ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ : ଯୌତୁକଜନିତ ହତ୍ୟା ଅଭିଯୋଗ

କାମାକ୍ଷାନଗର, ୧୭।୮(ଡି.ଏନ.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଅନ୍ତର୍ଗତ ଅନନ୍ତପୁର ଲେକ୍‌ଚର୍ସ କଲୋନୀରେ ଭଡ଼ାଘରେ ରହୁଥିବା ଜଣେ ନବବିବାହିତାଙ୍କ ଶୁକ୍ରବାର ରାତିରେ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ସେ ହେଲେ କଲ୍ୟାଣୀ ସ୍ବାଇଁ (୨୩)। ମୃତ ମହିଳାଙ୍କ ବାପା ହଟକିଶୋର ସ୍ବାଇଁ ଏହାକୁ ଯୌତୁକଜନିତ ହତ୍ୟା ବୋଲି କହିଛନ୍ତି। ଏ ନେଇ ନଂ. ୧୭୧/୧୯, ଦଫା ୪୮୯ (ଏ), ୩୦୪ (ବି), ୩୦୨, ୩୪ ଓ ୪ ଡିପି ଆକ୍ଟରେ ମାମଲା ରୁଜୁ କରାଯାଇଛି।
ଅଭିଯୋଗ ଅନୁଯାୟୀ, ଭୁବନ ଥାନା ସୁରପ୍ରତାପପୁର ଗ୍ରାମର ହଟକିଶୋର ସ୍ବାଇଁଙ୍କ ଝିଅ କଲ୍ୟାଣୀ ସେହି ଗ୍ରାମର ତ୍ରିଲୋଚନ ମଲ୍ଲିକଙ୍କ ପୁଅ ଅଭିମନ୍ୟୁଙ୍କୁ ୨୦୧୮ ଡିସେମ୍ବରରେ ବୈଦିକ ରୀତିରେ ବିବାହ କରିଥିଲେ। ଅଭିମନ୍ୟୁ ଭଗୀରଥପୁର ଉଚ୍ଚ ବିଦ୍ୟାଳୟରେ କ୍ରୀଡ଼ା ଶିକ୍ଷକ ଭାବେ କାର୍ଯ୍ୟରତ ଅଛନ୍ତି। ବିବାହ ସମୟରେ ଶାଶୁଘର ଲୋକଙ୍କ ଦାବି ଅନୁଯାୟୀ ନଗଦ ୨ଲକ୍ଷ ଟଙ୍କା, ୫ ଭରି ସୁନା ଏବଂ ଅନ୍ୟାନ୍ୟ ଆସବାବପତ୍ର ଦିଆଯାଇଥିଲା। ବିବାହର କିଛିଦିନ ଶାଶୁଘରେ ରହିବା ପରେ କଲ୍ୟାଣୀ କାମାକ୍ଷାନଗର ଆସି ସ୍ବାମୀଙ୍କ ସହ ଭଡ଼ାଘରେ ରହୁଥିଲେ। ସେଠାରେ ଯୌତୁକ ଦାବି କରି ସ୍ବାମୀ ଅଭିମନ୍ୟୁ ଏବଂ ଶାଶୁ କମଳା ନିର୍ଯାତନା ଦେବା ଆରମ୍ଭ କରିଥିଲେ। ଏ ନେଇ ସେ ଘର ଲୋକଙ୍କୁ ଜଣାଇଥିଲେ। ଶୁକ୍ରବାର ଅପରାହ୍ନରେ ଶେଷଥର ପାଇଁ କଲ୍ୟାଣୀ ବାପାଙ୍କ ସହ ଟେଲିଫୋନରେ କଥା ହୋଇଥିଲେ। ସ୍ବାମୀ ଏବଂ ଶାଶୁ ତାଙ୍କୁ ଖାଇବାକୁ ଦେଉ ନ ଥିବା, ମାଡ଼ ମାରୁଥିବା ଏବଂ ଜୀବନରୁ ମାରିଦେବାକୁ ଧମକ ଦେଉଥିବା କହିଥିଲେ। ତେବେ ରାତି ପ୍ରାୟ ୧୦ଟା ବେଳେ କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଝିଅର ମୃତଦେହ ପଡ଼ିଥିବା ହଟକିଶୋର କୌଣସି ସୂତ୍ରରୁ ସୂଚନା ପାଇଥିଲେ। ଯୌତୁକ ପାଇଁ ସ୍ବାମୀ ଏବଂ ଶାଶୁ ମିଶି କଲ୍ୟାଣୀଙ୍କୁ ହତ୍ୟା କରିଥିବା ସେ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରିଛି। ଅଭିମନ୍ୟୁ ଫେରାର ଅଛନ୍ତି। ଅଭିଯୁକ୍ତା କମଳାଙ୍କୁ ଅଟକ ରଖି ପଚରାଉଚୁରା କରାଯାଉଥିବା ଥାନାଧିକାରୀ ନିରଞ୍ଜନ ସେଠୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡମଳିମା ଗ୍ରାମ ନିକଟରେ ବୁଲୁଥିଲା ବଜ୍ରକାପ୍ତା, ଖବର ପାଇ ବନ ବିଭାଗ…

କଲ୍ୟାଣସିଂହପୁର, ୧।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଧାମୁନିପଙ୍ଗା ପଞ୍ଚାୟତ ଅନ୍ତର୍ଗତ ଡମଳିମା ଗ୍ରାମରୁ ବନ ବିଭାଗ ପକ୍ଷରୁ ଏକ ଜୀବନ୍ତ ବଜ୍ରକାପ୍ତା…

ପଠାଣି ସାମନ୍ତ ଗଣିତ ମେଧା ପରୀକ୍ଷା: ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଚମତ୍କାର ସଫଳତା

ଛତ୍ରପୁର, ୧।୯ (ଦିଲ୍ଲୀପ ସାମଲ): ପଠାଣି ସାମନ୍ତ ଗଣିତ ମେଧା ବୃତ୍ତି ପରୀକ୍ଷାରେ ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା ହାସଲ କରି ବିଦ୍ୟାଳୟ…

ଚାକିରି ଛାଡି ନିଜର ବିଜନେସ୍‌ ସାମ୍ରାଜ୍ୟ ତିଆରି କରନ୍ତି ଏହି ୨ ରାଶି, ବସ୍‌ ହେବାର ରହିଛି କ୍ୱାଲିଟି…

ଅଧିକାଂଶ ଲୋକ ଚାକିରିକୁ ଏକ ସୁରକ୍ଷିତ ବିକଳ୍ପ ବୋଲି ଭାବନ୍ତି। ପ୍ରତି ମାସରେ ଦରମା ମିଳୁଥାଉ, କାମ ଚାଲିଥାଉ ଏବଂ ରିସ୍କ (ବିପଦ) କମ ଥାଉ। ଏହି…

ସାରା ରାଜ୍ୟରେ ଲଘୁଚାପ ବର୍ଷା: ବୁଧବାର ପାଇଁ ୩ ଜିଲାକୁ ୟେଲୋ ଓ୍ବାର୍ନିଂ…

ଭୁବନେଶ୍ୱର, ୧ା୯(ବନ୍ଦନା ସେଠୀ) – ସାରା ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ଅଧିକ ବର୍ଷା ହୋଇଛି। ଲଘୁଚାପଟି ମଙ୍ଗଳବାର ସକାଳ…

ସଂକ୍ରି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ମିଳିବ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’: ବରଗଡ଼ ଜିଲାରେ ଖୁସିର ଲହରୀ

ଝାରବନ୍ଧ, ୧।୯ (ଦେବେନ୍ଦ୍ର ସାହୁ): ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ଓ ଅଭିନବ ଶିକ୍ଷଣ ପଦ୍ଧତି ପାଇଁ ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ସଂକ୍ରି ସରକାରୀ…

୭ମ ରାଜ୍ୟସ୍ତରୀୟ କୁଡୋ ମାର୍ଶାଲ ଆର୍ଟ ପ୍ରତିଯୋଗିତାରେ ଦେବଗଡ଼ ଜିଲାର ବାଜିମାତ: ହାତେଇଲେ ୮ ସ୍ୱର୍ଣ୍ଣ, ୧ ରୌପ୍ୟ…

ଦେବଗଡ଼, ୧।୯ (ଶଶାଙ୍କ ଶେଖର ଝାଙ୍କର): କଟକର ସରସ୍ୱତୀ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟ୍ ଅଡିଟୋରିୟମଠାରେ ଅଗଷ୍ଟ ୨୯ରୁ ୩୦ ତାରିଖ ପର୍ଯ୍ୟନ୍ତ ଦୁଇ ଦିନ ଧରି ଅନୁଷ୍ଠିତ…

ମୋରୁମ ଖାଦାନରେ ଚାପି ହୋଇ ନାବାଳକ ମୃତ୍ୟୁ ଘଟଣା: ଜେଲ ଗଲେ ଟ୍ରାକ୍ଟର ମାଲିକ-ଚାଳକ

ଦିଗପହଣ୍ଡି, ୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମ ନିକଟସ୍ଥ ମୋରୁମ ଖାଦାନରେ ପଥର ତଳେ ଚାପି…

ପ୍ରତି କଥାରେ ଝଗଡା କରନ୍ତି ଏହି ୩ ରାଶି, ଦେହକୁ ନେଇଯାଆନ୍ତି ଛୋଟ-ଛୋଟ କଥା…

ଆପଣଙ୍କ ସାଙ୍ଗ ମହଲରେ ମଧ୍ୟ ନିଶ୍ଚୟ ଏମିତି କେହି ଥିବେ, ଯିଏ ଛୋଟ କଥାକୁ ନେଇ ଯୁକ୍ତିତର୍କ (ତର୍କ-ବିତର୍କ) ଆରମ୍ଭ କରିଦିଅନ୍ତି। କଥା ସରିବା ବଦଳରେ ଲମ୍ୱା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri