ନବନିର୍ବାଚିତ ବିଧାୟକ, ଏମ୍‌ପିଙ୍କୁ ସମ୍ବର୍ଦ୍ଧନା

ବାହାନଗା,୯।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ପଞ୍ଚାୟତର ସତ୍ୟଭାମା କଲ୍ୟାଣ ମଣ୍ଡପ ପରିସରରେ ବିଜୁ ଜନତା ଦଳ ପକ୍ଷରୁ ଏକ ସମୀକ୍ଷା ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ନବନିର୍ବାଚିତ ବିଧାୟକ ଓ ଏମ୍‌ପିଙ୍କ ପାଇଁ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଛି। ବିଧାୟକ ପର୍ଶୁରାମ ଧଡା ଓ ଭଦ୍ରକ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ୧୯ ଟି ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟା, ସମିତିସଭ୍ୟ ଓ ବିଜେଡି ନେତା ଫୁଲତୋଡା ଦେଇ ସମ୍ବର୍ଦ୍ଧିତ କରିଥିଲେ। ନିର୍ବାଚନୀ ସମୀକ୍ଷା ବୈଠକରେ ଅଶ୍ବିନୀ ମହାପାତ୍ର, ବ୍ଲକ ସଭାପତି ଅଜୟ କୁମାର ପଣ୍ଡା ପ୍ରମୁଖ ଉପସ୍ତିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ

ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri