ନବନିର୍ମାଣ କୃଷକ ସଙ୍ଗଠନର ଜିଲାସ୍ତରୀୟ ସାଙ୍ଗଠନିକ ବୈଠକ:  ୬ରେ ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେବେ

ନୟାଗଡ଼ ଅଫିସ,୭।୯-ନୟାଗଡ଼ ଜିଲା ନବନିର୍ମାଣ କୃଷକ ସଙ୍ଗଠନର ଜିଲାସ୍ତରୀୟ ସାଙ୍ଗଠନିକ ବୈଠକ ସ୍ଥାନୀୟ ଗୁଣ୍ଡିଚା ମନ୍ଦିରଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲା ସଂଯୋଜକ ମହେଶ୍ୱର ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ରାଜ୍ୟ ସଂଯୋଜକ ଶେଷଦେବ ନନ୍ଦ ଯୋଗଦେଇ କାଳିଆ ଯୋଜନାକୁ ନେଇ ସରକାରଙ୍କ ଉପରେ ବର୍ଷିଥିଲେ। ଏଥିସହ ଆସନ୍ତା ନଭେମ୍ବର ୬ ତାରିଖରେ ଭୁବନେଶ୍ୱରରେ ହେବାକୁ ଥିବା ନବନିର୍ମାଣ କୃଷକ ସଙ୍ଗଠନର ସର୍ବଭାରତୀୟ ସମ୍ମିଳନୀରେ ସମାଜସେବୀ ଆନ୍ନା ହଜାରେ ଯୋଗ ଦେବେ ବୋଲି ସେ ସୂଚନା ଦେଇଥିଲେ। ତେଣୁ ଏହି ସମ୍ମିଳନୀକୁ ସଫଳ କରିବା ପାଇଁ ପ୍ରତ୍ୟେକ ଗାଁର ଚାଷୀମାନେ ଯୋଗଦେବେ। ଏଥିପାଇଁ ଆଗାମୀ ଦିନରେ ପ୍ରତ୍ୟେକ ଗ୍ରାମରେ ସଭା କରାଯାଇ ଚାଷୀମାନଙ୍କୁ ସଚେତନ କରାଯିବ। ଜିଲା ସଙ୍ଗଠନ ତରଫରୁ ୧୫ ଜଣିଆ ପ୍ରଚାର କମିଟି ଗଠନ କରାଯାଇଥିଲା। ନନ୍ଦ କର୍ମକର୍ତ୍ତାମାନଙ୍କୁ ଆହ୍ବାନ ଦେଇ କାଳିଆ ଯୋଜନାରେ ଲକ୍ଷ ଲକ୍ଷ ଚାଷୀଙ୍କୁ ଧୋକା ଦିଆଯାଇଥିବା ନେଇ ପ୍ରକାଶ କରିଥିଲେ। ୩ ଲକ୍ଷ ଅଯୋଗ୍ୟ ହିତାଧିକାରୀଙ୍କ ପାଇଁ ୩୦ ଲକ୍ଷ ଯୋଗ୍ୟ ହିତାଧିକାରୀ ବାଦ୍‌ ପଡ଼ିଛନ୍ତି। ଅଯୋଗ୍ୟ ହିତାଧିକାରୀଙ୍କ ବାହାନାରେ ଯୋଗ୍ୟ ହିତାଧିକାରଙ୍କୁ କାଟିଦେଇ ସରକାର ପାତରଅନ୍ତର ନୀତି କରିଛନ୍ତି ବୋଲି ସେ ଅଭିଯୋଗ କରିଥିଲେ। ଅଗାମୀ ଦିନରେ ଯୋଗ୍ୟ ଚାଷୀଙ୍କୁ କାଳିଆ ଯୋଜନାରେ ଟଙ୍କା ନ ମିଳିଲେ ସଙ୍ଗଠନ ଆନ୍ଦୋଳନକୁ ଓହ୍ଲାଇବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା। ଜିଲା ସହସଂଯୋଜକ ରଣଜିତ୍‌ ଦଳବେହେରା, ମମତା ନାଥ ତୃଣମୂଳସ୍ତରରେ ସଙ୍ଗଠନକୁ ବ୍ୟାପକ କରିବାକୁ ଆହ୍ବାନ ଦେଇଥିଲେ। ଜିଲା ସଂଯୋଜକ ମହେଶ୍ୱର ଜେନା ନବନିର୍ମାଣ କୃଷକ ସଙ୍ଗଠନର ଆନ୍ଦୋଳନ ଫଳରେ କୃଷି ବଜେଟ, କାଳିଆ ଯୋଜନା, ବାର୍ଦ୍ଧକ୍ୟ ଭତ୍ତା ସହାୟତା ରାଶି ପରିମାଣ ବୃଦ୍ଧି ପାଇଥିବା ନେଇ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏହି ବୈଠକରେ ଭାପୁର ବ୍ଲ୍ଳକ ସଂଯୋଜକ ଅଭୟ କୁମାର ଗୁମାନ ସିଂ, ରବୀନ୍ଦ୍ର ବରାଡ଼, ବାଇନାଥ ସାହୁ, ଭାଗବତ ପ୍ରଧାନ, ଅଜୟ କୁମାର ମହାନ୍ତି, କୁଳମଣି ହାତୀ, ନାଥ ପ୍ରଧାନ, ରମେଶ ପଣ୍ଡା, ରୀନାରାଣୀ ବେହେରାଙ୍କ ସମେତ ସଙ୍ଗଠନର ଏକାଧିକ ସଦସ୍ୟ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥୀ ଚୟନରେ ବିଳମ୍ବ, ଫାଇଦା ଉଠାଉଛି ଭାଜପା

ନୟାଗଡ଼/ଭାପୁର,୧୮।୪(ଲୋକନାଥ ମିଶ୍ର/ଭରତ କୁମାର ବେହେରା)ନୟାଗଡ଼ ଜିଲାର ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀରେ ରାଜନୈତିକ ଉଷ୍ମତା ଜୋର ଧରିନି। ଏଠାରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ଦେଉ ନ ଥିବାରୁ...

ଅଧାପନ୍ତରିଆ ଭାବେ ପଡ଼ିଛି ପ୍ରାଣୀ ଚିକିତ୍ସାଳୟ କାମ

ନୂଆଗାଁ,୧୮।୪(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ନିକଟରେ ଚାଲିଥିବା ପ୍ରାଣୀ ଚିକିତ୍ସାଳୟ ନୂତନ ଗୃହ ନିର୍ମାଣ ଦୀର୍ଘ ମାସ ହେଲା ଅଧପନ୍ତରିଆ ଭାବେ ପଡି ରହିଛି।...

ଜିତିବା ପାଇଁ ଭାଜପା ନେତାଙ୍କ ଶରଣ ପଶିଲେ ବିଜେଡି ବିଧାୟକ

ନୟାଗଡ଼/ରଣପୁର,୧୬।୪(ଲୋକନାଥ ମିଶ୍ର/ସୁକାନ୍ତ କିଶୋର ଡାକୁଆ):ନିର୍ବାଚନ ସମୟରେ ସାଧାରଣତଃ ଦେଖାଯାଇଥାଏ ପ୍ରାର୍ଥୀମାନେ ବିରୋଧୀ ଦଳର କର୍ମୀ ଓ ନେତାଙ୍କ ସମର୍ଥନ ପାଇବା ପାଇଁ ନିବେଦନ କରିଥାନ୍ତି। ଏହା...

ଡିଏଚ୍‌ଏଚ୍‌ରେ ଜ୍ୱର ପରୀକ୍ଷଣ ପାଇଁ ଥର୍ମୋମିଟର ନାହିଁ

ନୟାଗଡ଼,୧୫।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ରେ ଜ୍ୱର ମାପିବା ଯନ୍ତ୍ର ଥର୍ମୋମିଟର ନାହିଁ। ଏଥିପାଇଁ କୌଣସି ଜ୍ୱରରେ ପୀଡ଼ିତ ରୋଗୀ ଆସିଲେ ତାଙ୍କୁ...

ରକ୍ତ ଭଣ୍ଡାର ସମ୍ମୁଖରେ ପଡ଼ିଛି ରକ୍ତ ପ୍ୟାକେଟ୍‌

ନୟାଗଡ଼,୧୪।୪(ଲୋକନାଥ ମିଶ୍ର)ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟର ରକ୍ତଭଣ୍ଡାର ସମ୍ମୁଖ ରକ୍ତ ଭଣ୍ଡାର ପାଖରେ ରକ୍ତ ପ୍ୟାକେଟ ଫୋପଡା ଯାଇଥିବା ଦେଖିବାକୁ ମିଳିଥିଲା। ଶୁକ୍ରବାର ବିଳମ୍ବିତ ରାତିରୁ...

ବିଏସ୍‌କେୱାଇ ଆମ୍ବୁଲାନ୍ସ ଖତ ଖାଉଛି

ନୟାଗଡ଼,୧୪।୪(ଲୋକନାଥ ମିଶ୍ର)ରେଫର ଗରିବ ରୋଗୀଙ୍କୁ ଉନ୍ନତମାନର ସ୍ବାସ୍ଥ୍ୟସେବା ଯୋଗାଇ ଦେବା ଉଦ୍ଦେଶ୍ୟରେ ସରକାର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ)ରେ ନୟାଗଡ଼ ଜିଲାକୁ ଅତ୍ୟାଧୁନିକ ଆମ୍ବୁଲାନ୍ସ ଯୋଗାଇ...

ଛେନାପୋଡ଼କୁ ଜିଆଇ ଟ୍ୟାଗ୍‌ ମାନ୍ୟତା ମିଳିଲା ନାହିଁ

ନୟାଗଡ଼,୧୧।୪(ଲୋକନାଥ ମିଶ୍ର)ସାରା ବିଶ୍ୱରେ ପ୍ରସିଦ୍ଧିଲାଭ କରିଥିବା ଛେନାପୋଡ଼ର ନଁା ଶୁଣିଲେ ମନକୁ ଆସେ ନୟାଗଡ଼ର କଥା । ଜଗନ୍ନାଥଙ୍କ ପାଖରେ ଲାଗି ହୋଇଥାଏ ନୟାଗଡ଼ର ଏହି...

ରୋଚକ ସ୍ଥିତିରେ ନୟାଗଡ଼ ରାଜନୀତି

ନୟାଗଡ଼,୮।୪(ଲୋକନାଥ ମିଶ୍ର): ନୟାଗଡ଼ ନିର୍ବାଚନ ରାଜନୀତି ସରଗରମ ହେବାରେ ଲାଗିଛି। ପୂର୍ବତନ କନ୍ଧମାଳ ଏମ୍‌ପି ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ଭାଜପା ଟିକେଟ୍‌ ହାତେଇବା, ଭାଜପା ନେତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri