ନବବଧୂଙ୍କ ମୁଣ୍ଡକୁ ହାଣି ହତ୍ୟା: ସ୍ବାମୀ, ଶାଶୁ ଅଟକ

ଗୋପାଳପୁର, ୧୧-୯:ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ମନସୁର୍‌କୋଟା ଗ୍ରାମର ଜଣେ ନବବଧୂଙ୍କୁ ହତ୍ୟା କରାଯାଇଛି। ଅଧିକ ଯୌତୁକ ଦାବି ନେଇ ରବିବାର ରାତିରେ ନବବଧୂ ତଥା ପୁରୀ ଅଞ୍ଚଳର ନାନୁ ଦାସ (୨୨)ଙ୍କ ମୁଣ୍ଡକୁ ଏକ ଧାରୁଆ ଅସ୍ତ୍ରରେ ହାଣି ତାଙ୍କ ସ୍ବାମୀ ହତ୍ୟା କରିଛନ୍ତି। ମଙ୍ଗଳବାର ଏ ନେଇ ନାନୁଙ୍କ ମା’ ମମତା ଦାସଙ୍କ ଏତଲାକୁ ଭିତ୍ତିକରି ଗୋପାଳପୁର ଥାନାରେ (ନଂ.୯୭/୧୯)ରେ ଏକ ହତ୍ୟା ମାମଲା ରୁଜୁ କରାଯାଇଛି। ଅଭିଯୁକ୍ତ ସ୍ବାମୀ ଓ ତାଙ୍କ ମା’ଙ୍କୁ ପୋଲିସ ଅଟକ ରଖି ତଦନ୍ତ ଆରମ୍ଭ କରିଛି।
ପ୍ରାୟ ଦେଢ଼ବର୍ଷ ତଳେ ନାନୁ ବୋହୂ ହୋଇ ମନସୁରକୋଟା ଗାଁକୁ ଆସିଥିଲେ। ବିବାହ ବେଳେ ବାପଘର ପକ୍ଷରୁ ଯାନିଯୌତୁକ ଦିଆଯାଇଥିଲା। କିଛିଦିନ ଭଲରେ ଚଳିବା ପରେ ସ୍ବାମୀ ଓ ଶାଶୁ ଅଧିକ ଯୌତୁକ ଆଣିବା ଦାବି କରି ନାନୁଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେଇଥିଲେ। ବିଭିନ୍ନ ସମୟରେ ସ୍ବାମୀ ନିଶାସକ୍ତ ହୋଇ ଆସି ଗଣ୍ଡଗୋଳ କରୁଥିଲେ। ଜୁନ ମାସରେ ପ୍ରାୟ ୫ମାସର ଶିଶୁକନ୍ୟାକୁ ନେଇ ସ୍ବାମୀଙ୍କ ସହ ନାନୁ ବାପ ଘରକୁ ଯାଇଥିଲେ। ଗତ ୨ ତାରିଖରେ ମନସୁରକୋଟା ଆସିବା ପରେ ଟଙ୍କା ପାଇଁ ନାନୁଙ୍କୁ ମାନସିକ ନିର୍ଯାତନା ଦିଆଯାଉଥିଲା। ସୋମବାର ରାତିରେ ଏ ସମ୍ପର୍କରେ ସେ ତାଙ୍କ ମା’ଙ୍କୁ ଫୋନ ଯୋଗେ ଜଣାଇଥିଲେ। ରାତି ପ୍ରାୟ ୧୧ଟାରେ ସ୍ବାମୀ ନିଶାସକ୍ତ ଅବସ୍ଥାରେ ଆସି ଯୌତୁକ ଟଙ୍କା ଆଣିବା ବିଷୟରେ ବାପଘରେ କହିଲୁ କି ନାହିଁ କହି ଏକ ଧାରୁଆ ଅସ୍ତ୍ରରେ ନାନୁଙ୍କ ମୁଣ୍ଡକୁ ପ୍ରହାର କରିଥିଲେ। ମୁଣ୍ଡରୁ ପ୍ରଚୁର ରକ୍ତସ୍ରାବ ହୋଇଥିଲା। ଚିତ୍କାର ଶୁଣି ପଡ଼ୋଶୀ ପହଞ୍ଚି ଗୁରୁତର ଅବସ୍ଥାରେ ନାନୁଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ନେଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ରାତି ପ୍ରାୟ ୨ଟାରେ ନାନୁଙ୍କ ମୃତ୍ୟୁ ଘଟିିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri