୍ୟ କବି ମନୋରଞ୍ଜନ ନନ୍ଦ ଉତ୍ସବରେ ଅଧ୍ୟକ୍ଷତା କରି ନନ୍ଦିନୀ ଦେବୀ ବାସ୍ତବରେ ଅଗ୍ନିକନ୍ୟା ଥିଲେ ବୋଲି ମତବ୍ୟକ୍ତ କରିଥିଲେ। ଓଡ଼ିଆ ସାହିତ୍ୟକୁ ସମୃଦ୍ଧ କରିବାରେ ତାଙ୍କର ଅତୁଳନୀୟ ଭୂମିକା ରହିଛି। ସାମ୍ୟବାଦ ଚେତନାରେ ପ୍ରଭାବିତ ହୋଇ ଗରିବ ଲୋକଙ୍କ ସେବାକରି ସେ ଜନନାୟିକା ଭାବେ ଆଦୃତ ହୋଇଥିଲେ ବୋଲି ପ୍ରକାଶ କରିଥିଲେ। ଏହି ଅବସରରେ ସମାଜ ଗଠନରେ ନାରୀର ଭୂମିକା ଶୀର୍ଷକ ଆଲୋଚନାଚକ୍ରରେ ଭାଗନେଇ ଛାତ୍ର ମଙ୍ଗରାଜ ମହାପାତ୍ର, ଛାତ୍ରୀ ଆଦ୍ୟାଶା ନନ୍ଦ ନିଜସ୍ବ ମତ ଉପସ୍ଥାପନ କରିଥିଲେ। ପରେ ନନ୍ଦିନୀ ଦେବୀ ସମ୍ମାନରେ କବି ଅଥୟ କୁମାର ସାହୁ, ସାମାଜିକ କର୍ମୀ ଶାନ୍ତିଲତା ମିଶ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସେହିପରି ହେମନ୍ତ କୁମାର ନାୟକ, ଅମରେଶ ମହାପାତ୍ର, ଅନୁପମ ଦେବାଶିଷ ମିଶ୍ର ଓ ନୃତ୍ୟଗୁରୁ ଆଶିଷ କୁମାର ପାଲଙ୍କୁ ପ୍ରତିଭା ସମ୍ମାନ ପ୍ରଦାନ କରାଯାଇଥିଲା। ମାନସ କୁମାର ନନ୍ଦ ସ୍ବାଗତ ଭାଷଣ ଓ ଡ. ଦେବୀ ପ୍ରସାଦ ମିଶ୍ର ଧନ୍ୟବାଦ ପ୍ରଦାନ କରିଥିଲେ। ଏଥିପୂର୍ବରୁ ଅପରାହ୍ନରେ ସଂଯୁକ୍ତା ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କବିତା ପାଠୋତ୍ସବରେ ଶିଳ୍ପୀ ପରେଶଚନ୍ଦ୍ର ପଟ୍ଟନାୟକ ଅତିଥି ଭାବେ ଯୋଗ ଦେଇଥିଲେ। ମାକ୍ଷିତମାମି ମହାପାତ୍ର ଓ କବିତା ମହାପାତ୍ର କବିତା ପାଠୋତ୍ସବକୁ ସଂଯୋଜନା କରିଥିଲେ। ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ନନ୍ଦିନୀ ଦେବୀଙ୍କ ଜୟନ୍ତୀ ପାଳନ କରିବାକୁ ସଭାରେ ପ୍ରସ୍ତାବ ଗୃହୀତ ହୋଇଥିଲା। ଏହି ଉତ୍ସବରେ ବହୁ ସଂଖ୍ୟାରେ ବିଶିଷ୍ଟ ବ୍ୟକ୍ତି ବିଶେଷ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା

ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…

ଖୁସି ଖବର! ହର୍ମୁଜ ପାର୍ ହୋଇ ଭାରତ ଆସୁଛି ତେଲ-ଗ୍ୟାସ ଜାହାଜ, କମିଯିବକି ଦର?

ନୂଆଦିଲ୍ଲୀ,୪।୪: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଭାରତ ପାଇଁ ଏକ ଆଶ୍ବସ୍ତିକର ଖବର ଅଛି । ଭାରତୀୟ ପତାକା ଲାଗିଥିବା ଜାହାଜ ସହିତ, ଅନ୍ୟ ତିନୋଟି ଜାହାଜ ସଫଳତାର…

ଟ୍ରମ୍ପଙ୍କୁ ବଡ଼ ଝଟକା: ପାକିସ୍ତାନରେ ଆଲୋଚନା କରିବାକୁ ମନା କଲା ଇରାନ, ୪୮ ଘଣ୍ଟାର ଅସ୍ତ୍ରବିରତି ସର୍ତ୍ତକୁ କଲା ପ୍ରତ୍ୟାଖ୍ୟାନ

ଓ୍ବାଶିଂଟନ୍‌,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପାଇଁ ପାକିସ୍ତାନ, କାତାର ଏବଂ ତୁର୍କୀ ଦ୍ୱାରା ମଧ୍ୟସ୍ଥତା ପାଇଁ କରାଯାଇଥିବା ପ୍ରୟାସ ବିଫଳ ହୋଇଛି, କାରଣ ଇରାନ…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri