ନପଙ୍ଗ ପଞ୍ଚାୟତ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

ଭଣ୍ଡାରିପୋଖରୀ,୧୭ା୬(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଅଧୀନ ନପଙ୍ଗ ପଞ୍ଚାୟତକୁ ପ୍ରଶାସନ ପକ୍ଷରୁ ସୋମବାର କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ପଞ୍ଚାୟତର ଚଣ୍ଡୀମାତା ଉଚ୍ଚ ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରୁ ୨ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ସଙ୍ଗରୋଧ କେନ୍ଦ୍ରରୁ ଜଣେ ଏବଂ ସଙ୍ଗରୋଧ ଅବଧିରୁ ବାହାରିବାର ୨ ଦିନ ପରେ ଆଉ ଜଣେ ଚିହ୍ନଟ ହୋଇଥିଲେ। ଗ୍ରାମର ଜଣେ ବ୍ୟକ୍ତି ଗତମାସ ୨୮ତାରିଖରେ କୋଲକାତାରୁ ଆସି ନପଙ୍ଗ ସଙ୍ଗରୋଧ କେନ୍ଦ୍ରରେ ଥିଲେ। ଗତ ୧୦ ତାରିଖରେ ତାଙ୍କର ସ୍ବାବ୍‌ ପରୀକ୍ଷା ପାଇଁ ନିଆଯାଇଥିଲା। ୧୧ ତାରିଖରେ ସଙ୍ଗରୋଧ ଅବଧି ସରିବା ପରେ ହୋମ୍‌ କ୍ୱାରାଣ୍ଟାଇନ୍‌କୁ ଯାଇ ବାହାରେ ବୁଲାବୁଲି କରିଥିଲେ। ଆକ୍ରାନ୍ତ ଦ୍ୱୟଙ୍କୁ କୋଭିଡ୍‌ ହସ୍ପିଟାଲ୍‌ ପଠାଯାଇଛି। ୧୪ ତାରିଖରେ ପଜିଟିଭ୍‌ ରିପୋର୍ଟ ଆସିବା ପରେ ପ୍ରଶାସନ ପକ୍ଷରୁ ନପଙ୍ଗ ପଞ୍ଚାୟତକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା ସହ ସଙ୍ଗରୋଧ କେନ୍ଦ୍ର ସହ ନପଙ୍ଗ ରାଜସ୍ବ ଗ୍ରାମକୁ ସମ୍ପୂଣ୍ଣର୍ର୍ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଛି।
ସୋମବାର ଅପରାହ୍ନରେ ସ୍ଥାନୀୟ ପୋଲିସ ପକ୍ଷରୁ ପଞ୍ଚାୟତର ବିଭିନ୍ନ ପ୍ରବେଶ ପଥକୁ ସିଲ୍‌ କରାଯିବା ସହ ଲୋକଙ୍କ ଯିବା ଆସିବା ଉପରେ ରୋକ ଲଗାଯାଇଛି। ଏହା ୧୪ ଦିନ ପର୍ଯ୍ୟନ୍ତ ବଳବତ୍ତର ରହିବ। ଏହି ସମୟ ସୀମା ମଧ୍ୟରେ ପଞ୍ଚାୟତର ଜନସାଧାରଣ କେହି ବାହାରକୁ ନ ଯିବା ପାଇଁ ସରପଞ୍ଚ କାମିନିବାଳା ନାୟକ ଅନୁରୋଧ କରିଛନ୍ତି। କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ଲୋକମାନଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦିଆଯାଉଥିବା ସରପଞ୍ଚ ପ୍ରତିନିଧି ଆକାଶ ନାୟକ ପ୍ରକାଶ କହିଛନ୍ତି। ନପଙ୍ଗ ରାଉତ ଓ ସାମଲସାହି ହଟସ୍ପଟ ଜୋନ ଓ ନପଙ୍ଗ ରାଜସ୍ବ ଗ୍ରାମକୁ କଣ୍ଟେନ୍‌ମେଣ୍ଟ ଜୋନ କରାଯାଇ ପୋଲିସ ଜଗିଛି। ଗ୍ରାମର ମାଲଦା-କେଲାପଦି, ସାତଗୋଛିଆ, ନପଙ୍ଗ ଦାଶସାହି ଛକ, ମାଲଦା ଗାଁ ପାଖ, ଧୋଳେଶ୍ୱର ମନ୍ଦିର ଛକ ରାସ୍ତାକୁ ସିଲ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍‌ଫେଡ ଆଇସକ୍ରିମ୍ ଓ ପାଣି

ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍‌ଫେଡ୍‌ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୧୭ ଯାଏ ଲାଗିରହିବ…

ଭୁବନେଶ୍ୱର,୧୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରି ରବିବାର ସନ୍ଧ୍ୟାସୁଦ୍ଧା ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ପଶ୍ଚିମ-ଉତ୍ତର…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?