ନବନିର୍ମାଣ କୃଷକ ସଂଗଠନ ସମାବେଶ

ଦଶପଲ୍ଲା, ୫ା୧୦(ଡି.ଏନ୍‌.ଏ.): ଦଶପଲ୍ଲା ବ୍ଲକ ନବନିର୍ମାଣ କୃଷକ ସଂଗଠନର ସାଙ୍ଗଠନିକ ବୈଠକ ଶୁକ୍ରବାର ସ୍ଥାନୀୟ ସ୍ବପ୍ନେଶ୍ୱର ମହାବୀର ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ସଂଯୋଜକ ରବିନାରାୟଣ ସେଠୀଙ୍କ ଆବାହକତ୍ୱରେ ଅନୁଷ୍ଠିତ ବୈଠକରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ପ୍ରସନ୍ନ କୁମାର ପଣ୍ଡା ସଭାପତିତ୍ୱ କରିଥିଲେ। ରାଜ୍ୟ କୃଷକ ନେତା ତଥା ସଂଯୋଜକ ଶେଷଦେବ ନନ୍ଦ ମୁଖ୍ୟଅତିଥି ରୂପେ ଯୋଗଦେଇ ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ ହୋଇଥିଲେ ହେଁ କୃଷକମାନେ ଏଠାରେ ଚରମ ଅବହେଳାର ଶିକାର ହୋଇ ଆତ୍ମହତ୍ୟା କରିବାକୁ ବାଧ୍ୟ ହେଉଛନ୍ତି ବୋଲି କହିଥିଲେ। ଏହାସହ ଆସନ୍ତା ନଭେମ୍ବର ୬ତାରିଖରେ ଭୁବନେଶ୍ୱରଠାରେ ହେବାକୁ ଥିବା ରାଷ୍ଟ୍ରୀୟ ଅଧିବେଶନରେ ବହୁ ସଂଖ୍ୟାରେ କୃଷକ ଯୋଗଦେବାକୁ ଆହ୍ବାନ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲା ସଂଯୋଜକ ମହେଶ୍ୱର ଜେନା, ସହସମ୍ପାଦକ ମମତା ନାଥ, ରଣଜିତ ଦଳବେହେରା, ପ୍ରସନ୍ନ ପ୍ରଧାନଙ୍କ ସମେତ ସ୍ଥାନୀୟ କୃଷକ ନେତା ଗଙ୍ଗାଧର ବିଶ୍ୱାଳ, ଗୌରାଙ୍ଗ ମଳିକ, ମାନସ ବେହେରା, ଜଗନ୍ନାଥ ପ୍ରଧାନ ପ୍ରମୁଖ ଯୋଗଦେଇ ଚାଷୀଙ୍କ ସମସ୍ୟା ଉପରେ ଉଦ୍‌ବୋଧନ ଦେଇଥିଲେ। ଶେଷରେ ବ୍ଲକ ସଂଯୋଜକ ସେଠୀ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri