ନର୍ଲା ପୋଲିସ ପକ୍ଷରୁ ପରୀ ୩ କାର୍ଯ୍ୟକ୍ରମ

ସେରଗଡ,୧୦।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ନର୍ଲା ପୋଲିସ ପକ୍ଷରୁ ପୋଲିସ ଷ୍ଟେଶନ ପରିସରରେ ଶନିବାର ପରୀ-୩ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ନର୍ଲା ପଞ୍ଚାୟତ ହାଇସ୍କୁଲ ଏବଂ କଲେଜର ସମସ୍ତ ଛାତ୍ରୀଛାତ୍ର ପ୍ଲାକାର୍ଡ ଓ ସଚେତନତା ସ୍ଲୋଗାନ ଦେଇ ନର୍ଲା କଲେଜଛକଠାରୁ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରିଥିଲେ । ପରେ ନର୍ଲା ଥାନା ପରିସରରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ନର୍ଲା ଥାନା ଆଇଆଇସି ରମଣୀ ରଞ୍ଜନ ଦଳେଇ ଅଧ୍ୟକ୍ଷତା କରିଥିବା ବେଳେ ସହଇନ୍ସପେକ୍ଟର ସଞ୍ଜୟ କୁମାର ମଲ୍ଲିକଙ୍କ ସହ ଅତିଥି ଭାବେ ନର୍ଲା ସରପଞ୍ଚ ଚିରଞ୍ଜିବୀ ଗଉଡିଆ ଏବଂ ୱାଲର୍‌ଡ ଭିଜନ ଇଣ୍ଡିଆର ଜେ.ଡି. ବର୍ଦ୍ଧନ ତଥା ବିରେନ ଦିଗାଲ ପ୍ରମୁଖ ଉପସ୍ଥିତ ରହିଥିଲେ । ଶିଶୁ ନିର୍ଯାତନା, ଶିଶୁ ଶ୍ରମିକପ୍ରଥା, ବାଲ୍ୟ ବିବାହ ଏବଂ ଶିଶୁ ଚାଲାଣ ଉପରେ ଉପସ୍ଥିତ ଛାତ୍ରୀଛାତ୍ର, ଅଭିଭାବକ ଓ ଜନସାଧାରଣଙ୍କୁ ସଚେତନ କରାଇଥିଲେ। ଏଥିରେ ଅରୁଣ ପ୍ରଧାନୀ ଓ ସାଥିଙ୍କ ଦ୍ୱାରା ଏକ କ୍ଷୁଦ୍ର ନାଟକ ପରିବେଷଣ ଏବଂ ବିଜୟ ପଣ୍ଡାଙ୍କ ଶିଶୁ ନିର୍ଯାତନା ଉପରେ ବାଦ୍ୟଗୀତ ମାଧ୍ୟମରେ ସଚେତନ କରାଇଥିଲେ। ଏଥିରେ ଶତାଧିକ ଛାତ୍ରୀଛାତ୍ର, ସାମାଜିକ କର୍ମୀ, ବୁଦ୍ଧିଜିବୀ, ସଚେତନ ନାଗରିକ ଉପସ୍ଥିତ ଥିଲେ ା ଏହି କାର୍ଯ୍ୟକ୍ରମରେ ନର୍ଲା ପୋଲିସର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri