ନଳକୂପରୁ ବାହାରୁଛି ଲୁଣାପାଣି : ପାନୀୟ ଜଳ ପାଇଁ ବିଡିଓଙ୍କୁ ଘେରିଲେ ମହିଳା

ବାସୁଦେବପୁର, ୨୯।୬ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତ ତେନ୍ତୁଳିଆଡିଆ ଗ୍ରାମ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଏହି ଗ୍ରାମବାସୀ ପାନୀୟ ଜଳ ପାଇଁ ହନ୍ତସନ୍ତ ହେଉଛନ୍ତି। ଏହି ଗ୍ରାମ ସଂଲଗ୍ନ ଅଞ୍ଚଳରେ ମଧୁର ପାନୀୟ ଜଳ ମିଳୁ ନ ଥିବାବେଳେ ଗ୍ରାମରେ ଥିବା ଏକମାତ୍ର ନଳକୂପରୁ ଲୁଣାପାଣି ବାହାରୁଛି। ଗ୍ରାମର ୩ ଶହରୁ ଊର୍ଦ୍ଧ୍ୱ ଲୋକ ପାନୀୟ ଜଳ ପାଇଁ ସଙ୍କଟରେ ପଡ଼ିଛନ୍ତି। ଲୁଣାପାଣି ବାହାରୁଥିବା ଗ୍ରାମରେ ନୂତନ ନଳକୂପ ବସାଯିବା ଦାବିରେ ୫୦ରୁ ଊର୍ଦ୍ଧ୍ୱ ମହିଳା ଶନିବାର ମଧ୍ୟାହ୍ନରେ ବିଡିଓଙ୍କୁ ଘେରିଥିଲେ। ତେନ୍ତୁଳିଆଡ଼ିଆ ଗ୍ରାମ ଏକ ସମୁଦ୍ର ତଟବର୍ତ୍ତୀ ଗ୍ରାମ ହୋଇଥିବାରୁ ପାନୀୟଜଳ ସହିତ ରାସ୍ତାଘାଟର ଦୁରବସ୍ଥା ସମସ୍ୟା ସମ୍ପର୍କରେ ସେମାନେ ବିଡିଓ ବୀରକିଶୋର ପାଣିଗ୍ରାହୀଙ୍କୁ ଅବଗତ କରାଇଛନ୍ତି। ଏହି ଗ୍ରାମରେ ପାନୀୟଜଳଜନିତ ସମସ୍ୟା ସମାଧାନ ଦିଗରେ ତୁରନ୍ତ ପଦକ୍ଷେପ ନିଆ ନ ଗଲେ ଆନ୍ଦୋଳନାତ୍ମକ ପଦକ୍ଷେପ ଗ୍ରହଣ କରିବେ ବୋଲି ଗ୍ରାମବାସୀ ଚେତାବନୀ ଦେଇଥିଲେ। ଖୁବ୍‌ଶୀଘ୍ର ଏହି ସମସ୍ୟା ସମାଧାନ ଦିଗରେ ପଦକ୍ଷେପ ନିଆଯିବ ବୋଲି ବିଡିଓ ବୀରକିଶୋର ପାଣିଗ୍ରାହୀ ପ୍ରତିଶ୍ରୁତି ଦେଇଛନ୍ତି।
ଏ ସମ୍ପର୍କରେ ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ଯନ୍ତ୍ରୀ ଭରତ ସାହୁ କହିଛନ୍ତି, ଏହି ଅଞ୍ଚଳରେ ଏକ ନଳକୂପ ବସାଇବା ବ୍ୟୟବହୁଳ। ପଞ୍ଚାୟତ ଚାହିଁଲେ ତାଙ୍କ ଫଣ୍ଡରୁ ଏ ନେଇ ଅର୍ଥ ବରାଦ କରି ସମସ୍ୟାର ସମାଧାନ କରିପାରିବ। ସରପଞ୍ଚ ଗଦାଧର ନାୟକଙ୍କୁ ପଚାରିବାରୁ ପଞ୍ଚାୟତର ୪ଟି ନଳକୂପ ବସାଇବା ଲାଗି ସେ ଫଣ୍ଡରୁ ୧୪ ଲକ୍ଷ ଟଙ୍କା ଇସ୍ୟୁ କରିଥିବା ବେଳେ ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ସହଯୋଗ କରୁ ନ ଥିବାରୁ ନୂତନ ନଳକୂପ ବସାଯାଇ ପାରୁନି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ସରପଞ୍ଚରୁ ବିଧାୟିକା ପ୍ରାର୍ଥୀ

ବାଲେଶ୍ୱର,୨୧।୪(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲାର ଦୁଇଟି ବିଧାନସଭା ଆସନର ପ୍ରାର୍ଥୀଙ୍କ ନାମ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଘୋଷଣା କରିଛି। ରେମୁଣା ବିଧାନସଭା କ୍ଷେତ୍ରରୁ ବିଦ୍ୟାସ୍ମିତା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri