ନବନିର୍ମାଣ କୃଷକ ସଂଗଠନର ଆଇନଅମାନ୍ୟ ଆନ୍ଦୋଳନ: ରାଜଧାନୀରେ ଚାଷୀ-ପୋଲିସ ଧସ୍ତାଧସ୍ତି

ଭୁବନେଶ୍ୱର,୧୦ା୧(ବ୍ୟୁରୋ): କାଳିଆ ଯୋଜନାକୁ ନେଇ ଗତ ଡ଼ିସେମ୍ବର ୨୬ରୁ ନବନିର୍ମାଣ କୃଷକ ସଂଗଠନର ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାର ଚାଷୀଙ୍କ ସହ ଅନଶନରେ ବସିଥିଲେ। ସରକାର ଦାବି ପୂରଣ ନ କରିବାରୁ ଗୁରୁବାର ଚାଷୀମାନେ ଆଇନ ଅମାନ୍ୟ ଆନ୍ଦୋଳନ କରିଥିଲେ। ରାଜ୍ୟର କୋଣ ଅନୁକୋଣରୁ ମହିଳା ଓ ପୁରୁଷ ଚାଷୀମାନେ ବିଭିନ୍ନ ଦିଗରୁ ରାଜଧାନୀକୁ ପଶିଥିଲେ। କାଳିଆ ଯୋଜନା କାହିଁକି ବନ୍ଦ ହେଲା, ଚାଷୀଙ୍କୁ ଦେଇଥିବା କାଳିଆ ଟଙ୍କାର ପ୍ରତିଶ୍ରୁତି କୁଆଡ଼େ ଗଲା ଆଦି ା ନାରା ଦେଇ ରାଜଧାନୀ ରାଜରାସ୍ତାରେ ଚାଷୀମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପୋଲିସର ସୁରକ୍ଷା ବଳୟକୁ ଭେଦକରି କୃଷିମନ୍ତ୍ରୀ ଅରୁଣ ସାହୁଙ୍କ ବାସଭବନକୁ ଘେରାଉ କରିବା ସହ ଭିତରକୁ ଧସେଇ ପଶିଥିଲେ। କେତେଜଣ ଚାଷୀ ତଳେ ଶୋଇ ରହି ନାନା ସ୍ଲୋଗାନ ଦେଇଥିଲେ। ଶେଷରେ କ୍ୟାପିଟାଲ ଥାନା ପୋଲିସ ନବନିର୍ମାଣ କୃଷକ ସଂଗଠନ କର୍ମକର୍ତ୍ତା ଓ ଚାଷୀଙ୍କୁ ଗିରଫ କରିବା ସହ ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲା।
ଅନ୍ୟପକ୍ଷରେ ଜଟଣୀ-ସୁନ୍ଦରପଦା ରାସ୍ତାର ବୀରବନ୍ଧସ୍ଥିତ ସଂଗଠନର ରାଜ୍ୟ କାର୍ଯ୍ୟାଳୟରୁ ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାର ଓ ରାଜ୍ୟ ସଂଯୋଜକ ଶେଷଦେବ ନନ୍ଦଙ୍କ ନେତୃତ୍ୱରେ ଚାଷୀ ଶୋଭାଯାତ୍ରା ନବୀନ ନିବାସ ଅଭିମୁଖେ ବାହାରିଥିଲା। ଶୋଭାଯାତ୍ରା ଏୟାରଫିଲ୍‌ଡ ଥାନା ସମ୍ମୁଖରେ ପହଞ୍ଚତ୍ବା ମାତ୍ରେ ପୋଲିସ ସେମାନଙ୍କୁ ଅଟକାଇଥିଲା। ଫଳରେ ଚାଷୀ ଓ ପୋଲିସ ମଧ୍ୟରେ ବହୁ ସମୟ ଧରି ଧସ୍ତାଧସ୍ତି ହୋଇଥିଲା। ଏ ସମ୍ପର୍କରେ ଅକ୍ଷୟ କୁମାର କହିଥିଲେ, ଆଗାମୀ ମେ’ରେ ସଙ୍ଗଠନ ତରଫରୁ ଯେଉଁ ମହାସଂଗ୍ରାମ ଆରମ୍ଭ ହେବ, ସେଥିପାଇଁ ସାଙ୍କେତିକ ଯୁଦ୍ଧ ଏବେଠୁ ଆରମ୍ଭ ହୋଇଛି। ଆନ୍ଦୋଳନ ସମୟରେ ଚାଷୀନେତା ସ୍ନେହାଂଶୁ ଜେନା, ଦୁର୍ଗା ବାରିକ, ପ୍ରସନ୍ନ କୁଅଁର, ସୁରେଶ ଚନ୍ଦ୍ର ମାନସିଂହ, ଦେବୀ ପ୍ରସାଦ ମହାରଣାଙ୍କ ନେତୃତ୍ୱରେ ଆସିଥିବା ଚାଷୀଙ୍କୁ ପୋଲିସ ଗିରଫ କରିଥିଲା। ସନ୍ଧ୍ୟାରେ ପୋଲିସ ସମସ୍ତ ଚାଷୀଙ୍କୁ ଛାଡି ଦେଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମାଙ୍କ ଆନ୍ତର୍ଜାତୀୟ କ୍ୟାରିୟରରେ ପଡ଼ିବ ପୂର୍ଣ୍ଣଚ୍ଛେଦ! ଇଂଲଣ୍ଡ ବିପକ୍ଷ ଅନ୍ତିମ ଦିନିକିଆ ହେବ…

ମୁମ୍ବାଇ,୧୬।୭: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ତଥା ଷ୍ଟାର୍ ଓପନର ରୋହିତ ଶର୍ମାଙ୍କ ଆନ୍ତର୍ଜାତୀୟ କ୍ରିକେଟ୍ କ୍ୟାରିୟରର ଅନ୍ତ ଘଟିବାକୁ ଯାଉଛି। ଲର୍ଡସ ଠାରେ ଜୁଲାଇ…

ପ୍ରକାଶ ପାଇଲା NEET UG ୨୦୨୬ ପରୀକ୍ଷାଫଳ: ୧୧.୨୧ ଲକ୍ଷ ଛାତ୍ରୀଛାତ୍ର କୃତକାର୍ଯ୍ୟ, ସଫଳତା ହାରରେ ଆଗରେ ମହିଳା

ନୂଆଦିଲ୍ଲୀ,୧୬।୭: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ପକ୍ଷରୁ ନ୍ୟାସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (NEET UG) ୨୦୨୬ ର ପରୀକ୍ଷା ଫଳ ପ୍ରକାଶ ପାଇଛି। ମେଡିକାଲ୍…

ରଥଯାତ୍ରାରେ ଭକ୍ତଙ୍କ ମୃତ୍ୟୁକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ

ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଅଣନିଶ୍ବାସୀ ହୋଇ ଭକ୍ତଙ୍କ ମୃତ୍ୟୁକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ରଥଯାତ୍ରାରେ ଦଳା ଚକଟା ହୋଇ ନ…

ରଥଯାତ୍ରାରେ ସୁରକ୍ଷା ଢ଼ିଲା: ଲୁଟିନେଲେ ମହିଳାଙ୍କ ସୁନାଚେନ୍‌; ଟ୍ରାଫିକ ଜାମ୍‌, ଲୋକେ ହଟହଟା

ବରଗଡ଼,୧୬।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଏଥର ପ୍ରଥମଥର ପାଇଁ ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ ଛକରେ ଭଟଲି ଛକ ଏବଂ ଖଜୁରଟିକ୍ରାରୁ ବାହାରିଥିବା ମହାପ୍ରଭୁଙ୍କ ରଥ ଏକାଠି…

‘ସ୍ତ୍ରୀର ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କ ଥିଲେ ମିଳିବ ନାହିଁ ଭରଣପୋଷଣ’: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ବିଳାସପୁର,୧୬।୭: ଯଦି ଜଣେ ବିବାହିତ ମହିଳା ବିବାହ ପରେ ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କରେ ଲିପ୍ତ ହୁଅନ୍ତି, ତେବେ ସେ ତାଙ୍କ ସ୍ବାମୀଙ୍କଠାରୁ ଭରଣପୋଷଣ ଦାବି…

ଠାକୁର ଅଜା ଶ୍ରୀ ସିଦ୍ଧ ବଳରାମଙ୍କ ରଥଯାତ୍ରା: ପାଚିଲା ପଣସ ଭୋଗରେ ମହକିଲା ପୀଠ

ସାକ୍ଷୀଗୋପାଳ, ୧୬।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସ୍ଥାନୀୟ ପ୍ରସିଦ୍ଧ ବକୁଳ ବନର ଅଧିଶ୍ୱର ଠାକୁର ଅଜା ଶ୍ରୀସିଦ୍ଧ ବଳରାମଦେବଙ୍କ ପବିତ୍ର ରଥଯାତ୍ରା ଗୁରୁବାର ଭକ୍ତିପୂତ ପରିବେଶରେ…

‘ତେଲରେ ଲାଗିବ ନିଆଁ’ ! ଆମେରିକାର ବିନାଶକାରୀ ବୋମାମାଡ଼ ମଧ୍ୟରେ, ଇରାନ କରୁଛି ମାଷ୍ଟର ପ୍ଲାନ…

ତେହରାନ,୧୬।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ନୂତନ ସଂଘର୍ଷର ପରିସର ଏବେ ହର୍ମୁଜ ପ୍ରଣାଳୀ ବାହାରକୁ ଲାଲ ସାଗର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଯଦି ଆମେରିକା…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ବଡ଼ ସୂଚନା, ସକାଳ ସାଢେ ୯ଟାରେ ପୁଣି ଟଣା ହେବ ରଥ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସରେ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘଣ୍ଟ, ଘଣ୍ଟା ଏବଂ ହରିବୋଲ ହୁଳହୁଳିରେ ଭକ୍ତ ଶ୍ରଦ୍ଧାର ସହିତ ଟାଣିଥିଲେ ୩ ରଥ। ସନ୍ଧ୍ୟା ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri