ନରହନ୍ତା ଦନ୍ତାକୁ ଧରିବା ପାଇଁ ଚାଲିଥିବା ଅପରେଶନ ସଫଳ

ବନ୍ତଳା,୨୦।୧(ଡି.ଏନ୍‌.ଏ.):ଅନୁଗୋଳ ବନଖଣ୍ଡ ତାଳଚେର ରେଞ୍ଜ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଥିବା ନରହନ୍ତା ଦନ୍ତାକୁ ଧରିବା ପାଇଁ ୪ ଦିନ ଧରି ଚାଲିଥିବା ଅପରେଶନ ସୋମବାର ସଫଳ ହୋଇଛି। ଅପରାହ୍ନ ୨ଟା ୩୦ମିନିଟ୍‌ରେ ଟ୍ରାଙ୍କୁଲାଇଜର ଦ୍ୱାରା ଦନ୍ତାକୁ ପ୍ରଥମ ନିସ୍ତେଜକ ଓ ପୁନର୍ବାର ଅପରାହ୍ନ ୩ଟାରେ ଦ୍ୱିତୀୟ ନିସ୍ତେଜକ ଦିଆଯାଇଥିଲା। ସାତକୋଶିଆ ପ୍ରାଣୀ ଡାକ୍ତର ଡା. କିଶୋର ସାହୁ ଟ୍ରାଙ୍କୁଲାଇଜର ଦ୍ୱାରା ଦନ୍ତାକୁ ଧରିବାରେ ସଫଳ ହୋଇଥିବା ବନ ବିଭାଗ ପକ୍ଷରୁ କୁହାଯାଇଛି। ଏହି ଅପରେଶନରେ ବହୁ ବନ କର୍ମଚାରୀ ଉପସ୍ଥିତ ଥିଲେ। ତେବେ ଦନ୍ତା ନିସ୍ତେଜ ହେବାପରେ ତାହାର ଗୋଡ଼ ଲୁହା ଚେନ୍‌ରେ ବନ୍ଧାଯାଇ ରାତି ୧୦ ଟା ମଧ୍ୟରେ ଟ୍ରକ୍‌ରେ ଢେଙ୍କାନାଳ କପିଳାସ ଚିଡ଼ିଆଖାନା ପଠାଯିବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

ଗଞ୍ଜାମ ଜିଲାରେ ମହିଳାଙ୍କୁ ପ୍ରାର୍ଥୀ କରିନି ଭାଜପା

ବ୍ରହ୍ମପୁର,୨୦ା୪(ନରସିଂହ ସାହୁ)ମହିଳା ଭୋଟରଙ୍କୁ ନଜରରେ ରଖି ଭାଜପାର ନିର୍ବାଚନୀ ଇସ୍ତାହାରରେ ନାରୀ ଶକ୍ତି ବନ୍ଧନକୁ ଗୁରୁତ୍ୱ ଦିଆଯାଇଛି। ତେବେ ଗଞ୍ଜାମ ଜିଲାର ୧୩ ବିଧାନସଭା ନିର୍ବାଚନ...

ବଢ଼ୁଛି ଖରା, ପିଇବାକୁ ପାଣି ନାହିଁ

କେନ୍ଦ୍ରାପଡ଼ା, ୨୦ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ଉତ୍ତାପ ୪୨ ଡିଗ୍ରୀ ଉପରେ ଅଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମ୍‌ରେ ଥିବା ୭ ନଦୀ ଶୁଖିଲା...

ଖଣି ବିଭାଗର ଡ୍ରୋନ୍‌ କ୍ୟାମେରାରେ ମାପଚୁପ

ଯାଜପୁର,୨୦।୪ (ହର୍ଷବର୍ଦ୍ଧନ ବେହେରା)ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଜ୍ୟ ସରକାର ଦାବି କରୁଛନ୍ତି।...

ଛାତ୍ରୀଛାତ୍ରଙ୍କ ଦୁର୍ଦ୍ଦଶାର ହେଉନି ଅନ୍ତ

ଡେରାବିଶ, ୨୦ା୪ (ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ୨୦୨୨ରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏବେ ବି ସମସ୍ୟା ଘେରରେ। ଏହି...

୬ ମାସ ହେବ ପାନୀୟ ଜଳ ପ୍ରକଳ୍ପ ଅଚଳ

ନାଉଗାଁ ,୨୦ା୪(ସୁଧା ବେହୁରା)ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବୃଦ୍ଧି ପାଇ ଚାଲିଥିବାବେଳେ ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟସାଧ୍ୟ ହୋଇପଡୁଛି। ଏନେଇ ପାନୀୟ ଜଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri