ନରସିଂହପୁର ଇଲେକ୍ଟ୍ରି ଡିଜିଏମ୍‌ଙ୍କ ଘରେ ଭିଜିଲାନ୍ସ ଚଢାଉ: ୧.୩୬ କୋଟିର ସମ୍ପତ୍ତି ଠାବ

କଟକ ଅଫିସ, ୧୯।୯: କଟକ ଜିଲା ନରସିଂହପୁର ଇଲେକ୍ଟ୍ରି ଗ୍ରୀଡ୍‌ର ଡେପୁଟି ଜେନେରାଲ ମ୍ୟାନେଜର (ଡିଜିଏମ୍‌) ରାମେଶ୍ୱର ମହଲାଙ୍କ ଘରୁ ଭିଜିଲାନ୍ସ ବିଭାଗ ୧ କୋଟି ୩୬ ଲକ୍ଷ ୫୩ ହଜାର ୧୧୨ ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠାବ କରିଛି। ଭିଜିଲାନ୍ସ ପକ୍ଷରୁ ଡିଜିଏମ୍‌ ମହଲାଙ୍କ ଯାଜପୁର ଜିଲା ପଦ୍ମପୁରସ୍ଥିତ ଘର, ମୟୂରଭଞ୍ଜ ଜିଲା ବଡ଼ଡାଙ୍ଗୁଆରେ ଥିବା ପୈତୃକ ଘର, କଟକ ଇଲେକ୍ଟ୍ରି ଗ୍ରୀଡସ୍ଥିତ ଅଫିସ ଚାମ୍ବର, ସିଡିଏସ୍ଥିତ ଭଡ଼ାଘର, ବାଲେଶ୍ୱର ରାଜବ୍ରହ୍ମପୁରସ୍ଥିତ ସମ୍ପର୍କୀୟଙ୍କ ଘରେ ଏକସଙ୍ଗରେ ଚଢାଉ କରିଥିଲା। କଟକ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ୱାରେଣ୍ଟ ବଳରେ ଏହି ଚଢାଉ କରାଯାଇଥିଲା। ଜବତ ସମ୍ପତ୍ତି ମଧ୍ୟରେ ପଦ୍ମପୁରସ୍ଥିତ ଚାରି ମହଲା କୋଠା(ଯାହାର ଆନୁମାନିକ ମୂଲ୍ୟ ୯୨ ଲକ୍ଷ ଟଙ୍କା), ଏହି ଅଞ୍ଚଳରେ ଥିବା ଦୁଇଟି ପ୍ଲଟର ମୂଲ୍ୟ ୨୮ ଲକ୍ଷ ୯୩ହଜାର ୧୭ ଟଙ୍କା, ତିନୋଟି ଦୁଇଚକିଆ ଯାନ (ଯାହାର ମୂଲ୍ୟ ୧ ଲକ୍ଷ ୪୫ହଜାର ୨୫୮ ଟଙ୍କା), ବ୍ୟାଙ୍କ ଡିପୋଜିଟ ଏବଂ ଇନ୍‌ସ୍ୟୁରାନ୍ସ କମ୍ପାନୀରେ ଥିବା ୫ ଲକ୍ଷ ୬୮ହଜାର ୩୭ ଟଙ୍କା, ସୁନାଗହଣାର ମୂଲ୍ୟ ୪ ଲକ୍ଷ ୧୪ହଜାର ଟଙ୍କା, ନଗଦ ୩୨,୮୦୦ ଟଙ୍କା ଏବଂ ୪ ଲକ୍ଷ ଟଙ୍କାର ଘରୋଇ ଉପକରଣ ରହିଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri