ନଳକୂପ ନିକଟରେ ଅଳିଆ ପକାଇବାକୁ କେନ୍ଦ୍ରକରି ମାରପିଟ: ୩ ଗିରଫ

ଧର୍ମଶାଳା/ଜେନାପୁର,୪ା୩(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ସୁକୁଟିଝର ଗ୍ରାମରେ ଏକ ନଳକୂପ ନିକଟରେ ଅଳିଆ ପକାଇବାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ ହୋଇଛି। ଏଥିରେ ୫ଜଣ ଆହତ ହୋଇଛନ୍ତି । ଆହତଙ୍କ ଅଭିଯୋଗ କ୍ରମେ ପୋଲିସ ଏକ ମାମଲା ରୁଜୁ କରି ୩ଜଣଙ୍କୁ ଗିରଫ କରିଛି। ମିଳିଥିବା ସୂଚନା ଅନୁସାରେ ସୁକୁଟିଝର ଗ୍ରାମରେ ରବିବାର ନୀଳକଣ୍ଠ ବେହେରା ଓ ତାଙ୍କ ପରିବାର ନଳକୂପ ନିକଟରେ ଅଳିଆ ପକାଉଥିବାରୁ ଅମୂଲ୍ୟ ବେହେରା ଓ ଅନ୍ୟମାନେ ଏହାକୁ ବାରଣ କରିଥିଲେ। ଏଥିରେ ଉତ୍‌କ୍ଷୀପ୍ତ ହୋଇ ନୀଳକଣ୍ଠଙ୍କ ପରିବାର ଅମୂଲ୍ୟ ଓ ଅନ୍ୟମାନଙ୍କୁ ଆକ୍ରମଣ କରିଥିଲେ। ଏଥିରେ ଅମୂଲ୍ୟଙ୍କ ସମେତ ୫ଜଣ ଆହତ ହୋଇଥିଲେ। ଅମୂଲ୍ୟଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା(ନଂ.୪୫/୨୦୨୦) ରୁଜୁ କରି ନୀଳକଣ୍ଠ,ଚକ୍ରଧର ବେହେରା(୫୦),ନିତ୍ୟାନନ୍ଦ ବେହେରା(୨୫)ଙ୍କୁ ସୋମବାର ରାତିରେ ଗିରଫ କରିଥିଲା। ମଙ୍ଗଳବାର ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ

ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍‌କୋ ଜରିଆରେ ଦରଖାସ୍ତ...

ଜାରକା ବସ୍‌ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର

କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍‌ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ବର୍ଷା, ଶର୍ମିଷ୍ଠାଙ୍କୁ ସ୍ବାଗତ ପାଇଁ ବିଜେଡିର ପ୍ରସ୍ତୁତି

ବଡ଼ଚଣା/ଛତିଆ,୨୫ା୪(ଦିଲୀପ କୁମାର ମହାନ୍ତି/ ସୌମ୍ୟ ରଞ୍ଜନ ସାହୁ)ଆସନ୍ତା ୨୬ ତାରିଖ ଶୁକ୍ରବାର ବଡ଼ଚଣା ବିଜେଡି ବିଧାୟକ ପ୍ରାର୍ଥିନୀ ବର୍ଷା ପ୍ରିୟଦର୍ଶିନୀ ଓ ଯାଜପୁର ସାଂସଦ ପ୍ରାର୍ଥତ୍ନୀ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri