Posted inରାଜ୍ୟ

ନବୀନଙ୍କ ପଞ୍ଚମ ପାଳିକୁ ପୂରିଲା ବର୍ଷେ: ଆଗକୁ ବଡ଼ ଚ୍ୟାଲେଞ୍ଜ

ଭୁବନେଶ୍ୱର,୨୮ା୫(ବ୍ୟୁରୋ): ୨୦୧୯ ମେ’ ୨୯ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ପଞ୍ଚମଥର ରାଜ୍ୟ ଶାସନର ଡୋରି ଧରିଥିଲେ । ଶୁକ୍ରବାର ବିଜେଡି ସରକାରର ପଞ୍ଚମ ପାଳିକୁ ବର୍ଷେ ପୂରଣ ହେବ। ଚଳିତ ବର୍ଷ ବିଜେଡି ପାଇଁ ସଂଘର୍ଷର ବର୍ଷ। ଆର୍ଥିକ ମାନ୍ଦବାସ୍ଥା ସାଙ୍ଗକୁ କୋଭିଡ-୧୯ ମହାମାରୀ ସଂକ୍ରମଣ ରାଜ୍ୟ ସରକାରଙ୍କ ପାଇଁ ବଡ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଲୋକଙ୍କ ଜୀବନ ଓ ସ୍ବାସ୍ଥ୍ୟ ରକ୍ଷାକୁ ସରକାର ପ୍ରାଥମିକତା ଦେଇଛନ୍ତି। କୋଭିଡ ଯୁଦ୍ଧରେ ଓଡ଼ିଶା ଜାତୀୟ ଏବଂ ଅନ୍ତର୍ଜାତୀୟ କ୍ଷେତ୍ରରେ ଭଲ ସ୍ଥିତିରେ ରହିଛି। ଆକ୍ରାନ୍ତ ଓ ମୃତ୍ୟୁହାର ଅନ୍ୟ ରାଜ୍ୟ ତୁଳନରେ କମ ରହିଛି। ରାଜ୍ୟ ସରକାରଙ୍କର ଆଗୁଆ ପଦକ୍ଷେପ ଏହି ମହାମାରୀକୁ ରୋକିବାରେ ସକ୍ଷମ ହୋଇଛି। ପଞ୍ଚମପାଳି ଆରମ୍ଭର କେଇ ମାସ ଉପ ନିର୍ବାଚନ ଏବଂ ଦଳୀୟ ସଂଗଠନକୁ ନେଇ ବିଜେଡି ରଣନୀତି ପ୍ରସ୍ତୁତ କରିଥିଲା। ତେବେ ହଠାତ୍‌ କରୋନା ଭୂତାଣୁ ସଂକ୍ରମଣ ରାଜନୈତିକ କାର୍ଯ୍ୟରେ ପୂର୍ଣ୍ଣଚ୍ଛେଦ ପକାଇ ଦେଇଛି। କରୋନା ମହାମାରୀରୁ ଲୋକମାନଙ୍କୁ ସୁରକ୍ଷା ଦେବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଇଁ ବଡ ଚ୍ୟାଲେଞ୍ଜ ହୋଇଛି। କରୋନା ସାଙ୍ଗକୁ ମେ ୨୦ ତାରିଖରେ ଓଡିଶା ଉପକୂଳ ଦେଇ ଅତିକ୍ରମ କରିଥିବା ବାତ୍ୟା ‘ଅମ୍ଫନ’ ମଧ୍ୟ ରାଜ୍ୟ ପାଇଁ ଅନେକ କ୍ଷତ ଦେଇ ଯାଇଛି। ଏ ସବୁକୁ ଭରଣା କରିବା ପାଇଁ ସରକାରଙ୍କୁ ଅନେକ କଠିନ ସମୟ ଦେଇ ଗତିକରିବାକୁ ପଡିବ ବୋଲି ରାଜନୈତିକ ବିଶ୍ଲେଷକ ମତ ଦେଇଛନ୍ତି। ଆମାଗୀ ୨ ବର୍ଷ ମୁଖ୍ୟମନ୍ତ୍ରୀ ଓ ତାଙ୍କ ସରକାରଙ୍କ ପାଇଁ ବଡ ଚ୍ୟାଲେଞ୍ଜ ରହିବ। ପରିସ୍ଥିତିକୁ ମୁକାବିଲା କରିବାକୁ ନବୀନ ଆଗାମୀ ବର୍ଷ ପାଇଁ କି ରଣନୀତି ପ୍ରସ୍ତୁତି କରିବେ ଓ ଦଳୀୟ ନେତାଙ୍କୁ କି ବର୍ତ୍ତା ଦେବେ ତାହା ଉପରେ ଏବେ ନଜର।


Enter your email to get our daily news in your inbox.

All Right Reserved By Dharitri.Com

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri