ନବୀନ ଅପରାଜେୟ: ଦାମ

ଭୁବନେଶ୍ୱର,୨୭ା୧୦(ବ୍ୟୁରୋ): ବରିଷ୍ଠ ନେତା ଦାମୋଦର ରାଉତ ନିୟମିତ ବ୍ୟବଧାନରେ ନିଜ ମନ୍ତବ୍ୟ ନେଇ ଚର୍ଚ୍ଚାରେ ରହିଆସିଛନ୍ତି। ଭାଜପାରୁ ଇସ୍ତଫା ଦେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶନିବାର ଦାମ ପ୍ରଶଂସା କରିଛନ୍ତି। ଏପରିକି ସେ ବିଜେଡି ପ୍ରତି କଦାପି ବିମୁଖ ନ ଥିବା କହିଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କୁ ଦାମ କହିଛନ୍ତି ଯେ, ମୁଁ ବିଜେଡି ପ୍ରତି ବିମୁଖ ନୁହେଁ। ବିଜେଡି ତାଙ୍କୁ ଦଳରୁ ବିଦା କରିଥିଲା, ସେ ବିଜେଡି ଛାଡି ନ ଥିଲେ। ୧୯୭୪ରୁ ବିଜୁ ପଟ୍ଟନାୟକଙ୍କ ସହ ଥିଲି, ତାଙ୍କ ଦେହାନ୍ତ ପରେ ନବୀନ ବାବୁଙ୍କ ସହ ରହିଛି। ନବୀନ ବାବୁଙ୍କ କ୍ଷତି କରିଥିବା ଲୋକଙ୍କଠାରୁ ତାଙ୍କୁ ଦୂରେଇ ରଖିବାକୁ ଚେଷ୍ଟା କରିଛି। ଏସବୁ ସତ୍ତ୍ୱେ ଦଳ ମୋତେ ବାହାର କରିଦେଲା। ରାଜ୍ୟବାସୀ ଜାତୀୟ ଦଳ ଅପେକ୍ଷା ଆଞ୍ଚଳିକ ଦଳକୁ ଅଧିକ ପସନ୍ଦ କରୁଛନ୍ତି। ତେଣୁ ନବୀନ ବାବୁ ଅପରାଜେୟ ବୋଲି ଦାମ କହିଛନ୍ତି। ଦାମଙ୍କ ଏପରି ମନ୍ତବ୍ୟକୁ ନେଇ ଚର୍ଚ୍ଚା ଲାଗିରହିଛି। ଦାମ କୌଣସିମତେ ନିଜ ପୂର୍ବ ଦଳ ବିଜେଡିକୁ ଫେରିବା ପାଇଁ ମସୁଧା କରୁଥିବା ସମୀକ୍ଷକମାନେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦ ସଙ୍କେତ ଟପିଲା ସାଳନ୍ଦୀ, ତଳେ ବୈତରଣୀ: ଜିଲାର ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୧୭।୮ (ସନାତନ ରାଉତ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବୈତରଣୀ ନଦୀ ବିପଦ ସଙ୍କେତ ତଳେ…

ନୃତ୍ୟାଶା ସମ୍ମାନ ୨୦୨୬: ପଦ୍ମଶ୍ରୀ ଗୁରୁ ଦୁର୍ଗାଚରଣ ରଣବୀର ସମ୍ମାନୀତ

ଭୁବନେଶ୍ୱର,୧୭।୮: ଓଡ଼ିଶୀ ନୃତ୍ୟ ଓ ସଙ୍ଗୀତର ପ୍ରଚାର, ପ୍ରସାର ଏବଂ ଏହାର ଅମୂଲ ପରମ୍ପରାର ସୁରକ୍ଷା ପାଇଁ ନିରନ୍ତର କାର୍ଯ୍ୟରତ ଅନୁଷ୍ଠାନ ‘ନୃତ୍ୟାଶା’ ପକ୍ଷରୁ ଆୟୋଜିତ ଅଷ୍ଟମ…

ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଧର୍ମଶାଳାରେ ବିଧାୟକ….

ଧର୍ମଶାଳା,୧୭ା୮(ଶିବ ପ୍ରସାଦ ମହାନ୍ତି): ରାଜ୍ୟର କେତେକ ଜିଲାରେ ପୁନର୍ବାର ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିକୁ ସରକାର ଗମ୍ଭୀରତାର ସହ ନେଇଛନ୍ତି । ଏହାକୁ…

ବ୍ରିଜ୍‌ତଳୁ ମିଳିଲା ଯୁବକଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

ବରଗଡ଼,୧୭ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ବ୍ରିଜତଳୁ ସୋମବାର ସକାଳୁ ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତ ଯୁବକ ଜଣକ ହେଲେ, ସ୍ଥାନୀୟ…

ବାଲେଶ୍ବରରୁ ୧୮୦ କି.ମି. ଦୂରରେ ରହିଛି ଅବପାତ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି

ଭୁବନେଶ୍ବର,୧୭ା୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି । ଅବପାତ ବାଂଲାଦେଶର ସାତଖିରାଠାରୁ ପ୍ରାୟ ୮୦ କିମି ପଶ୍ଚିମ-ଦକ୍ଷିଣପଶ୍ଚିମ, ପଶ୍ଚିମବଙ୍ଗର ବାଙ୍କୁଡ଼ାଠାରୁ ୧୬୦ କିମି…

ସିଂହ ରାଶିରେ ସୂର୍ଯ୍ୟଙ୍କ ଗୋଚର, ମେଷ-ମକର ସମେତ ୫ ରାଶିର ଚମକିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଆଜି ସକାଳ ୮ଟା ୩ ମିନିଟ୍‌ରେ ନିଜ ସ୍ୱରାଶି ସିଂହରେ ପ୍ରବେଶ କରିଛନ୍ତି। ସେପ୍ଟେମ୍ବର ୧୭ ପର୍ଯ୍ୟନ୍ତ ସୂର୍ଯ୍ୟ ସିଂହ ରାଶିରେ…

ଆମ୍ବ ବଗିଚାରୁ ମିଳିଲା ଗର୍ଭବତୀ ପ୍ରେମିକାଙ୍କ ମୃତଦେହ, ୨ ପ୍ରେମିକ ଗିରଫ

କାନପୁର,୧୭।୮: ଉତ୍ତରପ୍ରଦେଶ କାନପୁରର ଘଟମପୁରରେ ଜଣେ ଗର୍ଭବତୀ ଯୁବତୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଏକ ଆମ୍ବ ବଗିଚାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ମହିଳାଙ୍କ ପରିବାର ଯୁବତୀଙ୍କ…

ତେଜୁଛି ବନ୍ୟା ରାଜନୀତି; ‘ଇନ୍ଦ୍ରଙ୍କ ସହ କଥା ହେଉଥିଲେ କି ନବୀନ’, ପଚାରିଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର,୧୭ା୮: ରାଜ୍ୟର ଅନେକ ସ୍ଥାନରେ ଲଗାଣ ବର୍ଷା ସାଙ୍ଗକୁ ଜଳବନ୍ଦୀ ସ୍ଥିତି ଦେଖାଦେଇଛି । ଏହାକୁ ନେଇ ରାଜନୀତି ମଧ୍ୟ ସରଗରମ ହୋଇଛି । ସହରାଞ୍ଚଳରେ କୃତ୍ରିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri