ନବୀନଙ୍କୁ ଭେଟିଲେ କମଲ ହାସନ

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ସାଉଥ୍‌ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ତଥା ଏମ୍‌ଏନ୍‌ଏମ୍‌(ମକ୍କଲ ନିଧି ମୟମର) ଦଳର ମୁଖ୍ୟ କମଲ ହାସନ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କମଲ ହାସନ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ସହ ବିଶେଷ ଆଲୋଚନା କରିଛନ୍ତି। ସାକ୍ଷାତ ସମୟରେ ନବୀନ କମଲ ହାସନଙ୍କୁ ଏକ ତାରକସି କାମର ଉପହାର ସହିତ ଉତ୍ତରୀୟ ପ୍ରଦାନ କରିଛନ୍ତି। ଏହି ଭେଟଘାଟ ଅବସରରେ ଉଭୟଙ୍କ ମଧ୍ୟରେ ରାଜନୈତିକ ପ୍ରସଙ୍ଗରେ ଆଲୋଚନା ହୋଇଥିବା ଜଣାପଡ଼ିଛି। ସାକ୍ଷାତ ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କମଲ ହାସନ ଭୁବନେଶ୍ୱର ଆସିଥିବାରୁ ମୁଁ ବହୁତ ଖୁସି। ତାଙ୍କ ରାଜନୈତିକ ଜୀବନ, ଫିଲ୍ମ କ୍ୟାରିୟର ସମ୍ପର୍କରେ ପଚାରି ବୁଝିଛି। ତାଙ୍କ ସଫଳ ରାଜନୈତିକ ଭବିଷ୍ୟତ କାମନା କରୁଛି। ଓଡିଶାର ସୌନ୍ଦର୍ଯ୍ୟପୂର୍ଣ୍ଣ ପର୍ଯ୍ୟଟନ ସ୍ଥଳୀ ଚିଲିକା, କୋଣାର୍କ ଆଦି ସ୍ଥାନ ବୁଲିବା ପାଇଁ କହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି କମଲ ହାସନ କହିଛନ୍ତି, ବରିଷ୍ଠ ନେତା ଭାବେ ମୁଖ୍ୟମନ୍ତ୍ରୀଙ୍କଠାରୁ ଉପଦେଶ ସହ ଅଭିଜ୍ଞତା ଓ ପରାମର୍ଶ ନେଇଛନ୍ତି। ତାଙ୍କ ସଫଳ ରାଜନୈତିକ କ୍ୟାରିୟର ଅନ୍ୟମାନଙ୍କ ପାଇଁ ପ୍ରେରଣା। ତାମିଲନାଡୁକୁ ଅଧିକ ସଫଳ ଓ ସମୃଦ୍ଧ କରିବା ଆମର ଲକ୍ଷ୍ୟ ବୋଲି ଆଞ୍ଚଳିକ ଦଳ ଏମ୍‌ଏନ୍‌ଏମ୍‌ ମୁଖ୍ୟ କମଲ ହାସନ କହିଛନ୍ତି। ଆଗାମୀ ଦିନରେ ବିଜେଡି ଏବଂ ଏମ୍‌ଏନ୍‌ଏମ୍‌ ଏକାଠି ହେବା ପ୍ରସଙ୍ଗରେ କମଲ କହିଛନ୍ତି, ଭବିଷ୍ୟତରେ ଦଳର ବରିଷ୍ଠ ନେତା ଚାହିଁଲେ ଏନେଇ ନିଷ୍ପତ୍ତି ନିଆଯାଇପାରେ। କମଲ ହାସନ ଭୁବନେଶ୍ୱର ବିମାନବନ୍ଦରଠାରେ ପହଞ୍ଚିବାପରେ ତାଙ୍କୁ ବିଜେଡି ପକ୍ଷରୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ହାସନ ମଧ୍ୟ ଏହି ସମୟରେ ହାତ ହଲାଇ ଅଭିବାଦନ ଜଣାଇଛନ୍ତି। ଭୁବନେଶ୍ୱରରେ ଏକ ଘରୋଇ ବିଶ୍ୱବିଦ୍ୟାଳୟ ପକ୍ଷରୁ କମଲ ହାସନଙ୍କୁ ଡକ୍ଟରେଟ୍‌ ଉପାଧି ପ୍ରଦାନ କରାଯିବ। ସେଥିଲାଗି ସେ ଓଡିଶା ଗସ୍ତରେ ଆସିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ହେଉଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri