ନଭେମ୍ବର ୧ ପୂର୍ବରୁ ଖୋଲିବ ପ୍ରକୃତି ନିବାସ: ପର୍ଯ୍ୟଟକ ଉପଭୋଗ କରିପାରିବେ ପ୍ରାକୃତିକ ଦୃଶ୍ୟ

ପୁରୀ ଅଫିସ, ୩୧।୫: ପ୍ରକୃତି ନିବାସ। ବାଲୁଖଣ୍ଡ ଅଭୟାରଣ୍ୟ ଭିତରେ ପର୍ଯ୍ୟଟକଙ୍କୁ ପ୍ରକୃତିର ମଜ୍ଜା ଦେବା ପାଇଁ ବନ ବିଭାଗ ପକ୍ଷରୁ ଏହାର ପରିକଳ୍ପନା କରାଯାଇଥିଲା। ହେଲେ ବାତ୍ୟାରେ ଉଜୁଡ଼ିଯାଇଛି ଏହାର ସବୁଜିମା। ଏହା ପରିସରରେ ଥିବା କଟେଜ୍‌ରୁ ଆଜ୍‌ବେଷ୍ଟସ ଉଡି ଯାଇଥିବା ବେଳେ ବିଦ୍ୟୁତ୍‌ ଖୁଣ୍ଟଗୁଡ଼ିକ ଭାଙ୍ଗି ପଡିଛି। ତେବେ କ୍ଷୟକ୍ଷତିର ମରାମତି କରାଯାଇ ପର୍ଯ୍ୟଟନ ଋତୁ ଆରମ୍ଭରୁ ଅର୍ଥାତ୍‌ ନଭେମ୍ବର ୧ ତାରିଖ ପୂର୍ବରୁ ପ୍ରକୃତି ନିବାସ ଖୋଲାଯିବ ବୋଲି ପୁରୀ ଡିଏଫ୍‌ଓ ହର୍ଷବର୍ଦ୍ଧନ ଉଦ୍‌ଗାତା କହିଛନ୍ତି।
ଡିଏଫ୍‌ଓଙ୍କ ସୂଚନା ମୁତାବକ, ବାତ୍ୟା ପୂର୍ବରୁ ପ୍ରକୃତି ନିବାସର ତମ୍ବୁ, ଏସି, ସୋଲାର, ଲାଇଟ୍‌ ପ୍ରଭୃତି ସରଞ୍ଜାମ ଖୋଲି ଦିଆଯାଇଥିଲା। ତେଣୁ ଅଧିକ କିଛି ନଷ୍ଟ ହୋଇନାହିଁ। ଗଛଗୁଡ଼ିକ ଭାଙ୍ଗିରୁଜି ଯାଇଥିବା ବେଳେ କେତେକ କଟେଜ୍‌ର ଟିଣ ଆଜ୍‌ବେଷ୍ଟସ ଉଡିଯାଇଛି। ସେହିପରି ପ୍ରକୃତି ନିବାସକୁ ଯାଇଥିବା ବିଦ୍ୟୁତ୍‌ ଖୁଣ୍ଟ କ୍ଷତିଗ୍ରସ୍ତ ହୋଇଛି। ସହରର ବିଦ୍ୟୁତ୍‌ ପୁନରୁଦ୍ଧାର କାମ ସରିବା ପରେ ପ୍ରକୃତି ନିବାସରେ କାମ ଆରମ୍ଭ କରାଯିବ। ଯାହା ସ୍ବଳ୍ପ କ୍ଷୟକ୍ଷତି ହୋଇଛି ତାହା ବେଶିଦିନ ଲାଗିବ ନାହିଁ, ମାସକ ମଧ୍ୟରେ ସବୁ ଠିକ୍‌ଠାକ ହୋଇଯିବ। ନଭେମ୍ବର ୧ରୁ ଆରମ୍ଭ ହେଉଥିବା ପର୍ଯ୍ୟଟନ ଋତୁ ସୁଦ୍ଧା ସମ୍ପୂର୍ଣ୍ଣ ଭାବେ ଏହାକୁ ପ୍ରସ୍ତୁତ କରିଦିଆଯିବ। ବୋଟର କିଛି କ୍ଷତି ହୋଇ ନ ଥିବାରୁ ବୋଟିଂ ପାଇଁ କିଛି ସମସ୍ୟା ହେବ ନାହିଁ। ପୂର୍ବପରି ଶୀତଦିନରେ ପର୍ଯ୍ୟଟକମାନେ ପ୍ରକୃତି ନିବାସକୁ ଆସି ରହିପାରିବେ ଏବଂ ପ୍ରାକୃତିକ ଦୃଶ୍ୟ ଉପଭୋଗ କରିପାରିବେ ବୋଲି ଡିଏଫ୍‌ଓ କହିଛନ୍ତି।
ବାଲୁଖଣ୍ଡ ଅଭୟାରଣ୍ୟ ମଧ୍ୟରେ ସମୁଦ୍ର ମୁହାଣର ଅନତି ଦୂର ନୂଆନଈ କଡ଼ରେ ପ୍ରକୃତି ନିବାସ ତିଆରି କରାଯାଇଛି। ଏଠାରେ ଆକର୍ଷଣୀୟ ୧୦ଟି କଟେଜ ରହିଛି। ରେଷ୍ଟୁରାଣ୍ଟ ଏବଂ ନୂଆନଈରେ ବୋଟିଂ ସୁବିଧା ବି ରହିଥିଲା। ୨୦୧୭ ଫେବୃୟାରୀ ୧ ତାରିଖରେ ଏହା ଉଦ୍‌ଘାଟିତ ହେବା ପରେ ପର୍ଯ୍ୟଟକମାନେ ଏଠାରେ ରାତିରେ ରହିବା ସହ ପ୍ରାକୃତିକ ଦୃଶ୍ୟରାଜିକୁ ଉପଭୋଗ କରୁଥିଲେ। ଘଞ୍ଚ ଜଙ୍ଗଲ ଭିତରେ ରାତିରେ ହରିଣକୁ ମଧ୍ୟ ପାଖରେ ଦେଖିବାକୁ ପାଉଥିଲେ ପର୍ଯ୍ୟଟକ। ବିଶେଷକରି ଶୀତଦିନେ ଏହାର ଚାହିଦା ଅଧିକ ରହୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖାଲି ଧର୍ମେନ୍ଦ୍ରଙ୍କ ଇସ୍ତଫା ଚଳିବ ନାହିଁ, ଆମର ଆଉ ୨ ଦାବି ଏବେ ବି ବାକି ଥିବା କହି CJP…

ନୂଆଦିଲ୍ଲୀ,୨୫ା୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କକ୍ରୋଚ୍‌ ଜନତା ପାର୍ଟି (ସିଜେପି) ମୁଖ୍ୟ ଅଭିଜିତ୍‌ ଦୀପ୍‌କେ ତାଙ୍କର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଗଣତନ୍ତ୍ରରେ…

କ୍ୟାଟ୍ରିନାଙ୍କୁ ମିଳିଲା ବଡ଼ ଅଫର୍‌

ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ଆଗାମୀ ଫିଲ୍ମ ‘ସ୍ପିରିଟ’ ଆଜିକାଲି ଚର୍ଚ୍ଚାରେ ରହିଛି। କିଛି ମାସ ପୂର୍ବରୁ ଦୀପିକା ପାଦୁକୋନ ଏହି ପ୍ରୋଜେକ୍ଟରୁ ଓହରି ଯାଇଥିଲେ। ତୃପ୍ତି ଡିମରି…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୁହଁ ଖୋଲିଲେ ଅଭିଜିତ ଦିପ୍‌କେ, ସିଧା କହିଦେଲେ ଏମିତି…ଜାତୀୟ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୫।୭:ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ ଦେଇ…

ଦିଲ୍ଲୀ ଛାତ୍ର୍ର ଆନ୍ଦୋଳନକୁ ସମର୍ଥନ ଜଣାଇ ଗଣଧାରଣା: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି…

ବଲାଙ୍ଗୀର,୨୫ା୭(ସୁନିଲ କୁମାର ମହାନ୍ତି): ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନ ସମର୍ଥନରେ ଶନିବାର…

ଜୁଆଆଡ୍ଡାରେ ଚଢ଼ାଉ: ୫ ଜଣଙ୍କୁ ଗିରଫ କଲା ପୋଲିସ, ସୁଯୋଗ ନେଇ ଅନ୍ୟମାନେ…

ଦିଗପହଣ୍ଡି୨୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଟିମ୍‌ ପୋଡ଼ାମାରି ଗ୍ରାମ ନିକଟ ଏକ କୁକୁଡ଼ାଫାର୍ମରେ ଚାଲିଥିବା ଜୁଆଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ରାତ୍ରୀଭୋଜନରେ ଟ୍ରମ୍ପଙ୍କ ମନ୍ତବ୍ୟ ଶୁଣି ସମସ୍ତେ ଆଶ୍ଚର୍ଯ୍ୟ, କହିଲେ ତୃତୀୟ ଥର ରାଷ୍ଟ୍ରପତି…

ଓ୍ବାଶିଂଟନ,୨୫।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ୱାଇଟ୍ ହାଉସ୍ କରେସପଣ୍ଡେଣ୍ଟସ୍ ଆସୋସିଏସନ୍ ରାତ୍ରୀଭୋଜନରେ ସମ୍ଭାବ୍ୟ ତୃତୀୟ ରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ ବିଷୟରେ ମନ୍ତବ୍ୟ ଦେଇଥିଲେ । ଯାହାକି ସମସ୍ତଙ୍କୁ…

ମୃତ୍ୟୁମୁଖରୁ ଯୁବତୀଙ୍କୁ ବଞ୍ଚାଇଥିଲେ ସାହସୀ ଯୁବକ ବଳରାମ, ଏବେ ମିଳିଲା…

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଥିବା ଏକ ଅଭାବନୀୟ ଘଟଣା ମଧ୍ୟରେ ମାନବିକତା, ସାହସ ଓ କର୍ତ୍ତବ୍ୟନିଷ୍ଠାର ଏକ ଉଜ୍ଜ୍ୱଳ ଦୃଷ୍ଟାନ୍ତ ଉଦାହରଣ…

ପୁଣି ଭିଡିଓ ଜାରି କଲେ ସୋନମ ଓ଼୍ବାଙ୍ଗଚୁକ୍‌, ଆନ୍ଦୋଳନକୁ ନେଇ କଲେ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୫।୭: ଦେଶ-ବିଦେଶରେ ପ୍ରସିଦ୍ଧ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ଏକ ନୂଆ ଭିଡିଓ ଜାରି କରିଛନ୍ତି। ୨୬ ଦିନର ଆମରଣ ଅନଶନ ଭାଙ୍ଗିବା ପରେ ଉଠିଥିବା ପ୍ରଶ୍ନଗୁଡ଼ିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri