Posted inଖେଳ

ନରିନ୍ଦର ବାତ୍ରା କ୍ୱାରାଣ୍ଟାଇନ୍‌ରେ

ନୂଆଦିଲ୍ଲୀ, ୨୯ା୫ (ପି.ଟି.)-ଭାରତୀୟ ଅଲିମ୍ପିକ ଆସୋସିଶନ (ଆଇଓଏ) ସଭାପତି ନରିନ୍ଦର ବାତ୍ରାଙ୍କ ପିତା କରୋନାଭାଇରସ୍‌ରେ ସଂକ୍ରମିତ ହୋଇଛନ୍ତି। ତାଙ୍କର ଦୁଇ ଆଟେଣ୍ଡାଣ୍ଟ ଏବଂ ବାସଭବନରେ ପ୍ରହରା ଦେଉଥିବା ଦୁଇ ସୁରକ୍ଷା କର୍ମୀ ମଧ୍ୟ କରୋନା ପଜିଟିଭ୍‌ ବୋଲି କୋଭଡି-୧୯ ଟେଷ୍ଟରୁ ଜଣାପଡ଼ିଛି। ଫଳରେ ଆସନ୍ତା ୧୭ ଦିନ ଧରି ନିଜ ଘରେ କ୍ୱାରାଣ୍ଟାଇନ୍‌ରେ ରହିବେ ବୋଲି ଆଇଓଏ ସଭାପତି ଏକ ବିବୃତିିରେ ପ୍ରକାଶ କରିଛନ୍ତି। ବାତ୍ରାଙ୍କ ବାପା ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସେ କହିଛନ୍ତି, ସମ୍ଭବତଃ ନିକଟରେ ନୂତନ ଭାବେ ଯୋଗ ଦେଇଥିବା ଆଟେଣ୍ଡାଣ୍ଟଙ୍କଠାରୁ ତାଙ୍କ ପିତା ସଂକ୍ରମିତ ହୋଇଛନ୍ତି। ବାସଭବନରେ ଆମ ପରିବାରର ୫ ସଦସ୍ୟଙ୍କ ବ୍ୟତୀତ ଅନ୍ୟ ୧୩ ଷ୍ଟାଫ୍‌ କ୍ୱାର୍ଟରରେ ଅବସ୍ଥାନ କରୁଛନ୍ତି। ଆମ ସମସ୍ତଙ୍କର କୋଭିଡ୍‌-୧୯ ଟେଷ୍ଟ ହୋଇଥିଲା। ଉପରୋକ୍ତ ୫ଜଣଙ୍କୁ ଛାଡ଼ିଦେଲେ ଅନ୍ୟ ସମସ୍ତଙ୍କ ଫଳାଫଳ ନେଗେଟିଭ୍‌ ଆସିଥିଲା। ଜୁନ୍‌ ୩ କିମ୍ବା ୪ରେ ଆଉ ଥରେ କୋଭିଡ୍‌-୧୯ ଟେଷ୍ଟ ପର୍ଯ୍ୟନ୍ତ ମୁଁ ନିଜେ ଓ ଅନ୍ୟମାନେ କ୍ୱାରାଣ୍ଟାଇନ୍‌ରେ ରହିବୁ ବୋଲି ବାତ୍ରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri