ନବରଙ୍ଗପୁର, ଉମରକୋଟ ସହରରେ ଲକ୍‌ଡାଉନ୍‌: ୨୯ ପର୍ଯ୍ୟନ୍ତ ଏହା ଜାରି ରହିବ

ନବରଙ୍ଗପୁର,୨୩।୩(ବି.ପ୍ର.): ମହାମାରୀ କରୋନା ଭାଇରସ୍‌ରୁ କିଭଳି ମୁକ୍ତି ମିଳିବ ସେ ନେଇ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ରବିବାର ଜନତା କର୍ଫ୍ୟୁ ପରେ ସୋମବାରଠାରୁ ୨୯ ତାରିଖ ରାତି ୯ଟା ପର୍ଯ୍ୟନ୍ତ ନବରଙ୍ଗପୁର ଓ ଉମରକୋଟ ପୌରାଞ୍ଚଳରେ ଲକ୍‌ଡାଉନ୍‌ କରାଯାଇଛି। ବିଦ୍ୟୁତ୍‌ ଯୋଗାଣ, ଏଟିଏମ୍‌, ଡାକସେବା, ପେଟ୍ରୋଲ ପମ୍ପ, ଗ୍ୟାସ ଏଜେନ୍ସି, ପାନୀୟ ଯୋଗାଣ ସଂସ୍ଥା, ପୌରସେବା ଜାରି ରହିବ ବୋଲି ନିଷ୍ପତ୍ତି ନିଆଯାଇଛି। ସେହିପରି ଔଷଧ ଦୋକାନ, ଥାନା, ମେଡିକାଲ, କ୍ଷୀର, ପରିବା ବଜାର, ମାଛ, ମାଂସ ଓ ଅଣ୍ଡା ଦୋକାନ, ଗଣମାଧ୍ୟମ ଆଦି ଖୋଲା ରହିବ। ରେଷ୍ଟୁରାଣ୍ଟ ଖୋଲାରହିବ ମାତ୍ର ପାର୍ସଲ ଯୋଗେ ଘରେ ପହଞ୍ଚାଯିବ। ନବରଙ୍ଗପୁର ପୌରସଂସ୍ଥା ପକ୍ଷରୁ ରବିବାର ରାତି ୧୦ଟାରେ ଏକ ଜରୁରୀ ବୈଠକ କରାଯାଇଥିଲା। ଜିଲାପାଳ ଡଃ. ଅଜିତ କୁମାର ମିଶ୍ର ଓ ଏସ୍‌ପି ନୀତିନ୍‌ କୁସଲକର ଏନେଇ ସୂଚନା ଦେଇଛନ୍ତି। ଅଟୋଗୁଡ଼ିକ କେବଳ ବସ୍‌ଷ୍ଟାଣ୍ଡ ଓ ଡାକ୍ତରଖାନା ଯାଇ ପାରିବେ। ୩ ରୁ ଅଧିକ ଯାତ୍ରୀ ପରିବହନ କରିପାରିବେ ନାହିଁ ବୋଲି ନିର୍ଦ୍ଦେଶ ଦିଆଯାଇଛି ା ଜିଲାରେ ୧୪୪ ଧାରା ଜାରି ରହିଛି। ବସ୍‌ଗୁଡିକରେ ସିଟ୍‌ ଅନୁଯାୟୀ ଯାତ୍ରୀ ପରିବହନ କରିବେ। ତାହାଠାରୁ ଅଧିକ ଯାତ୍ରୀ ପରିବହନ ହେଲେ ବସଗୁଡିକ ଅଟକାଇ ଦିଆଯିବ। ବୈଠକରେ ନବରଙ୍ଗପୁର ଜିଲା ବଣିକ ସଂଘ, ବସ୍‌ ମାଲିକ, ଅଟୋଚାଳକ, ଟ୍ରକ ମାଲିକ, ମିଲ୍‌ ମାଲିକ ସଂଘ ପ୍ରମୁଖ ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ନିମାଇ ଚରଣ ସୂତାର, ଉପଜିଲାପାଳ ଭାସ୍କର ରଇତୋ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ରମାକାନ୍ତ ନାୟକ, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ସନ୍ତୋଷ କୁମାର ସ୍ବାଇଁ, ପୌର ନିର୍ବାହୀ ଅଧିକାରୀ ବିନୟ କୁମାର ପଟେଲ, ଜିଲା ଶ୍ରମ ଅଧିକାରୀ ନରେନ୍ଦ୍ର ଗଇପୋଇ ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆରେ ବୈଭବଙ୍କୁ ସ୍ଥାନ ଦେବାକୁ ହେଲେ କାହାର କଟିବ ଟିକେଟ! ଏହି ୨ କ୍ରିକେଟର ନାଁ ନେଇ ସାଂଘାତିକ ବୟାନ ଦେଲେ…

ନୂଆଦିଲ୍ଲୀ,୨୫।୯: ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଭାରତୀୟ ଦଳର ପ୍ଲେଇଂ ଇଲେଭେନରୁ ବାହାରେ ରଖିବା ସହଜ ହେବ ନାହିଁ ବୋଲି ମତ ଦେଇଛନ୍ତି…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

ଶନି-ଚନ୍ଦ୍ରଙ୍କ ସଂଯୋଗରେ ବିଷ ଯୋଗ: ସଙ୍କଟରେ ୩ ରାଶି, ପାଖରୁ ପଳାଇବ ସବୁ ଟଙ୍କା, ଚାଲିଯିବ ଚାକିରି!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ର ଓ ଶନିଙ୍କ ଯୁତିରୁ ‘ବିଷ ଯୋଗ’ ଗଠନ ହୋଇଥାଏ। ଜ୍ୟୋତିଷବିଦ୍‌ଙ୍କ ମତରେ ଏହି ଯୋଗର ପ୍ରଭାବ କିଛି ରାଶି ଉପରେ…

ତୁହାକୁ ତୁହା ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ: ଗୋଖରକୁଦା ରାସ୍ତାରେ ଭାଙ୍ଗିଲା ଗଛ, ଘରେ ପଶିଲା ବର୍ଷା ଜଳ

ଗଞ୍ଜାମ,୨୫।୯(ବିଦ୍ୟାଧର ସାହୁ ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । ତୁହାକୁ ବର୍ଷା ପାଇଁ ଲୋକେ ଘରୁ ପଦାକୁ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?