ନବରଙ୍ଗପୁର ଜିଲାପାଳଙ୍କ ମାନବିକତା: ରାସ୍ତାରୁ ଗୁରୁତରଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେଲେ

ନବରଙ୍ଗପୁର, ୬।୮(ବି.ପ୍ର.): ଦୁର୍ଘଟଣାରେ ରାସ୍ତା କଡରେ ରକ୍ତାକ୍ତ ଅବସ୍ଥାରେ ପଡିଥିଲେ ଜଣେ ଯୁବ ଚାଷୀ। କଥା ମଧ୍ୟ କହି ପାରୁ ନ ଥିଲେ। ଉକ୍ତ ରାସ୍ତାରେ ନବରଙ୍ଗପୁର ଜିଲାପାଳ ଅଜିତ କୁମାର ମିଶ୍ର ଏହି ସମୟରେ ଯାଉଥିବା ବେଳେ ଏହା ଦେଖି ଚାଷୀଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଜିଲାପାଳଙ୍କ ମାନବିକତା ଯୋଗୁ ଜଣେ ଯୁବଚାଷୀଙ୍କ ଜୀବନ ବଞ୍ଚି ପାରିଛି।

ନବରଙ୍ଗପୁର ଜିଲା ସଦର ବ୍ଲକ ଅଧୀନ ସାନମସିଗାଁ ପଞ୍ଚାୟତ ସଦର ମହକୁମାଠାରେ ଜିଲାସ୍ତରୀୟ ଅଧିକାରୀଙ୍କୁ ନେଇ ସୋମବାର ଏକ ଜନଶୁଣାଣି କାର୍ଯ୍ୟକ୍ରମ ରହିଥିଲା। ଅପରାହ୍ନ ୪ଟାରେ ଜିଲାପାଳ ସାନମସିଗାଁ ଯାଉଥିଲେ। କୋଡିଙ୍ଗା – ସାନମସିଗାଁ ରାସ୍ତାର ଛକ ନିକଟରେ ଜଣେ ଯୁବକ ରକ୍ତାକ୍ତ ଅବସ୍ଥାରେ ପଡିଥିଲେ। ପାଟିରୁ ରକ୍ତ ସ୍ରାବ ହେଉଥିଲା। କଥା କହି ପାରୁନଥିଲେ। ଜିଲାପାଳ ଏହା ଦେଖି ଡ୍ରାଇଭରଙ୍କୁ ତୁରନ୍ତ ଗାଡି ଅଟକାଇବାକୁ କହିଥିଲେ। ଷ୍ଟ୍ରେଚର ମଗାଇ ଏକ ଅଟୋରେ ତୁରନ୍ତ ସାନମସିଗାଁ ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ଚିକିତ୍ସା କରିବାର କିଛି ସମୟ ପରେ ସେ କଥା କହିଥିଲେ। ତାଙ୍କ ନାମ ଗୋବିନ୍ଦ ମାଝି। ଘର ଦେବରାଗୁଡାରେ । ସେ ଭାଟିଗାଁରେ ଘର ଜ୍ୱାଇଁ ଭାବେ ରହୁଛନ୍ତି ବୋଲି କହିଥିଲେ। ପରିବା, ଆଖୁ, ଧାନ ଚାଷ କରି ଯାହା ରୋଜଗାର ହୁଏ ସେଥିରେ ତାଙ୍କ ପରିବାର ଗୁଜରାଣ କରୁଛନ୍ତି। ସେ ନବରଙ୍ଗପୁର ସାପ୍ତାହିକ ହାଟରୁ ଭେଣ୍ଡି ବିକ୍ରି କରି ଫେରୁଥିବା ସମୟରେ ଦୁର୍ଘଟଣାର ଶିକାର ହୋଇଥିଲେ ା ତେବେ କିଭଳି ଦୁର୍ଘଟଣା ଘଟିଲା ସେ ସମ୍ପର୍କରେ ସେ କିଛି କହି ପାରି ନ ଥିଲେ। ଜିଲାପାଳ ତୁରନ୍ତ ତାଙ୍କ ପରିବାର ଲୋକଙ୍କୁ ଖବର ଦେବା ବ୍ୟବସ୍ଥା କରିଥିିଲେ। ଆଶା କର୍ମୀ ରାଇମତି ଭତ୍ରାଙ୍କ ମାଧ୍ୟମରେ ପରିବାର ଲୋକଙ୍କୁ ଖବର ଦିଆଯାଇଥିଲା। ଅଧିକ ଚିକିତ୍ସା ଆବଶ୍ୟକ ପଡିଲେ ବଡ ଡାକ୍ତରଖାନା ପଠାଇବା ପାଇଁ ବ୍ୟବସ୍ଥା କରିବାକୁ ଡାକ୍ତରଙ୍କୁ ଜିଲାପାଳ ପରାମର୍ଶ ଦେଇଛନ୍ତି। ଜିଲାପାଳଙ୍କ ଯୋଗୁ ଗୋବିନ୍ଦଙ୍କ ଜୀବନ ବଞ୍ଚିଗଲା ବୋଲି ପରିବାର ଲୋକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

୩ ରାଶି ଉପରେ ରହିବ ରାହୁ-କେତୁଙ୍କ କୃପା: ଘର, ଗାଡ଼ିଠାରୁ ଚାକିରି ଯାଏ ସବୁ ସ୍ୱପ୍ନ ହେବ ପୂରଣ!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଛାୟା ଗ୍ରହ ସହିତ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ଭାବେ ବିବେଚନା କରାଯାଏ। ଏହି ଦୁଇ ଗ୍ରହଙ୍କ ପ୍ରଭାବ ବ୍ୟକ୍ତିଙ୍କ ଜୀବନରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?