Posted inଖେଳ

ନଳିନୀକାନ୍ତ ସ୍ମାରକୀ ରାଜ୍ୟ ର଼୍ୟାଙ୍କିଙ୍ଗ୍‌ ବ୍ୟାଡ୍‌ମିଣ୍ଟନ ୨୮ରୁ

ଭୁବନେଶ୍ୱର, ୨୧।୧୧(କ୍ରୀଡ଼ା ପ୍ରତିନିଧି)- ଆମେଚର ବ୍ୟାଡ୍‌ମିଣ୍ଟନ କ୍ଲବ (ଏବିସି), ଭୁବନେଶ୍ୱର ଆନୁକୂଲ୍ୟରେ ୬ଷ୍ଠ ନଳିନୀକାନ୍ତ ମହାନ୍ତି ସ୍ମାରକୀ ରାଜ୍ୟ ଓପନ ର଼୍ୟାଙ୍କିଙ୍ଗ୍‌ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ଚଳିତମାସ ୨୮ ତାରିଖରେ ଆରମ୍ଭ ହେବ। ପୂର୍ବତନ ମନ୍ତ୍ରୀ ତଥା କ୍ରୀଡ଼ାପ୍ରେମୀ ନଳିନୀକାନ୍ତ ମହାନ୍ତିଙ୍କ ସ୍ମୃତିରେ ଆୟୋଜିତ ହୋଇ ଆସୁଥିବା ଏହି ପ୍ରତିଯୋଗିତା ଡିସେମ୍ବର ୧ ପର୍ଯ୍ୟନ୍ତ ଇଷ୍ଟକୋଷ୍ଟ ରେଲଓ୍ବେ ଇନ୍‌ଡୋର ଷ୍ଟାଡିୟମରେ ଅନୁଷ୍ଠିତ ହେବ। ବୁଧବାର ଆୟୋଜିତ ଖବରଦାତା ସମ୍ମିଳନୀରେ ପ୍ରତିଯୋଗିତା ପାଇଁ ଉଦ୍ଦିଷ୍ଟ ଖେଳାଳିଙ୍କ ଜର୍ସି ଉନ୍ମୋଚନ କରାଯାଇଛି। ଏଥର ଟୁର୍ନାମେଣ୍ଟ ମୋଟ ୧୩ଟି ବିଭାଗରେ ହେବ ବୋଲି ଆମେଚର ବ୍ୟାଡ୍‌ମିଣ୍ଟନ କ୍ଲବର ସାଧାରଣ ସମ୍ପାଦକ ଚଣ୍ଡି ପ୍ରସାଦ ଦାସ ସୂଚନା ଦେଇଛନ୍ତି। ସେଗୁଡ଼ିକ ହେଲା ସିନିୟର ମହିଳା ସିଙ୍ଗଲ୍ସ ଓ ଡବଲ୍ସ, ପୁରୁଷ ସିଙ୍ଗଲ୍ସ ଓ ଡବଲ୍ସ, ୧୯ ବର୍ଷରୁ କମ୍‌ ବାଳକ ସିଙ୍ଗଲ୍ସ ଓ ଡବଲ୍ସ, ୧୭ ବର୍ଷରୁ କମ୍‌ ବାଳକ ସିଙ୍ଗଲ୍ସ ଓ ଡବଲ୍ସ, ୧୭ ବର୍ଷରୁ କମ୍‌ ବାଳିକା ସିଙ୍ଗଲ୍ସ, ୧୫ ବର୍ଷରୁ କମ୍‌ ବାଳକ ସିଙ୍ଗଲ୍ସ, ବାଳିକା ସିଙ୍ଗଲ୍ସ, ୪୫ ବର୍ଷରୁ ଊର୍ଦ୍ଧ୍ୱ ପୁରୁଷ ଭେଟେରାନ ଡବଲ୍ସ ଏବଂ ମିକ୍ସ ଡବଲ୍ସ।
ପ୍ରତିଯୋଗିତା ପାଇଁ ମୋଟ ୩ ଲକ୍ଷ ୫୦ ହଜାର ଟଙ୍କାର ପୁରସ୍କାର ରାଶି ରଖାଯାଇଛି। ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଆସୋସିଏଶନର ନିୟମ ଅନୁସାରେ ଏହି ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିଥିବା ପ୍ରତିଯୋଗୀମାନଙ୍କୁ ପ୍ରଦର୍ଶନ ଅନୁସାରେ ର଼୍ୟାଙ୍କିଙ୍ଗ୍‌ ପ୍ରଦାନ କରାଯିବ। ଜଣେ ପ୍ରତିଯୋଗୀ କେବଳ ୨ଟି ଇଭେଣ୍ଟରେ ଅଂଶଗ୍ରହଣ କରି ପାରିବ। ସିଙ୍ଗଲ୍ସ ଲାଗି ୫୦୦ ଓ ଡବଲ୍ସ ପାଇଁ ୧୦୦୦ଟଙ୍କାର ଏଣ୍ଟ୍ରି ଫି ଧାର୍ଯ୍ୟ କରାଯାଇଛି। ଗତବର୍ଷ ପ୍ରତିଯୋଗିତାରେ ମୋଟ ୩୭୬ ପ୍ରତିଯୋଗୀ ଭାଗ ନେଇଥିଲେ। ଏଥର ବୁଧବାରସୁଦ୍ଧା ୨୪୦ ଏଣ୍ଟ୍ରି ମିଳିସାରିଥିବାରୁ ୪୦୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ ଭାଗନେବା ସମ୍ଭାବନା ରହିଛି ବୋଲି ଚଣ୍ଡିପ୍ରସାଦ କହିଛନ୍ତି। ମୁଖ୍ୟ ପୁରସ୍କାର ବ୍ୟତୀତ ପ୍ଲେୟର ଅଫ୍‌ ଦି ଟୁର୍ନାମେଣ୍ଟ ଏବଂ ଶ୍ରେଷ୍ଠ ଉଦୀୟମାନ ଖେଳାଳି ପୁରସ୍କାର ମଧ୍ୟ ପ୍ରଦାନ କରାଯିବ। ଗତ ସଂସ୍କରଣର ମହିଳା ବିଭାଗରେ କ୍ରିଷ୍ଣା ବରୋ ଓ ପୁରୁଷରେ ମୁରଲୀକ୍ରିଷ୍ଣା ଚାମ୍ପିୟନ ହୋଇଥିଲେ। ଏଥର ଉଦ୍‌ଯାପନୀ ଉତ୍ସବରେ ଅର୍ଜୁନ ପୁରସ୍କାରପ୍ରାପ୍ତ ପାରାଆଥଲେଟ୍‌ ପ୍ରମୋଦ ଭଗତଙ୍କୁ ସମ୍ମର୍ଦ୍ଧିତ କରାଯିବ ବୋଲି ସେ ପ୍ରକାଶ କରିଛନ୍ତି। ଉକ୍ତ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଆୟୋଜକ କ୍ଲବର ସଭାପତି ପୃଥ୍ବୀବଲ୍ଲଭ ପଟ୍ଟନାୟକ, କାର୍ଯ୍ୟକାରୀ ସଭାପତି ବିବେକାନନ୍ଦ ମିଶ୍ର, ସିନିୟର ଉପସଭାପତି କମଲ ଲୋଚନ ମହାନ୍ତି, କାର୍ଯ୍ୟକାରିଣୀ ସଦସ୍ୟ ବିକ୍ରମ କେଶରୀ ମହାନ୍ତି ଓ ଅନ୍ୟ ସଭ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri