Posted inଜାତୀୟ

ନବଜାତ ଶିଶୁ ପଛରେ ଲାଞ୍ଜ

ନୂଆଦିଲ୍ଲୀ,୨୫।୯: ବେଳେ ବେଳେ କତେକ ନବଜାତ ଶିଶୁଙ୍କ ଶରୀରରେ ନିଆରା ଅଙ୍ଗପ୍ରତ୍ୟେଙ୍ଗ ଦେଖିବାକୁ ମିଳିଥାଏ। ପ୍ରାୟ ସମୟରେ କେତେକଙ୍କ ଶରୀରରେ ଅଧିକ କେଶ ରହିଥାଏ ତ ଆଉ କେତେକଙ୍କ ହାତ ଆଙ୍ଗୁଠି ଅଧିକ ରହିଥିବା ଦେଖିବାକୁ ମିଳେ। କିଛି ଏଭଳି ଆଶ୍ଚର୍ଯ୍ୟଜନକ ଦୃଶ୍ୟ ଦେଖିବାକୁ ମିଳିଛି ଦିଲ୍ଲୀ ଗ୍ରେଟର ନଏଡାରେ ଥିବା ଏକ ହସ୍ପିଟାଲରେ। ଉକ୍ତ ହସ୍ପିଟାଲରେ ଜଣେ ମହିଳା ଶିଶୁପୁତ୍ରକୁ ଜନ୍ମ ଦେଇଥିଲେ। ନବାଜାତ ଶିଶଟିୁର ଶରୀରର ପଛ ପାର୍ଶ୍ୱରେ ଲାଞ୍ଜ ଥିବା ଦେଖିବାକୁ ମିଳିଛି। ଯାହାକୁ ଦେଖି ଡାକ୍ତର ଓ ପରିବାରଲୋକେ ଚକିତ ହୋଇପଡ଼ିଥିଲେ। ତେବେ ଶିଶୁଟିକୁ ଦେଖିବା ପାଇଁ ହସ୍ପିଟାଲ କର୍ମଚାରୀ ଓ ଲୋକଙ୍କ ଭିଡ ଜମିଥିଲା। ଫଳରେ ଡାକ୍ତର ବାଧ୍ୟ ହୋଇ ଶିଶୁ ଓ ମା’ଙ୍କୁ ଘରକୁ ପଠାଇଦେଇଥିଲେ। ଅନ୍ୟପଟେ କଞ୍ଜେନାଇଟଲ ନର୍ମାଲିଟି ଯୋଗୁ ଶିଶୁଙ୍କ ଶରୀରରେ ଏଭଳି ସମସ୍ୟା ଦେଖାଦିଏ। ଏହା ସମସ୍ତଙ୍କ ଶରୀରରେ ନୁହେଁ ବରଂ କେତେକଙ୍କ ଶିଶୁଙ୍କ ଶରୀରରେ ଦେଖାଦିଏ ବୋଲି ଡାକ୍ତର କହିଛନ୍ତି। ଏହି ଘଟଣା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାରେ ବିଷୟ ପାଲଟିଛି। ଶିଶୁଟି ଏବେ ସୁସ୍ଥ ଥିବା ବେଳେ ଖୁବ୍‌ଶୀଘ୍ର ଏମ୍‌ଆରଆଇ କରାଯାଇ ବର୍ଦ୍ଧିତ ମାଂସକୁ ଅପରେଶନ୍‌ କରାଯିବ। ଏହା ଶିଶୁର ଜୀବନ ଉପରେ କୌଣସି ପ୍ରଭାବ ପକାଇବ ନାହିଁ ବୋଲି ହସ୍ପିଟାଲର ସିଏମ୍‌ଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

JDUରୁ ନିଶାନ୍ତ ହେବେ ପରବର୍ତ୍ତି ମୁଖ୍ୟମନ୍ତ୍ରୀ? ଏହି ଚର୍ଚ୍ଚା ଭିତରେ RJD କଲା ଚମକାଇବା ଭଳି ଦାବି

ପାଟନା,୨୪।୧୨: ନିକଟରେ, ୨୦୨୫ ବିହାର ବିଧାନସଭା ନିର୍ବାଚନ ପରେ, ନୀତୀଶ କୁମାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ଏହି ବୈଠକକୁ...

‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ

ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା,...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri