ନବନିର୍ମାଣ କୃଷକ ସଙ୍ଗଠନର ବୈଠକ: ରାଷ୍ଟ୍ରୀୟ ସମାବେଶରେ ଯୋଗଦେବାକୁ ଆହ୍ବାନ

ନୟାଗଡ଼ ଅଫିସ,୩।୧୧-ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ନୂଆଗାଁ ବ୍ଲକରେ ବ୍ଳକସ୍ତରୀୟ ବୈଠକ ମହିପୁର ରାମଚଣ୍ଡୀଙ୍କ ପୀଠଠାରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୬ ତାରିଖରେ ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ହେବାକୁ ଥିବା ଦ୍ୱିତୀୟ ରାଷ୍ଟ୍ରୀୟ ସମ୍ମିଳନୀ ସଫଳ କରିବା ପାଇଁ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ବ୍ଲକ ସଂଯୋଜକ ଧୀରେନ ଦାଶଙ୍କ ସଭାପତିତ୍ୱରେ ହୋଇଥିବା ଏହି ବୈଠକରେ ନୂଆଗାଁ ବ୍ଲକର ସମସ୍ତ ପଞ୍ଚାୟତ ପ୍ରତିନିଧିମାନେ ଯୋଗ ଦେଇଥିଲେ। ଜିଲା ସହ ସଂଯୋଜିକା ମମତା ନାଥ ତାଙ୍କ ବକ୍ତବ୍ୟରେ ସରକାର ସବୁବେଳେ ଚାଷୀଙ୍କୁ ଅଣଦେଖା କରୁଥିବା ପ୍ରକାଶ କରିଥିଲେ। ପ୍ରତ୍ୟେକ କମ୍ପାନୀ ତା’ର ଜିନିଷର ମୂଲ୍ୟ ନିର୍ଦ୍ଧାରଣ କରୁଥିବା ବେଳେ ଚାଷୀ ତା’ର ଉପତ୍ାଦିତ ଦ୍ରବ୍ୟର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସପି)ରେ କାହିଁକି ବିକ୍ରି କରିପାରୁନାହିଁ, ଏହା ଚାଷୀମାନଙ୍କ ପ୍ରତି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଅନ୍ୟାୟ କରୁଛନ୍ତି ବୋଲି କହିଥିଲେ। ସଂଯୋଜକ ଦାଶ ତାଙ୍କ ବକ୍ତବ୍ୟରେ ପ୍ରତ୍ୟେକ ରାଜନୈତିକ ଦଳ ଚାଷୀଙ୍କୁ ଲୁଟି ଚାଲିଛନ୍ତି ଆଉ ଭଣ୍ଡାଉଛନ୍ତି ବୋଲି କହିଥିଲେ। ରାଜ୍ୟରେ ଟଙ୍କାର ଅଭାବ ନ ଥିବା ବେଳେ ରାଜନେତାମାନେ ଚାଷୀଙ୍କ ଉନ୍ନତି ପାଇଁ ଇଚ୍ଛାଶକ୍ତିର ଅଭାବ ପରିଲକ୍ଷିତ ହେଉଥିବା ପ୍ରକାଶ କରିଥିଲେ। ଚାଷୀମାନେ ଦେଶକୁ ଦାନା ଯୋଗାଉଥିବା ବେଳେ ସରକାର ସେମାନଙ୍କୁ ଲୁଟି ଚାଲୁଛନ୍ତି। ତେଣୁ ଏହାର ପ୍ରତିବାଦରେ ୬ ତାରିଖରେ ହେବାକୁ ଥବା ସମାବେଶରେ ପ୍ରତ୍ୟେକ ଗ୍ରାମର ଶହ ଶହ ଚାଷୀ ଯୋଗ ଦେବା ପାଇଁ ସେ ଆହ୍ବାନ ଦେଇଥିଲେ। ଜିଲା ସହ ସଂଯୋଜକ ରଞ୍ଜିତ ଦଳବେହେରା ନିଜ ବକ୍ତବ୍ୟରେ ଚାଷୀମାନଙ୍କ ହକ୍‌ ପାଇଁ ଆନ୍ନା ହଜାରେ ଓ ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାର , ରାଜ୍ୟ ସଂଯୋଜକ ଶେଷଦେବ ନନ୍ଦ ଯୋଗ ଦେଇଥିବାରୁ ହଜାର ହଜାର ଚାଷୀ ଯୋଗ ଦେଇ ସେମାନଙ୍କ ହକ୍‌ ପୂରଣ କରିବା ପାଇଁ ଆନ୍ଦୋଳନ କରିବା ଦରକାର ବୋଲି ପ୍ରକାଶ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏହି ବୈଠକରେ ଆର୍ତ୍ତତ୍ରାଣ ମହାପାତ୍ର, ଭଗବାନ ସେନାପତି, ରବୀନ୍ଦ୍ର କୁମାର ବରାଡ଼, ପ୍ରଦୀପ କୁମାର ନାୟକ, ଅକ୍ରୂର ସାସମଲ, ଗଙ୍ଗାଧର ମୁଦୁଲି, ଶୂନ୍ୟବାସୀ ସାହୁ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri