Posted inଜାତୀୟ

ନମାମୀ ଗଙ୍ଗେ ପ୍ରକଳ୍ପର ସମୀକ୍ଷା କଲେ ମୋଦି

କାନ୍‌ପୁର,୧୪ା୧୨(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଜାତୀୟ ଗଙ୍ଗା ପରିଷଦ ବୈଠକରେ ପ୍ରଥମ ଥର ଲାଗି ଅଧ୍ୟକ୍ଷତା କରି ନମାମୀ ଗଙ୍ଗେ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଉତ୍ତର ପ୍ରଦେଶର ଚକେରି ବିମାନବନ୍ଦରରେ ପହଞ୍ଚିବା ପରେ ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ଅନ୍ୟମାନେ ପାଛୋଟି ନେଇଥିଲେ। ପରେ ଚନ୍ଦ୍ରଶେଖର ଆଜାଦ୍‌ କୃଷି ବିଶ୍ୱବିଦ୍ୟାଳୟରେ ପରିଷଦର ବୈଠକରେ ସେ ଯୋଗଦେଇଥିଲେ। ଏହି ବୈଠକରେ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର, ଗଜେନ୍ଦ୍ର ସିଂ ଶେଖାଓ୍ବତ୍‌, ଡଃ. ହର୍ଷବର୍ଦ୍ଧନ, ଆର୍‌.କେ. ସିଂ, ପ୍ରହ୍ଲାଦ ପଟେଲ, ମନ୍‌ସୁଖ୍‌ ମାଣ୍ଡାଭିଆ, ହର୍‌ଦୀପ ସିଂ ପୁରୀ ପ୍ରମୁଖଙ୍କ ସହ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂ ରାଓ୍ବତ୍‌ ମଧ୍ୟ ଯୋଗଦେଇଥିଲେ। ପ୍ରକଳ୍ପ କାର୍ଯ୍ୟ, ଗଙ୍ଗା ସଫେଇ ଓ ସୁସ୍ଥ ପରିବେଶ ନେଇ ବୈଠକରେ ଆଲୋଚନା କରାଯାଇଥିଲା। ଏହା ପରେ ନମାମୀ ଗଙ୍ଗେ ମିଶନ ପ୍ରଦର୍ଶନୀକୁ ପ୍ରଧାନମନ୍ତ୍ରୀ ବୁଲି ଦେଖିଥିଲେ। ଗଙ୍ଗା ବ୍ୟାରେଜ୍‌ ନିକଟ ଅଟଳ ଘାଟକୁ ମଧ୍ୟ ସେ ପରିଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟାବାଞ୍ଜିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହର ମାଛ ବଜାର ବଙ୍ଗୋମୁଣ୍ଡା ଫାଟକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ବାଇକ୍‌କୁ…

ଇରାନ-ଆମେରିକା ଯୁଦ୍ଧ ମଧ୍ୟରେ ଏଣ୍ଟ୍ରି ମାରିଲାଣି ଚାଇନ, ଦେଉଛି ଏମିତି ଉପଦେଶ

ବେଜିଂ,୧୧।୬: ଆମେରିକା ଦ୍ୱାରା ଇରାନ ଉପରେ ପୁନଃ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟ ପୁଣି ଥରେ ଏକ ବଡ଼ ସଙ୍କଟ ଦ୍ୱାରା ଆକ୍ରାନ୍ତ ହୋଇଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଇରାନ ଉପରେ ଆମେରିକାର ଆକ୍ରମଣ ଯୋଗୁ ଖରାପ ହେଉଛି ମଧ୍ୟପ୍ରାଚ୍ୟ ପରିସ୍ଥିତି; ଜୁନ ୧୬ରେ ଫ୍ରାନ୍ସରେ ଏକାଠି ହେବେ G-7 ରାଷ୍ଟ୍ର

ପ୍ୟାରିସ,୧୧।୬: ଜୁନ ୧୬ରେ G7 ଶିଖର ସମ୍ମିଳନୀ ସମୟରେ ମଧ୍ୟପ୍ରାଚ୍ୟ ପରିସ୍ଥିତି ସମ୍ପର୍କରେ ଏକ ବିଶେଷ ବୈଠକ ଅନୁଷ୍ଠିତ ହେବ। ଫ୍ରାନ୍ସ ଏହି ବିଶେଷ ଅଧିବେଶନକୁ UAE,…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲା ଆମ ଆଦମୀ ପାର୍ଟି, ବଲାଙ୍ଗୀର ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଆମ ଆଦମୀ ପାର୍ଟି ଜିଲା ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ପୁଣି ବାଜି ମାରିଲା ଭାଜପା! ରାଜ୍ୟ ସଭା ନିର୍ବାଚନରେ ୯ ଭାଜପା ପ୍ରାର୍ଥୀ ଜିତିଲେ

ନୂଆଦିଲ୍ଲୀ,୧୧।୬: ଗୁରୁବାର ଭାରତୀୟ ଜନତା ପାର୍ଟି (ଭାଜପା) ପାଇଁ ଏକ ବଡ଼ ଖବର ଆଣିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଗାତାର ୧୨ ବର୍ଷ କାର୍ଯ୍ୟକାଳ ପୂରଣ କରିଥିବା…

ସ୍ଲିପର ବସ୍ ମାଲିକଙ୍କୁ ବଡ଼ ଝଟ୍‌କା! ବେଆଇନ ଡ୍ରାଇଭର ପାର୍ଟିସନ ଡୋର୍ ଉପରେ ଚାଲିଲା ‘ସ୍ପେଶାଲ ଡ୍ରାଇଭ୍’, ୭ ଦିନରେ ୩୮୯ଟି ଗାଡ଼ିକୁ ଚାଲାଣ

କଟକ,୧୧।୬(କାର୍ତ୍ତିକ ସାହୁ): ସଡ଼କ ଦୁର୍ଘଟଣା ହ୍ରାସ ଏବଂ ଯାତ୍ରୀଙ୍କ ସୁରକ୍ଷା ବୃଦ୍ଧି ଲକ୍ଷ୍ୟରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟରେ…

ଶ୍ରୀଲଙ୍କା ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା; ରାହୁଲ ଦ୍ରାବିଡଙ୍କ ପୁଅକୁ ମିଳିଲା ସ୍ଥାନ; ଜାଣନ୍ତୁ କିଏ ହେଲେ ଅଧିନାୟକ

ନୂଆଦିଲ୍ଲୀ,୧୧।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ର ଜୁନିଅର କ୍ରିକେଟ କମିଟି ଗୁରୁବାର (ଜୁନ ୧୧) ଶ୍ରୀଲଙ୍କା ବିପକ୍ଷରେ ଆଗାମୀ ODI ଏବଂ ମଲ୍ଟି ଡେ’…

ମୁହଁରେ ମାସ୍କ, ଆଖିରେ କଳା ଚଷମା… ଚେହେରା ଲୁଚାଇ ଦିଲ୍ଲୀରୁ କୋଲକାତା ଫେରିଲେ ସାୟନୀ ଘୋଷ; ଭିଡିଓ ଭାଇରାଲ

କୋଲକାତା,୧୧।୬: ବଙ୍ଗଳା ବିଧାନସଭା ନିର୍ୱାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ (TMC) ରେ ସୃଷ୍ଟି ହୋଇଥିବା ବିଦ୍ରୋହ ଓ ଦଳଛାଡ଼ିବା ପ୍ରକ୍ରିୟା କ୍ରମାଗତ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri