ନଭେମ୍ବର ୧ରୁ ଧାନ ସଂଗ୍ରହ

ଭୁବନେଶ୍ୱର,୧୯ା୯(ବ୍ୟୁରୋ): ଆସନ୍ତା ନଭେମ୍ବର ୧ରୁ ଖରିଫ ଧାନ ସଂଗ୍ରହ ହେବ। ଧାନ ବିକ୍ରି କରିବାକୁ ଚଳିତବର୍ଷ ୧୧ ଲକ୍ଷ ୫୪ ହଜାର ୧୩୦ ଜଣ ଚାଷୀ ନାମ ପଞ୍ଜୀକୃତ କରିଛନ୍ତି। ଆସନ୍ତା ୨୨ ତାରିଖ ସୁଦ୍ଧା ସମସ୍ତ ଡାଟା ଏଣ୍ଟ୍ରି ଶେଷ ହେବା ପରେ ଚୂଡ଼ାନ୍ତ ଚାଷୀଙ୍କ ତାଲିକା ପ୍ରକାଶ ପାଇବ ବୋଲି ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି। ୨୨ରୁ ୨୪ ତାରିଖ ମଧ୍ୟରେ ଚାଷୀମାନଙ୍କର ଅଭିଯୋଗର ଶୁଣାଣି ହେବ।
ଚଳିତବର୍ଷ ଚାଷୀ ପଞ୍ଜୀକରଣ ପାଇଁ ଆଧାରକୁ ବାଧ୍ୟତାମୂଳକ କରାଯାଇଛି। ବିଗତ ବର୍ଷଗୁଡ଼ିକରେ ଯେକୌଣସି ପରିଚୟ ପତ୍ର ଦେଖାଇ ଚାଷୀ ନାମ ପଞ୍ଜୀକରଣ କରୁଥିଲେ। କେବଳ ସେତିକି ନୁହେଁ, ଧାନ କିଣା ଆରମ୍ଭ ଠାରୁ ପଞ୍ଜୀକୃତ ଚାଷୀଙ୍କ ନାମକୁ ପରବର୍ତ୍ତୀ ବର୍ଷରେ ସାମିଲ କରାଯାଉଥିଲା। ଚଳିତ ଖରିଫ୍‌ ଋତୁଠାରୁ ନବୀକରଣ ବ୍ୟବସ୍ଥା ଉଚ୍ଛେଦ କରାଯାଇ ନୂତନ ନାମ ପଞ୍ଜୀକରଣ କରାଯାଇଛି। ପ୍ରଥମ ଥର ପାଇଁ ଧାନ କିଣିବାକୁ ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ସାମିଲ କରାଯାଇଥିବା ବେଳେ ମାର୍କଫେଡକୁ ଧାନ କିଣାରୁ ବାଦ୍‌ ଦିଆଯାଇଛି। ଆସନ୍ତା ଖରିଫ୍‌ ଋତୁରେ କ୍ଷୁଦ୍ର, ନାମମାତ୍ର ଓ ଭାଗଚାଷୀ ମଧ୍ୟ ସେମାନଙ୍କର ଧାନ ବିକ୍ରି କରିପାରିବେ। ମୁଣ୍ଡପିଛା ୩ କୁଇଣ୍ଟାଲ ଧାନ ଛାଡ଼ି ବଳକା ବିିକ୍ରି କରିବାକୁ ସରକାର ଅନୁମତି ଦେଇଛନ୍ତି। ଅନ୍‌ଲାଇନ ଜରିଆରେ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଅର୍ଥ ପ୍ରଦାନ କରାଯିବ। ୨୦୧୮-୧୯ରେ ଖରିଫ୍‌ ଧାନ ବିକ୍ରି ପାଇଁ ୧୨ ଲକ୍ଷ ୫୦ ହଜାର ଚାଷୀ ନାମ ପଞ୍ଜୀକୃତ କରିଥିଲେ। ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୧,୮୧୫ଟଙ୍କା କୁଇଣ୍ଟାଲ ପିଛା ଧାର୍ଯ୍ୟ କରାଯାଇଛି। ଗତବର୍ଷ ୧ ଲକ୍ଷ ଭାଗଚାଷୀ ଧାନ ବିକ୍ରି କରିଥିବା ବିଭାଗ ପକ୍ଷରୁ କୁହାଯାଇଛି। ତେବେ ଆଧାର ଲିଙ୍କ୍‌ କରାଯାଉଥିବାରୁ ଚଳିତବର୍ଷ ଚାଷୀ ପଞ୍ଜୀକରଣ ହ୍ରାସ ପାଇବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?