ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ଜିଲାପାଳଙ୍କ ଅଫିସ ଘେରାଉ

ଭଦ୍ରକ ଅଫିସ,୫।୭: ଭଦ୍ରକ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଶୁକ୍ରବାର ୧୦ ହଜାରରୁ ଊର୍ଦ୍ଧ୍ୱ ଚାଷୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି l ଜିଲାର ୩ ହଜାର ଚାଷୀଙ୍କୁ ଧାନ ବିକ୍ରି ଟଙ୍କା ୨୪ କୋଟି ପ୍ରଦାନ ତଥା ଅନ୍ୟାନ୍ୟ ଦାବିରେ ଏହି ଘେରାଉ କରାଯାଇଛିl ନବନିର୍ମାଣ କୃଷକ ସଂଗଠନର ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାର, ରାଜ୍ୟ ସଂଯୋଜକ ଶେଷଦେବ ନନ୍ଦ, ସହ ସଂଯୋଜକ ଉମାକାନ୍ତ ଭାରତ, ଜିଲା ସଂଯୋଜକ ତ୍ରିଲୋଚନ ପଣ୍ଡାଙ୍କ ସମେତ ବହୁ ନେତା ଏଥିରେ ସାମିଲ ହୋଇଥିଲେ।