ନବବିବାହିତାଙ୍କ ଆତ୍ମହତ୍ୟା: ଯୌତୁକ ଯୋଗୁ ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ବାପା

ଭବାନୀପାଟଣା, ୬।୭(ଡି.ଏନ୍‌.ଏ.): ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କର୍ଲାସୋଢ଼ା ଗ୍ରାମର ଜନୈକା ନବବିବାହିତା ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସାବିତ୍ରୀ ରଣା। ତେବେ ସାବିତ୍ରୀଙ୍କୁ ହତ୍ୟା କରାଯାଇଥିବା ବାପା ଭାଗ୍ୟବାନ ରଣା ସଦର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।
ସୂଚନାଯୋଗ୍ୟ, ସଦର ଥାନା ଅନ୍ତର୍ଗତ ବରଗାଁର ଭାଗ୍ୟବାନଙ୍କ ଝିଅ ସାବିତ୍ରୀ ଓ କର୍ଲାସୋଢ଼ା ଗ୍ରାମର ବେଣୁଧର ରଣାଙ୍କ ପୁତ୍ର ଜିତେନ୍ଦ୍ରଙ୍କ ସହ ଗତ ମାର୍ଚ୍ଚ ୮ ତାରିଖରେ ବିବାହ ହୋଇଥିଲା। ବିବାହର ମାତ୍ର ଚାରିମାସ ପରେ ଗତ ୫ ତାରିଖରେ ସାବିତ୍ରୀ ଆତ୍ମହତ୍ୟା କରିଛନ୍ତି। ସାବିତ୍ରୀଙ୍କୁ ଯୌତୁକ ନିର୍ଯାତନା ଦେବା ସହ ସ୍ବାମୀ ଜିତେନ୍ଦ୍ର, ଶ୍ୱଶୁର ବେଣୁଧର ଓ ଶାଶୁ ପୁତୁନୀ ହତ୍ୟାକରି ଆତ୍ମହତ୍ୟାର ରୂପ ଦେଉଥିବା ବାପା ଭାଗ୍ୟବାନ ଥାନାରେ ଅଭିଯୋଗ କରିଛନ୍ତି ା ପୋଲିସ ଏକ ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର! ଗଣଶିକ୍ଷା ସଚିବଙ୍କ ସୂଚନା, ଦଶମ-ଦ୍ୱାଦଶ ପାଇଁ ହେବ ଗୋଟିଏ ବୋର୍ଡ

ଭୁବନେଶ୍ୱର, ୭।୯: ଦଶମ ଓ ଦ୍ବାଦଶ ପରୀକ୍ଷା ନେଇ ବଡ଼ ସୂଚନା ଦେଲେ ଗଣଶିକ୍ଷା ସଚିବ । ଏଣିକି ଦଶମ ଓ ଦ୍ବାଦଶ ପରୀକ୍ଷା ପାଇଁ ଗୋଟିଏ…

ଶନିଙ୍କ ବକ୍ରୀ ଚଳନରେ ୩ ରାଶିଙ୍କ ପାଇଁ ବଢ଼ିପାରେ ସମସ୍ୟା, କର୍ମକ୍ଷେତ୍ରରେ ସମସ୍ୟା ସହ ଚାକିରି…

ବର୍ତ୍ତମାନ ଶନି ଗ୍ରହ ବକ୍ରୀ ଅବସ୍ଥାରେ ମୀନ ରାଶିରେ ରହିଛନ୍ତି। ଜ୍ୟୋତିଷ ମତ ଅନୁସାରେ, ଶନିଙ୍କ ଏହି ସ୍ଥିତି କିଛି ରାଶି ପାଇଁ ଚ୍ୟାଲେଞ୍ଜ ଆଣିପାରେ। ଶନିଙ୍କୁ…

୫ ବର୍ଷ ପୂର୍ବେ ନିଖୋଜ ହୋଇଯାଇଥିବା ମା’ ଘରକୁ ଫେରିଲେ, ପରିବାରରେ ଖୁସିର ଲହରି

ଦିଗପହଣ୍ଡି,୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବରମୁଣ୍ଡୁଳି ଗାଁର ୭୦ ବର୍ଷୀୟା ବୃଦ୍ଧା ଇନ୍ଦୁ ବିଷୋୟୀ ୫ ବର୍ଷ ପୂର୍ବେ ଭୁବନେଶ୍ୱରରୁ ନିଖୋଜ ହୋଇଯାଇଥିଲେ।…

ଦିଲ୍ଲୀ ବିଲ୍ଡିଂ ଟ୍ରାଜେଡି ପରେ ଚେତିଲେ ଓଡ଼ିଶା ସରକାର: ମନ୍ତ୍ରୀ କହିଲେ ଭଙ୍ଗାଯିବ ଦୁର୍ବଳ କୋଠା

ଭୁବନେଶ୍ୱର, ୭।୯: ଦିଲ୍ଲୀ ବିଲ୍ଡିଂ ଟ୍ରାଜେଡି ପରେ ଓଡ଼ିଶା ସରକାର ଦୁର୍ବଳ କୋଠାଗୁଡ଼ିକୁ ନେଇ ତତ୍ପର ହୋଇଛନ୍ତି। ରାଜ୍ୟରେ ଥିବା ଦୁର୍ବଳ ସରକାରୀ ଓ ବେସରକାରୀ କୋଠାଗୁଡ଼ିକୁ…

ଗଡକରୀଙ୍କ ବୟାନ ପରେ ରାଜନୀତିରେ ହଇଚଇ, ଭୋଟ୍ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୭।୯: କେନ୍ଦ୍ରୀୟ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋରଦାର ହୋଇଛି । ନାଗପୁରରେ ରବିବାର…

ଜିନପିଙ୍ଗଙ୍କ ଗସ୍ତ ପୂର୍ବରୁ କଠୋର ଆଭିମୁଖ୍ୟ ଗ୍ରହଣ କଲା ଭାରତ; ସୀମାରେ ଜାରି କଲା ଅଲଟିମେଟମ

ନୂଆଦିଲ୍ଲୀ,୭।୯: ଅରୁଣାଚଳ ପ୍ରଦେଶରେ ଚାଇନା ସୈନ୍ୟଙ୍କ ଅନୁପ୍ରବେଶ ରିପୋର୍ଟ ମଧ୍ୟରେ, ଭାରତ ବେଜିଂକୁ କଡ଼ା ଚେତାବନୀ ଦେଇଛି। ନୂଆଦିଲ୍ଲୀ ସ୍ପଷ୍ଟ କରିଛି ଯେ ଚାଇନା ସୈନ୍ୟବାହିନୀର ଏପରି…

ଦିଲ୍ଲୀ ଗସ୍ତରେ ମନମୋହନ ସାମଲ: କେନ୍ଦ୍ରୀୟ ନେତାଙ୍କ ସହ ଆଲୋଚନା ନେଇ ଚର୍ଚ୍ଚା

ଭୁବନେଶ୍ୱର, ୭।୯: ଦିଲ୍ଲୀ ଗସ୍ତରେ ଯାଇଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ। ରାଜ୍ୟ ଭାଜପାର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଶେଷ ହେବା ପରେ ତାଙ୍କର ଏହି…

ନାନା ସମସ୍ୟାରେ ଛନ୍ଦି ହୋଇଛି ବରି ହାଇସ୍କୁଲ, ମଧ୍ୟାହ୍ନଭୋଜନ ଅର୍ଥରେ କିଣାଯାଉଛି ଚକ୍‌ଖଡ଼ି

ସିମୁଳିଆ,୭ା୯(ସନ୍ତୋଷ ନାୟକ): ୨୦୨୪-୨୫ ଶିକ୍ଷାବର୍ଷରୁ ବାଲେଶ୍ୱର ଜିଲାରେ ପ୍ରଥମ ପିଏମ୍‌ଶ୍ରୀ ବିଦ୍ୟାଳୟର ମାନ୍ୟତା ପାଇଥିବା ସିମୁଳିଆ ବ୍ଲକର ବରି ହାଇସ୍କୁଲ ନାନା ସମସ୍ୟା ମଧ୍ୟରେ ଛନ୍ଦି ହୋଇରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri