ନଭେମ୍ବରରେ ଦ୍ୱିତୀୟ କିସ୍ତି କାଳିଆ ଟଙ୍କା ମିଳିବା ପ୍ରସଙ୍ଗ: ରାଜ୍ୟ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ‘କାଳିଆ ଯୋଜନା’ର ଦ୍ୱିତୀୟ କିସ୍ତି ଟଙ୍କା ନଭେମ୍ବରରେ ପ୍ରଦାନ କରାଯିବ। ଏନେଇ ଘୋଷଣା କରାଯିବା ପରେ ଉଭୟ ଭାଜପା ଏବଂ କଂଗ୍ରେସ ନେତାମାନେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଭାଜପା ନେତା ତଥା ଦଳୀ ଉପସଭାପତି ସମୀର ମହାନ୍ତି କହିଛନ୍ତି, ରାଜ୍ୟ ସରକାର ୭୫ଲକ୍ଷ ଚାଷୀଙ୍କୁ ଯୋଜନାରେ ସାମିଲ କରିଥିଲେ। ୫୧ଲକ୍ଷ ଚାଷୀ ଟଙ୍କା ପାଇଲେ। ତେବେ ଆଉ ୨୪ଲକ୍ଷ କେବେ ପାଇବେ ବୋଲି ସେ ପ୍ରଶ୍ନ କରିଛନ୍ତି। ସେହିଭଳି ପିଏମ୍‌ କିଷାନ ଯୋଜନା ଲାଗି ୨୨ଲକ୍ଷ ଚାଷୀଙ୍କ ନାମ ଦିଆଯାଇଥିବା ବେଳେ ବାକି ତାଲିକା କେବେ ଦେବେ ବୋଲି ସେ ପ୍ରଶ୍ନ କରିଛନ୍ତି। ଲୋକଙ୍କ ମୋବାଇଲକୁ ମେସେଜ ଆସିଲା ହେଲେ ଟଙ୍କା ଆସିଲା ନାହିଁ। ସେମାନଙ୍କୁ କାଳିଆ ଟଙ୍କା କେବେ ମିଳିବ ତାହା ସରକାର ସ୍ପଷ୍ଟ କରନ୍ତୁ। କେତେ ଚାଷୀ ତାଲିକାଭୂକ୍ତ ହୋଇଥିଲେ, କେତେ ସହାୟତା ପାଇଥିଲେ, ଆଉ କେତେ ଚାଷୀ ଟଙ୍କା ପାଇବେ ସେ ନେଇ ସରକାର ଶ୍ୱେତପତ୍ର ଜରିଆରେ ପ୍ରକାଶ କରନ୍ତୁ ବୋଲି ସମୀର ଦାବି କରିଛନ୍ତି।

ଅପରପକ୍ଷେ କଂଗ୍ରେସ ନେତା ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଏନେଇ ପ୍ରତିକ୍ରିୟା ରଖି କହିଛନ୍ତି, କାଳିଆ ଯୋଜନା ଏବଂ ଟଙ୍କା ବିଜେଡିର ଏକ ନିର୍ବାଚନ ପ୍ରତିଶ୍ରୁତି। ନିର୍ବାଚନ ବେଳେ ରାଜ୍ୟ ସରକାର ସରକାର ଗଠନ କରିବାର ପ୍ରଥମ ଦିନରେ ଟଙ୍କା ମିଳିବ ବୋଲି କହିଥିଲେ। କେତେଜଣ ଚାଷୀଙ୍କୁ ସରକାର ଟଙ୍କା ଦେଇଛନ୍ତି ତାହା ସ୍ପଷ୍ଟ କରାଯାଉ। ଭୋଟ ପାଇଁ ‘କାଳିଆ’ ମିଛ ବାହାନା ଥିଲା ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ସେପ୍ଟେମ୍ବର ୧୮ରେ କୃଷି ମନ୍ତ୍ରୀ ଅରୁଣ ସାହୁ ଅଯୋଗ୍ୟ ହିତାଧିକାରୀଙ୍କଠାରୁ ଟଙ୍କା ଫେରସ୍ତ ଅଣାଯିବ ବୋଲି କହିଥତିଲେ। ହେଲେ ଏହି ସଂଖ୍ୟା କମ୍‌ ବାହାରିଥିଲା। ଏବେ ଯୋଜନାରେ ତାଲିକାଭୁକ୍ତ ଯୋଗ୍ୟ ହିତାଧିକାରୀଙ୍କୁ ଦ୍ୱିତୀୟ କିସ୍ତି ଅର୍ଥ ପ୍ରଦାନ କରାଯିବ ବୋଲି କୃଷି ବିଭାଗ ସଚିବ ସୌରଭ ଗର୍ଗ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri