ନବବଧୂଙ୍କୁ ହତ୍ୟାକରି ପୋଡ଼ିଦେଲେ

ଭଞ୍ଜନଗର,୧୯।୧୦(ଡି.ଏନ.ଏ) -ଭଞ୍ଜନଗର ସହର ବଡ଼ତୋଟାସାହିର ନବବଧୂ ଆରତୀ ନାହାକ (୩୦)ଙ୍କୁ ହତ୍ୟାକରି ଶ୍ୱଶୁରଘର ଲୋକେ ବୁଧବାର ପୋଡ଼ି ଦେଇଥିବା ନେଇ ଶୁକ୍ରବାର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ କରିଛନ୍ତି ଆରତୀଙ୍କ ଭାଇ। ନଂ.୩୫୧।୧୯ରେ ଏକ ଯୌତୁକ ଜନିତ ହତ୍ୟା ମାମଲା ରୁଜୁକରି ଘଟଣାର ଅଧିକ ତଦନ୍ତ ଚଳାଇଛି ପୋଲିସ। ଏଥିସହ ଛତ୍ରପୁରରୁ ଆସିଥିବା ସାଇଣ୍ଟିଫିକ୍‌ ଟିମ୍‌ ଶୁକ୍ରବାର ଘଟଣାର ତଦନ୍ତ କରି ଫେରିଯାଇଛି। ପୋଲିସ ଶ୍ମଶାନଘାଟରୁ ହାଡ଼ ପାଉଁଶ ଜବତ କରିଛି। ଏହି ମାମଲାରେ ପୋଲିସ ୩ଜଣଙ୍କୁ ଥାନାରେ ଅଟକ ରଖି ପଚରାଉଚରା ଚଳାଇଛି।
ପୋଲସରାର ଆରତୀ କିଛିବର୍ଷ ପୂର୍ବେ ତୋଟାସାହିର ରଞ୍ଜିତ ନାହାକଙ୍କୁ ବିବାହ କରିଥିଲେ। ଗତ ବୁଧବାର ପ୍ରତ୍ୟୁଷରେ ଆରତୀ ମୃତ୍ୟୁବରଣ କରିଥିବା ନେଇ ପ୍ରାୟ ସାଢ଼େ ୭ଟାରେ ଶ୍ୱଶୁରଘର ଲୋକେ ଆରତୀଙ୍କ ଭାଇ ଗୌତମଙ୍କୁ ଖବର ଦେଇଥିଲେ। ଗୌତମଙ୍କ ପରିବାର ଲୋକେ ଅପରାହ୍ନରେ ଭଞ୍ଜନଗରରେ ପହଞ୍ଚତ୍ ଦେଖିବାବେଳକୁ ଆରତୀଙ୍କୁ ପୋଡ଼ି ଦିଆଯାଇଛି। ତେଣୁ ଗୌତମଙ୍କ ସନ୍ଦେହ ବଢ଼ିଥିଲା। ଏହାପରେ ଗୌତମ ଓ ସାଥିରେ ଆସିଥିବା ଅନ୍ୟମାନେ ଫେରିଯାଇଥିଲେ। ଆରତୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଗୌତମ ଶୁକ୍ରବାର ଭଞ୍ଜନଗରରେ ଥାନାରେ ଅଭିଯୋଗ କରିବା ପରେ ଏସ୍‌.ଆଇ. ନିରଞ୍ଜନ ଦାସ ଘଟଣାର ତଦନ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମଣ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri