ନବଜ୍ୟୋତିଙ୍କ ମୁଣ୍ଡରେ ସର୍ବାଧିକ ଋଣ

ଭୁବନେଶ୍ୱର,୨୫।୪(ବ୍ୟୁରୋ): ସାରା ଦେଶରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଚଳିତ ମାସ ୨୯ରେ ଅନୁଷ୍ଠିତ ହେବ। ରାଜ୍ୟରେ ଏକସଙ୍ଗରେ ଲୋକ ସଭା ସହ ବିଧାନସଭା ନିର୍ବାଚନ ହେଉଛି। ଇତିମଧ୍ୟରେ ୪ର୍ଥ ପର୍ଯ୍ୟାୟରେ ପ୍ରାର୍ଥୀ ପ୍ରତିଦ୍ୱଦ୍ୱିତା କରୁଥିବା ପ୍ରାର୍ଥୀଙ୍କ ଆୟ, ଆପରାଧିକ ପୃଷ୍ଠଭୂମି ଏବଂ ଋଣଭାରକୁ ନେଇ ବୁଧବାର ରିପୋର୍ଟ ପ୍ରକାଶ ପାଇଛି।
ରାଜ୍ୟର ୬ ଲୋକ ସଭା ଆସନର ୫୨ ପ୍ରାର୍ଥୀଙ୍କ ଦାଖଲ ସତ୍ୟପାଠ ତଥ୍ୟକୁ ଆସୋସିଏଟ୍‌ ଫର ଡେମୋକ୍ରେଟିକ ରିଫର୍ମ (ଏଡିଆର) ପକ୍ଷରୁ ବିଶ୍ଳେଷଣ କରାଯାଇଛି। ଏଥିରେ ବାଲେଶ୍ୱର ଲୋକ ସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ନବଜ୍ୟୋତି ପଟ୍ଟନାୟକଙ୍କ ଋଣଭାର ସର୍ବାଧିକ ବୋଲି ଜଣାପଡିଛି। ତାଙ୍କ ଋଣର ପରିମାଣ ୧୦୭,୯୫,୮୨,୦୦୦ଟଙ୍କା ରହିଛି। ସେହିପରି ତାଙ୍କ ସମ୍ପତ୍ତିର ପରିମାଣ ୧୦୪,୨୦,୦୫,୦୦୦ ରହିଛି। ଆୟରେ ନବଜ୍ୟୋତି ଏହି ପର୍ଯ୍ୟାୟରେ ପଞ୍ଚମ ସ୍ଥାନରେ ରହିଛନ୍ତି। କେନ୍ଦ୍ରାପଡାରୁ ଭାଜପା ପ୍ରାର୍ଥୀ ହୋଇଥିବା ବୈଜୟନ୍ତ ପଣ୍ଡା ଦେଶର ସର୍ବାଧିକ ତୃତୀୟ ଆୟକାରୀ ପ୍ରାର୍ଥୀ ବୋଲି ଜଣାପଡିଛନ୍ତି। ଗତ ଆର୍ଥିକ ବର୍ଷରେ ବୈଜୟନ୍ତ ୯ କୋଟି ଟଙ୍କା ଆୟ କରିଥିଲେ। ଜାତୀୟସ୍ତରରେ ବୈଜୟନ୍ତଙ୍କଠାରୁ କଂଗ୍ରେସର ପ୍ରିୟା ଦତ୍ତ ଏବଂ ବିବେକ କ୍ରିଷ୍ଣା ତନ୍‌ଖା ଅଧିକ ଆୟକାରୀ ବୋଲି ଜଣାପଡିଛି। ରାଜ୍ୟର ୫୨ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୧୭ ଜଣ କୋଟିପତି ବୋଲି ଜଣାପଡିଛି। ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ବିରୋଧରେ ଆପରାଧିକ ମାମଲା ଥିବା ରହିଛିି। ତନ୍ମଧ୍ୟରୁ ୬ ଜଣଙ୍କ ବିରୋଧରେ ସଙ୍ଗିନ ଆପରାଧିକ ମାମଲା ଦରଜ କରାଯାଇଛି। ଚତୁର୍ଥ ପର୍ଯ୍ୟାୟରେ ହେବାରୁ ଥିବା ଯାଜପୁର ଲୋକ ସଭା ଆସନକୁ ଏଡିଆର ପକ୍ଷରୁ ରେଡ ଆଲର୍ଟ ଶ୍ରେଣୀଭୁକ୍ତ କରାଯାଇଛି। ହାରାହାରି ବିଜେଡି ପ୍ରାର୍ଥୀଙ୍କ ସମ୍ପତ୍ତିର ପରିମାଣ ୧୪ କୋଟି ଟଙ୍କା ରଖାଯାଇଛି। ନବଜ୍ୟୋତି ଏବଂ ବୈଜୟନ୍ତଙ୍କ ବ୍ୟତୀତ କୋଟିପତି ତାଲିକାରେ ଅନେକ ନେତା ମଧ୍ୟ ରହିଛନ୍ତି। ସେମାନେ ହେଉଛନ୍ତି- ବିଜେଡିରୁ ରବୀନ୍ଦ୍ର ଜେନା, ମଞ୍ଜୁଲତା ମଣ୍ଡଳ, ଅନୁଭବ ମହାନ୍ତି, ଶର୍ମିଷ୍ଠା ସେଠୀ ଏବଂ ଦେବାଶିଷ ମାରାଣ୍ଡି। ସେହିପରି କଂଗ୍ରେସରୁ ଧରଣୀଧର ନାୟକ, ମାନସ ଜେନା ଏବଂ ମଧୁସ୍ମିତା ସେଠୀଙ୍କ ସମ୍ପତ୍ତିର ପରିମାଣ କୋଟିଏରୁ ଅଧିକ। ଅନ୍ୟମାନଙ୍କ ମଧ୍ୟରେ ଭାଜପାରୁ ଅଭିମନ୍ୟୁ ସେଠୀ, ଅମିୟ ମଲିକ, ଜେଏମ୍‌ଏମ୍‌ରୁ ଅଞ୍ଜଳି ସୋରେନ୍‌ ମଧ୍ୟ କୋଟିପତି ପ୍ରାର୍ଥୀ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନଭୋଜନରେ ବ୍ୟାପକ ଅନିୟମିତତା:ହରିଲୁଟ୍‌ କରୁଥିଲେ ଶିକ୍ଷକ-ଶକ୍ଷୟିତ୍ରୀ, ଫିଟିଲା ଗୁମର

ଭୁବନେଶ୍ୱର, ୭।୪(ରବିନାରାୟଣ ଜେନା):ରାଜ୍ୟରେ ପୂର୍ବ ସରକାର ଅମଳରେ ଛାତ୍ରୀଛାତ୍ରଙ୍କ ଯୋଜନା କିଭଳି ହରିଲୁଟ୍‌ ହେଉଥିଲା ତା’ର ଗୁମର ପଦାକୁ ଆସିଛି। ଶିକ୍ଷୟିତ୍ରୀ/ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ନାଁରେ ସରକାରଙ୍କ ମଧ୍ୟାହ୍ନଭୋଜନଠାରୁ…

ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୮ ଘଣ୍ଟା ଜାତୀୟ ରାଜପଥ ଜାମ୍

ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍…

ରାତିଅଧରେ ବଡ ବ୍ଲାଷ୍ଟ, ହୁତୁ ହୁତୁ ଜଳିଲା ରେଲୱେ ଗ୍ରୀଡ୍

ବଣାଇଁ,୭।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଚାନ୍ଦିପୋଷ ଥାନା ପଛ ପଟେ ଥିବା ରେଲୱେ ଷ୍ଟେସନ ଗ୍ରୀଡ଼ରେ ଅଗ୍ନିକାଣ୍ଡ ହୋଇଛି । ସୋମବାର ରାତି ପ୍ରାୟ ୧୧ଟାରେ ହଠାତ…

ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ

ଓଡ଼ିଶାର ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍‌) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ…

ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭୁବନେଶ୍ୱର,୭।୪: ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ ଘଟିଛି। ସେ କିଛି ଦିନ ହେବ ଲିଭର ସିରୋସିସ୍‌ରେ ପୀଡ଼ିତ ହୋଇ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧିନ ଅବସ୍ଥାରେ…

୫,୯୬୭ ଡାକ୍ତର ପଦ ଖାଲି, ଡିଗ୍ରୀଧାରୀଙ୍କୁ ମିଳୁନି ଚାକିରି: ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭୁବନେଶ୍ୱର/କଟକ, ୭।୪(ରବିନାରାୟଣ ଜେନା/ଶିଳ୍ପା ପ୍ରିୟଦର୍ଶିନୀ)ନିକଟରେ ବିଧାନସଭାର ବଜେଟ ଅଧିବେଶନ କାଳରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ, ଡବ୍ଲ୍ୟୁଏଚ୍‌ଓ ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଡାକ୍ତର…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri