ନବୀନଙ୍କ କଡ଼ା ଆଭିମୁଖ୍ୟ: ୧୫ ଦୁର୍ନୀତିଗ୍ରସ୍ତ ଅଧିକାରୀ ବରଖାସ୍ତ, ୨ ଜଣଙ୍କ ପେନ୍‌ସନ୍‌ ବନ୍ଦ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ଦୁର୍ନୀତି ଅଭିଯୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ୧୫ ଜଣ ଅଧିକାରୀଙ୍କୁ ସରକାରୀ ଚାକିରିରୁ ବରଖାସ୍ତ କରିଛନ୍ତି। ଏଥିସହିତ ଦୁଇଜଣ ପୂର୍ବତନ ଅଧିକାରୀଙ୍କ ପେନସନ୍‌ ସୁବିଧା ସମ୍ପୂର୍ଣ୍ଣରୂପେ ବନ୍ଦ କରିଛନ୍ତି। ଏହି ଅଧିକାରୀମାନେ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ କରାଯାଇଥିବା ତଦନ୍ତରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।

ସରକାରୀ ଚାକିରିରୁ ବରଖାସ୍ତ ହୋଇଥିବା ଅଧିକାରୀମାନେ ହେଉଛନ୍ତି- ବାଣିଜ୍ୟ ଓ ପରିବହନ ବିଭାଗ ବୌଦ୍ଧ ଜିଲା ପୂର୍ବତନ ଆଇଏମ୍‌ଭି ଦେବୀପ୍ରସାଦ ପାଢୀ, ସମବାୟ ବିଭାଗର ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସମବାୟ ସମିତିର ପୂର୍ବତନ ସମ୍ପାଦକ ଦେବଦତ୍ତ ଦାଶ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଉମରକୋଟ ପୌରପରିଷଦ ଅକ୍ଟ୍ରାଇ ଟ୍ୟାକ୍ସ ସରକାର କାଳିପ୍ରସାଦ ସିଂ, ପଞ୍ଚାୟତିରାଜ ବିଭାଗର ଭଦ୍ରକ ଜିଲା ଧାମନଗର ତହସିଲର ପୂର୍ବତନ କନିଷ୍ଠ କିରାଣି ବଟକୃଷ୍ଣ ବାରିକ, ପଞ୍ଚାୟତିରାଜର କଳାହାଣ୍ଡି ମ. ରାମପୁର ବ୍ଲକର ପୂର୍ବତନ ଭିଏଲଡବୁ୍ଲ୍ୟ କୃଷ୍ଣମୋହନ ଦାସ , କେସିଙ୍ଗା ବ୍ଲକର ପୂର୍ବତନ ସମ୍ପାଦକ ତଥା ପିଇଓ ଅଶୋକ କୁମାର ସାହା, ଜୁନାଗଡ ବ୍ଲକର ପୂର୍ବତନ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ପଦ୍ମମୁଖ ଶବର । ସେହିପରି ଅନ୍ୟମାନଙ୍କ ମଧ୍ୟରେ ଅଛନ୍ତି ବୌଦ୍ଧ ଜିଲା ମର୍ଷୁଣ୍ଡି ଗ୍ରାମ ପଞ୍ଚାୟତର ପୂର୍ବତନ ସମ୍ପାଦକ କିଶୋର ଚନ୍ଦ୍ର ପ୍ରଧାନ, ଜଳସମ୍ପଦ ବିଭାଗର ଖୋର୍ଦ୍ଧା ଜିଲା ବାଣପୁର ସାଳିଆ ଜଳସେଚନ ପ୍ରକଳ୍ପର ପୂର୍ବତନ ସହାୟକ ଯନ୍ତ୍ରୀ ବିଜୟ କୁମାର ସାହୁ, ଭବାନୀପାଟଣା ଆଇଟିଡିଏର ପୂର୍ବତନ କନିଷ୍ଠ ଯନ୍ତ୍ରୀ କରୁଣାକର ପଣ୍ଡା, ମୟୂରଭଞ୍ଜ କୁଲିଅଣା ବ୍ଲକ ପୂର୍ବତନ କନିଷ୍ଠ ଯନ୍ତ୍ରୀ ବୈଦ୍ୟନାଥ ମାଝି, ସାରସକଣା ବ୍ଲକ ପୂର୍ବତନ କନିଷ୍ଠ ଯନ୍ତ୍ରୀ ପ୍ରତାପ ଚନ୍ଦ୍ର ରାଉତ, କଳାହାଣ୍ଡି ଥୁଆମୂଳ-ରାମପୁର ଆଇଟିଡିଏର ପୂର୍ବତନ କନିଷ୍ଠ ଯନ୍ତ୍ରୀ ନିଗମାନନ୍ଦ ପଣ୍ଡା, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ବିଏମ୍‌ସି ସ୍ବାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ଚିତ୍ତରଞ୍ଜନ ଲାଲ।

ଅପରପକ୍ଷରେ ପେନସନ୍‌ ସୁବିଧା ବନ୍ଦ ହୋଇଥିବା ଦୁଇ ଅଧିକାରୀ ହେଉଛନ୍ତି ଜଳସମ୍ପଦ ବିଭାଗର କଳାହାଣ୍ଡି ଆଇଟିଡିଏର ଅବସରପ୍ରାପ୍ତ ସହାୟକ ଯନ୍ତ୍ରୀ ଅଶ୍ୱିନୀ କୁମାର ଶର୍ମା ଓ ଜଳସମ୍ପଦ ବିଭାଗର କଳାହାଣ୍ଡି ଡିଆରଡିଏର ଅବସରପ୍ରାପ୍ତ ଏପିଡି ଶଶାଙ୍କ ଶେଖର ପଟ୍ଟନାୟକ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri