Posted inରାଜ୍ୟ

ନବଜାତ ଶିଶୁକୁ ମୃତ ଘୋଷଣା କରିଦେଲେ ଡାକ୍ତର: ଫିଙ୍ଗିବାକୁ ନେବା ବେଳେ ଚେତା ଆସିଲା

ଅନୁଗୋଳ ଅଫିସ, ୨୩।୫:  ନବଜାତ ଶିଶୁକୁ ମୃତ ଘୋଷଣା କରିଦେଲେ ନର୍ସିଂହୋମ ଡାକ୍ତର। ଏତିକିରେ ସରି ନ ଥିଲା ପରିବାରର ଦୁଃଖ। ପ୍ରସୂତିଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଗଲା। ସେପଟେ ମା’ଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଡାକ୍ତର ମୃତ ଘୋଷଣା କରିଥିବା ଶିଶୁ ପୁତ୍ରକୁ ଏକ ବସ୍ତାରେ ପୂରାଇ ଫିଙ୍ଗିବାକୁ ନେଇଥିଲେ ବାପା। ହେଲେ ହଠାତ୍‌ ଶିଶୁଟି ବସ୍ତା ଭିତରେ ଗୋଡ ହାତ ହଲାଇବାରୁ ସେ ଜୀବିତ ଥିବା ଜାଣିବାକୁ ପାଇଥିଲେ ପରିବାର ଲୋକେ। ଅନୁଗୋଳ ଜିଲା ମୁଖ୍ୟ ପରିସରରେ ବୁଧବାର ଏହି ଘଟଣା ସହରରେ ଆଲୋଚନାର ବିଷୟ ପାଲଟିଯାଇଛି।
ସୂଚନା ମୁତାବକ, ଅନୁଗୋଳ ଥାନା କାଙ୍ଗୁଲା ଅଞ୍ଚଳର ଜଣେ ମହିଳାଙ୍କ ପ୍ରସବ ବେଦନା ହେବାରୁ ତାଙ୍କୁ ଜିଲାର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେ ମାତ୍ର ୭ ମାସର ଗର୍ଭବତୀ ହୋଇଥିଲେ ମଧ୍ୟ ଏକ ଶିଶୁପୁତ୍ରକୁ ଉକ୍ତ ନର୍ସିଂହୋମ୍‌ରେ ଜନ୍ମ ଦେଇଥିଲେ। ପରେ ଉଭୟ ମା’ ଓ ଶିଶୁଙ୍କ ଅବସ୍ଥା ଗୁରୁତର ହୋଇପଡିଥିଲା। ସେଠାରେ ଡାକ୍ତର ଶିଶୁପୁତ୍ରକୁ ମୃତ ଘୋଷଣା କରିବା ସହ ପ୍ରସୂତିଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ। ପରେ ନବଜାତକଙ୍କ ବାପା ଶିଶୁଟିକୁ ଫିଙ୍ଗିବା ପାଇଁ ଏକ ଜରି ବସ୍ତାରେ ଭର୍ତ୍ତି କରି ବାଇକ୍‌ରେ ଝୁଲାଇ ଦେଇଥିଲେ। କିଛି ସମୟରେ ସେଠାକୁ ଆସିବାରେ ବ୍ୟାଗ ହଲୁଥିବା ଦେଖିବାକୁ ମିଳିଥିଲା। ବସ୍ତା ଖୋଲିବାରେ ଶିଶୁଟି ଜୀବିତ ଥିବା ଜଣାପଡିଥିଲା। ଏହା ପରେ ସଙ୍ଗେ ସଙ୍ଗେ ନବଜାତକଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଶିଶୁଟି ଜୀବିତ ଥିବା ଜାଣି ପରିବାରରେ ଖୁସି ଖେଳିଯାଇଛି। ତେବେ ଖବରଲେଖା ହେବା ସୁଦ୍ଧା ନବଜାତକର ଅବସ୍ଥା ଗୁରୁତର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନରେ ୩ ରାଶି ହେବେ ଭାଗ୍ୟଶାଳୀ; କ୍ୟାରିୟରରେ ବଡ଼ ଅଫର୍‌, ଘରକୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷରେ ବୁଧ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଗ୍ରହ, ଯିଏକି ପ୍ରତ୍ୟକ୍ଷ ଭାବରେ ଜୀବନକୁ ଗଭୀର ଭାବେ ପ୍ରଭାବିତ କରନ୍ତି। ଜ୍ୟୋତିଷଙ୍କ ଅନୁଯାୟୀ, ବୁଧ ଗ୍ରହ ମାନସିକ…

କମ୍‌ ବୟସରେ ଧନୀ ହୁଅନ୍ତି ଏହି ୩ ରାଶିର ଲୋକ: ମା’ ଲକ୍ଷ୍ମୀଙ୍କ ରହିଥାଏ ବିଶେଷ କୃପା, କେବେ ରହେନି ଅଭାବ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ୧୨ଟି ରାଶି ଓ ୨୭ଟି ନକ୍ଷତ୍ରର ବର୍ଣ୍ଣନା ରହିଛି। ପ୍ରତ୍ୟେକ ରାଶି ଉପରେ କୌଣସି ନା କୌଣସି ଗ୍ରହଙ୍କ ଆଧିପତ୍ୟ ରହିଥାଏ। ତେଣୁ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ବର୍ଷକୁ ବ୍ୟାଙ୍କରେ କେତେ କ୍ୟାଶ୍‌ ଜମା କରିପାରିବେ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୮।୯: ସଞ୍ଚୟ ଖାତାରେ (Savings Account) ନଗଦ ଟଙ୍କା ଜମା କରିବା ଏକ ସାଧାରଣ ପ୍ରକ୍ରିୟା, କିନ୍ତୁ ଆପଣ ଜାଣନ୍ତି କି ଏକ ନିର୍ଦ୍ଦିଷ୍ଟ ସୀମାରୁ ଅଧିକ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ସରିଗଲା ଡେଡ୍‌ଲାଇନ୍‌; ଏବେ ଆଉ ମିଳିବନି ସିଲିଣ୍ଡର? ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍‌ଲୀ,୮।୯: LPG ଗ୍ୟାସ ସିଲିଣ୍ଡରର ନୂଆ କନେକସନ ଉପରେ ଏବେ ମଧ୍ୟ ରୋକ ଲାଗି ରହିଛି। ଅନ୍ୟପଟେ ନିକଟରେ ସରକାରଙ୍କ ପକ୍ଷରୁ କୁହାଯାଇଥିଲା ଯେ ନକଲି କନେକସନକୁ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri