ନଭେମ୍ବର ପହିଲାରୁ ଖୋଲିବ କୁଲଡ଼ିହା

ସଜନାଗଡ଼, ୨୪।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଥିବା କୁଲଡ଼ିହା ଅଭୟାରଣ୍ୟ ନଭେମ୍ବର ୧ତାରିଖରୁ ଖୋଲିବ। ଏହି ଅଭୟାରଣ୍ୟର ପ୍ରାକୃତିକ ସୌନ୍ଦର୍ଯ୍ୟ, ରିଷିଆ ଡ୍ୟାମ୍‌ ଓ ନିଆରା ଖାଦ୍ୟପାନୀୟ ସୁବିଧା ଓଡ଼ିଶା ତଥା ଓଡ଼ିଶା ବାହାର ପର୍ଯ୍ୟଟକଙ୍କ ସମେତ ବଙ୍ଗୀୟ ପର୍ଯ୍ୟଟକଙ୍କୁ ବେଶ୍‌ ଆକର୍ଷିତ କରିଥାଏ। ଏଠାରେ ପର୍ଯ୍ୟଟନର ବିକାଶ ଲାଗି ନେଚର୍ସ କ୍ୟାମ୍ପ କରାଯିବା ପରେ ଏହାର ଆକର୍ଷଣ ଦ୍ୱିଗୁଣିତ ହୋଇଛି। ପୂର୍ବରୁ ଅଭୟାରଣ୍ୟ ଭିତରେ ଜଡ଼ାଚୁଆ ଏବଂ କୁଲଡ଼ିହାରେ ପର୍ଯ୍ୟଟକଙ୍କ ରାତିଯାପନ ଲାଗି ସୁବିଧା ରହିଥିଲା। ପରେ ଜୀବଜନ୍ତୁଙ୍କ ସୁରକ୍ଷା ଏବଂ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଗୋହିରାଭୋଳ ଠାରେ ‘ରିଷିଆ ପ୍ରାକୃତିକ ନିବାସ’ ଖୋଲାଯାଇଛି। ସେଠାରେ ନେଚର୍ସ କ୍ୟାମ୍ପ କରାଯାଇ ପିଇବା ପାଣି, ଶୌଚାଳୟ ବ୍ୟବସ୍ଥା, ରିଷିଆ ଡ୍ୟାମ୍‌ ଭିତରେ ବୋଟିଂ ବ୍ୟବସ୍ଥା, ଅଭୟାରଣ୍ୟର ବନ୍ୟପ୍ରାଣୀ ପଶି ନ ଆସିବା ପାଇଁ ନେଚର୍ସ କ୍ୟାମ୍ପର ଚତୁଃପାର୍ଶ୍ୱରେ ଟ୍ରେଞ୍ଚ୍‌ ଖୋଳାଯାଇଛି। ପର୍ଯ୍ୟଟକଙ୍କ ସୁରକ୍ଷା ଲାଗି ବନବିଭାଗ ତରଫରୁ ସ୍ବତନ୍ତ୍ର ଟିମ୍‌ ଗଠନ ହୋଇଛି। ଅଭୟାରଣ୍ୟ ଭିତରକୁ ପ୍ରବେଶ ପାଇଁ ପ୍ରବେଶ ଫି’ ସହିତ ପୂର୍ବାହ୍ନ ୯ଟା ୩୦ମିନିଟ୍‌ ସମୟରୁ ୧ଘଟିକା ପର୍ଯ୍ୟନ୍ତ ପ୍ରବେଶ ରହିଥାଏ ଏବଂ ଭ୍ରମଣ ସୁବିଧା ଅପରାହ୍ନ ୫ଟା ପର୍ଯ୍ୟନ୍ତ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri