ନଳକୂପ ପାଇପରୁ ନିର୍ମାଣ ହେଲା ଟାୱାର

ଦାରିଙ୍ଗବାଡ଼ି,୧୯।୧୦(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତରେ ଶୁକ୍ରବାର ସଂନ୍ଧ୍ୟା ୭ଟାରେ ବିଏସ୍‌ଏନ୍‌ଏଲ୍‌ ମୋବାଇଲ ସେବାର ଶୁଭାରମ୍ଭ ହୋଇଯାଇଛି। ଏହି ସେବା ତିଲୋରୀର ପ୍ରାୟ ୫ହଜାରରୁ ଉର୍ଦ୍ଧ୍ୱ ଲୋକ ପାଇବେ। ଅଞ୍ଚଳବାସୀ ମୋବାଇଲ ସେବା ପାଇଁ ଦୀର୍ଘଦିନ ହେଲା ଦାବି କରିଆସୁଥିଲେ ମଧ୍ୟ ହୋଇପାରୁନଥିଲା। ପଞ୍ଚାୟତ ପକ୍ଷରୁ ସରପଞ୍ଚ ବିଷ୍ଣୁଚରଣ ପ୍ରଧାନ ଜିଲା ଅଧିକାରୀଙ୍କ ସହ ଆଲୋଚନା କରି ନିଜସ୍ବ ଉଦ୍ୟମରେ ଏକ ଟାୱାର ନିର୍ମାଣ କରିଥିଲେ। ସେଠାରେ ବିଭାଗ ମୋବାଇଲ ସେବା ପାଇଁ ଆବଶ୍ୟକ ଯନ୍ତ୍ରପାତି ଲଗାଇ କାର୍ଯ୍ୟକ୍ଷମ କରି ଲୋକଙ୍କୁ ସେବା ଯୋଗାଇ ଦେଇଛି। ପଞ୍ଚାୟତ ଅଧୀନରେ ରହିଥିବା ନଳକୁଅ ମରାମତିରୁ ବାହାରିଥିବା ଖରାପ ପାଣି ପାଇପ୍‌ ଗୁଡ଼ିକୁ ନେଇ ଏହି ଟାୱାର ତିଆରି କରାଯାଇଛି। ଏହା ତିଆରି ପାଇଁ ମାତ୍ର ୨୫ ହଜାରଟଙ୍କା ଖର୍ଚ୍ଚ ହୋଇଥିବା ସରପଞ୍ଚ ବିଷ୍ଣୁଚରଣ ପ୍ରଧାନ କହିଛନ୍ତି। ଏନେଇ ସେ ବିଏସଏନଲର ଜିଲା ଅଧିକାରୀ ଏବଂ ବାଲିଗୁଡ଼ା ଉପଖଣ୍ଡ କାର୍ଯ୍ୟାଳୟର ଅଧିକାରୀ, କନ୍ଧମାଳ ଜିଲାପାଳ ଡ.ବୃନ୍ଦା ଡି ଏବଂ ଦାରିଙ୍ଗବାଡ଼ି ବିଡିଓ ଭକ୍ତବନ୍ଧୁ ଜନାର୍ଦ୍ଦନ ଦଳେଇଙ୍କୁ ସାଧୁବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡ଼ ପାଦଦେଶରେ ବେଆଇନ ଗୃହ ନିର୍ମାଣ ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ତହସିଲଦାର

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତରେ ରହିଥିବା ଐତିହ୍ୟ ତୀର୍ଥକ୍ଷେତ୍ର ଋଷିମାଳରେ ସଂରକ୍ଷିତ ଜଙ୍ଗଲକୁ ସାଧାରଣ ଲୋକଙ୍କ ପକ୍ଷରୁ ଜବରଦଖଲ କରାଯାଉଥିବା ନେଇ…

ସିଆଇଆଇର ଆଦର୍ଶ ମହିଳା ସମ୍ମାନରେ ସମ୍ମାନିତ ହେଲେ ଦାରିଙ୍ଗବାଡ଼ିର ସୁନାଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଅଞ୍ଚଳର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ାଙ୍କୁ ଦେଶ ସ୍ତରରେ ସିଆଇଆଇ ଆଦର୍ଶ ମହିଳା ସମ୍ମାନ ମିଳିବା ବ୍ରାହ୍ମଣୀଗାଁ ଅଞ୍ଚଳ…

ନିଜସ୍ବ ଗୃହକୁ ପ୍ରବେଶ କଲା ବଣିକ ସଙ୍ଘ: ସିମନବାଡ଼ିରେ ଗୃହ ପ୍ରତିଷ୍ଠା, ଉତ୍ସବ ସମ୍ପନ୍ନ

ଦାରିଙ୍ଗବାଡ଼ି,୧୫।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ସିମନବାଡ଼ି ମା’ ପାଟ୍ଟଖଣ୍ଡା ବଣିକ ସଙ୍ଘ ଶୁକ୍ରବାର ନିଜସ୍ବ ନୂତନ କୋଠାରେ ପ୍ରବେଶ କରିଛି। ଏହି ଅବସରରେ…

ବିଭିନ୍ନ ଦାବି ନେଇ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ, ଦାବିପତ୍ରରେ ଭୂମିହୀନଙ୍କୁ…

ଦାରିଙ୍ଗବାଡ଼ି,୧୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶୁକ୍ରବାର ଅଲ୍‌ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ବିଭିନ୍ନ ଦାବି ନେଇ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ…

ନିଶା ସେବନକୁ ବିରୋଧ କଲେ ପୁଅ, କୀଟନାଶକ ପିଇଦେଲେ ବାପା: ଆଉ ତା’ପରେ…

ଦାରିଙ୍ଗବାଡି, ୧୨।୫ (ଅରୁଣ ସାହୁ):ନିଶା ସେବନ କରି ଘରକୁ ଫେରିଥିଲେ ଜଣେ ବୃଦ୍ଧ। ଆଉ ନିଶା ସେବନକୁ ପୁଅ ବିରୋଧ କରିବାରୁ ବୃଦ୍ଧ ବାପା କୀଟନାଶକ ପିଇଦେଇ…

ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍‌

ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର…

ରାଜକିଶୋରଙ୍କ ପରିବାରକୁ ସହାୟତାର ହାତ ବଢାଇଲା ଗଣଶିକ୍ଷକ ସଂଘ

ଦାରିଙ୍ଗବାଡି,୧୧।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଣଶିକ୍ଷକ ସଂଘ ପକ୍ଷରୁ ସାଥି ଶିକ୍ଷକଙ୍କ ଦେହାନ୍ତ ପରେ ସହାୟତାର ହାତ ବଢ଼ାଇଲା ସାଙ୍ଗ ଏଭଳି ଘଟଣାକୁ ନେଇ…

ଆମ୍ବୁଲାନ୍ସ ଅଭାବ, ଗୁରୁତର ରୋଗୀ ହଟହଟା: ହସ୍ପିଟାଲରେ ଚାପା ଉତ୍ତେଜନା, ଧାରଣା ଦେବାକୁ…

ଦାରିଙ୍ଗବାଡି, ୯।୫ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ରେ ଆମ୍ବୁଲାନ୍ସ ଅଭାବ କୁ ନେଇ ଦେଖାଯାଇଛି ଉତ୍ତେଜନା। ଦିନ ଦ୍ବିପ୍ରହରରୁ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri