ଭୁବନେଶ୍ୱର, ୨୯।୧୧(କ୍ରୀଡ଼ା ପ୍ରତିନିଧି)- ଆମେଚର ବ୍ୟାଡ୍ମିଣ୍ଟନ କ୍ଲବ ଆନୁକୂଲ୍ୟରେ ୬ଷ୍ଠ ନଳିନୀକାନ୍ତ ମହାନ୍ତି ସ୍ମାରକୀ ରାଜ୍ୟ ଓପନ ର଼୍ୟାଙ୍କିଙ୍ଗ୍ ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟ ଗୁରୁବାର ଇଷ୍ଟକୋଷ୍ଟ ରେଲଓ୍ବେ ଇନ୍ଡୋର ଷ୍ଟାଡିୟମରେ ଆରମ୍ଭ ହୋଇଛି। ୫୦ ମହିଳାଙ୍କ ସମେତ ପ୍ରତିଯୋଗିତାରେ ମୋଟ ୩୮୧ ପ୍ରତିଯୋଗୀ ଅଂଶଗ୍ରହଣ କରିଛନ୍ତି। ପୁରୁଷ ସିଙ୍ଗଲ୍ସରେ ସର୍ବାଧିକ ୮୯ ପ୍ରତିଯୋଗୀ ଭାଗ ନେଇଛନ୍ତି। ପୁରୁଷ ସିଙ୍ଗଲ୍ସ, ଡବଲ୍ସ, ୧୫, ୧୭ ଓ ୧୯ ବର୍ଷରୁ କମ୍ ବାଳକ ବିଭାଗ ମ୍ୟାଚ ଆରମ୍ଭ ହୋଇ ଯାଇଛି। ୪ ଦିନିଆ ଏହି ପ୍ରତିଯୋଗିତାରେ ୧୩ଟି ବିଭିନ୍ନ କାଟେଗୋରିରେ ମୁକାବିଲା ହେବ। ରାଜ୍ୟ ବ୍ୟାଡ୍ମିଣ୍ଟନ ଆସୋସିଏଶନ ସ୍ବିକୃତିପ୍ରାପ୍ତ ଏହି ର଼୍ୟାଙ୍କିଙ୍ଗ୍ ଟୁର୍ନାମେଣ୍ଟ ପାଇଁ ୩.୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ରଖା ଯାଇଛି। ଉଦ୍ଯାପନୀ ଉତ୍ସବରେ ଅର୍ଜୁନ ପୁରସ୍କାରପ୍ରାପ୍ତ ପ୍ରମୋଦ ଭଗତଙ୍କୁ ସମ୍ବର୍ଦ୍ଧିତ କରାଯିବ ବୋଲି ଆୟୋଜକଙ୍କ ପକ୍ଷରୁ ପ୍ରକାଶ କରାଯାଇଛି। ଅନୁଗୋଳ-ସୁକିନ୍ଦା ରେଲଓ୍ବେ ଏମ୍ଡି ଦିଲୀପ ସାମନ୍ତରାୟ ଓ ଫାଲକନ ମାରାଇନର ପ୍ରତିଷ୍ଠାତା ଅଧ୍ୟକ୍ଷ ତାରାରଞ୍ଜନ ପଟ୍ଟନାୟକ ପ୍ରତିଯୋଗିତାକୁ ଉଦ୍ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଆସୋସିଏଶନ ସଭାପତି ପୃଥ୍ବୀବଲ୍ଲଭ ପଟ୍ଟନାୟକ, କାର୍ଯ୍ୟକାରୀ ସଭାପତି ବିବେକାନନ୍ଦ ମିଶ୍ର, ଉପସଭାପତି କମଳଲୋଚନ ମହାନ୍ତି, ସାଧାରଣ ସମ୍ପାଦକ ଚଣ୍ଡି ପ୍ରସାଦ ଦାସ, ବିକ୍ରମ କେଶରୀ ମହାନ୍ତି ଓ ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ।
ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ
ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...
VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…
ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...
ସସପେନ୍ସ ଶେଷ! ୨୦୨୭ ବିଶ୍ୱକପ ଖେଳିବେ କି ବିରାଟ କୋହଲି, କୋଚ କରିଦେଲେ ବଡ଼ ଖୁଲାସା
ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ...
‘ସେ ତେନ୍ଦୁଲକର ଥିଲେ…’ Vaibhav Suryavanshiଙ୍କୁ ଭାରତୀୟ ଟିମରେ ସ୍ଥାନ ଦିଆଯାଉ, BCCI ନିକଟରେ ବଡ଼ ଦାବି କଲେ ଥରୁର
ନୂଆଦିଲ୍ଲୀ,୨୫।୧୨: କଂଗ୍ରେସ ଏମପି ଶଶି ଥରୁର ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିଭାକୁ କିମ୍ବଦନ୍ତୀ ବ୍ୟାଟସମ୍ୟାନ ସଚିନ ତେନ୍ଦୁଲକରଙ୍କ ସହ ତୁଳନା କରିଛନ୍ତି। ଥରୁର BCCIକୁ ୧୪ ବର୍ଷୀୟ...
RCB ଖେଳାଳିଙ୍କ ବିରୋଧରେ ବୟସ ଜାଲିଆତି ଅଭିଯୋଗ, ସୂଚନା ପାଇଲା ବିସିସିଆଇ ଦୁର୍ନୀତି ନିବାରଣ ୟୁନିଟ
ନୂଆଦିଲ୍ଲୀ,୨୫।୧୨: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମ ଥର ପାଇଁ IPL ୨୦୨୫ରେ ଚାମ୍ପିଅନ ହୋଇଥିଲା। ଏବେ, ଫ୍ରାଞ୍ଚାଇଜ IPL ୨୦୨୬ପାଇଁ ପ୍ରସ୍ତୁତ ହେଉଛି। ଡିସେମ୍ବର ୧୬ରେ...
IPL 2026 ପ୍ଲେଅଫରେ ପହଞ୍ଚିବ କେଉଁ ୪ଟି ଟିମ୍? ବଡ଼ ଭବିଷ୍ୟବାଣୀ କଲେ ପୂର୍ବତନ କ୍ରିକେଟର!
ନୂଆଦିଲ୍ଲୀ,୨୫।୧୨: IPL 2026 ଖେଳାଳିଙ୍କ ମିନି-ନିଲାମ ନିକଟରେ ଶେଷ ହୋଇଛି। ଡିସେମ୍ବର ୧୬ରେ ଆବୁଧାବିରେ IPL ମିନି-ନିଲାମ ହୋଇଥିଲା, ଯେଉଁଥିରେ ୨୯ ବିଦେଶୀ ଖେଳାଳିଙ୍କ ସମେତ...
IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍? ୫ କୋଟିରେ ରିଟେନ କରିଛି…
ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...
Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…
ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...
Archives


