ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନାରୁ ବୁଧବାର ଭୋର ସମୟରେ ସୁମନ୍ତ ବେହେରାଙ୍କ ସ୍ତ୍ରୀ ଝିଲି ବେହେରା (୩୫) ଘର ପାଖ ନଳ କୂଅକୁ ପାଣି ଆଣିବାକୁ ଯାଇଥିଲେ। ପ୍ରବଳ ମାତ୍ରାରେ କୁହୁଡି ଥିବାରୁ ୨ ହାତ ଦୂରକୁ ଦେଖି ହୋଉ ନ ଥିବା ବେଳେ, ହଠାତ ଏକ ଦନ୍ତାହାତୀ ଝିଲିକୁ ଆକ୍ରମଣ କରିଥିଲା। ତାଙ୍କୁ ଶୁଣ୍ଢରେ କଚାଡ଼ି ଦେଇ ତାଙ୍କ ମୁଣ୍ଡ ଉପରେ ଚଢ଼ିଚାଲି ଯାଇଥିବାରୁ ଘଟଣାସ୍ଥଳରେ ଝିଲିଙ୍କ ମୃତ୍ୟୁହୋଇଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ।
ସୂଚ଼ନାଯୋଗ୍ୟ ଯେ, ଗତ ତିନିଦିନ ଧରି ଏହି ଅଞ୍ଚଳରେ ୩ ଟିକିଆ ହାତୀପଲ ଉତ୍ପାତ କରି ଆସୁଥିଲେ। ବନ ବିଭାଗ କର୍ମଚାରୀମାନେ ଘଉଡ଼େଇବାକୁ ଚେଷ୍ଟା ଜାରି ରଖିଥିଲେ ମଧ୍ୟ ସୋମବାର ଦିନ ଭୋର୍‌ ସମୟରେ ଜରାଓରପୁର ଗାଁରେ ଉତ୍ପାତ କରିବା ସହ ଜଟି ଭୋଇଙ୍କ ଗୁହାଳ ଘର ଭାଙ୍ଗି ଦେଇଥିଲାବେଳେ,ଅଳ୍ପକେ ଗୋରୁ ବଞ୍ଚି ଯାଇଥିଲେ। ତେବେ ଏନେଇ ବନ ବିଭାଗ ପାଖରେ ଖବର ଥିଲେ ସୁଦ୍ଧା ବିଭାଗର ଅବହେଳାରୁ ଆଜି ମହିଳାଙ୍କ ମୃତ୍ୟୁ ହୋଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏନେଇ ସ୍ଥାନୀୟ ଅଞ୍ଚଳ ଉତ୍ତେଜନା ସୃଷ୍ଟି ହୋଇ ଥିବାବେଳେ, ଗ୍ରାମବାସୀ ମାନେ ବନ୍ତଳା ଛକ ଠାରେ,ଅନୁଗୋଳ ଟିକରପଡ଼ା ଓ ପୁରୁଣା କଟକ ସମ୍ବଲପୁର ମୁଖ୍ୟ ରାସ୍ତାକୁ ଅବରୋଧ କରି ଆନ୍ଦୋଳନ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri