ଭୁବନେଶ୍ୱର, ୨୯।୧୧(କ୍ରୀଡ଼ା ପ୍ରତିନିଧି)- ଆମେଚର ବ୍ୟାଡ୍ମିଣ୍ଟନ କ୍ଲବ ଆନୁକୂଲ୍ୟରେ ୬ଷ୍ଠ ନଳିନୀକାନ୍ତ ମହାନ୍ତି ସ୍ମାରକୀ ରାଜ୍ୟ ଓପନ ର଼୍ୟାଙ୍କିଙ୍ଗ୍ ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟ ଗୁରୁବାର ଇଷ୍ଟକୋଷ୍ଟ ରେଲଓ୍ବେ ଇନ୍ଡୋର ଷ୍ଟାଡିୟମରେ ଆରମ୍ଭ ହୋଇଛି। ୫୦ ମହିଳାଙ୍କ ସମେତ ପ୍ରତିଯୋଗିତାରେ ମୋଟ ୩୮୧ ପ୍ରତିଯୋଗୀ ଅଂଶଗ୍ରହଣ କରିଛନ୍ତି। ପୁରୁଷ ସିଙ୍ଗଲ୍ସରେ ସର୍ବାଧିକ ୮୯ ପ୍ରତିଯୋଗୀ ଭାଗ ନେଇଛନ୍ତି। ପୁରୁଷ ସିଙ୍ଗଲ୍ସ, ଡବଲ୍ସ, ୧୫, ୧୭ ଓ ୧୯ ବର୍ଷରୁ କମ୍ ବାଳକ ବିଭାଗ ମ୍ୟାଚ ଆରମ୍ଭ ହୋଇ ଯାଇଛି। ୪ ଦିନିଆ ଏହି ପ୍ରତିଯୋଗିତାରେ ୧୩ଟି ବିଭିନ୍ନ କାଟେଗୋରିରେ ମୁକାବିଲା ହେବ। ରାଜ୍ୟ ବ୍ୟାଡ୍ମିଣ୍ଟନ ଆସୋସିଏଶନ ସ୍ବିକୃତିପ୍ରାପ୍ତ ଏହି ର଼୍ୟାଙ୍କିଙ୍ଗ୍ ଟୁର୍ନାମେଣ୍ଟ ପାଇଁ ୩.୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ରଖା ଯାଇଛି। ଉଦ୍ଯାପନୀ ଉତ୍ସବରେ ଅର୍ଜୁନ ପୁରସ୍କାରପ୍ରାପ୍ତ ପ୍ରମୋଦ ଭଗତଙ୍କୁ ସମ୍ବର୍ଦ୍ଧିତ କରାଯିବ ବୋଲି ଆୟୋଜକଙ୍କ ପକ୍ଷରୁ ପ୍ରକାଶ କରାଯାଇଛି। ଅନୁଗୋଳ-ସୁକିନ୍ଦା ରେଲଓ୍ବେ ଏମ୍ଡି ଦିଲୀପ ସାମନ୍ତରାୟ ଓ ଫାଲକନ ମାରାଇନର ପ୍ରତିଷ୍ଠାତା ଅଧ୍ୟକ୍ଷ ତାରାରଞ୍ଜନ ପଟ୍ଟନାୟକ ପ୍ରତିଯୋଗିତାକୁ ଉଦ୍ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଆସୋସିଏଶନ ସଭାପତି ପୃଥ୍ବୀବଲ୍ଲଭ ପଟ୍ଟନାୟକ, କାର୍ଯ୍ୟକାରୀ ସଭାପତି ବିବେକାନନ୍ଦ ମିଶ୍ର, ଉପସଭାପତି କମଳଲୋଚନ ମହାନ୍ତି, ସାଧାରଣ ସମ୍ପାଦକ ଚଣ୍ଡି ପ୍ରସାଦ ଦାସ, ବିକ୍ରମ କେଶରୀ ମହାନ୍ତି ଓ ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ।
ବିରାଟ-ଗିଲ୍ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍ରେ ହାରିଲା ୱେଷ୍ଟଇଣ୍ଡିଜ
ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍ରେ ଖେଳାଯାଇଥିବା ମ୍ୟାଚ୍ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…
ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….
ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…
ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା
କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…
ଗମ୍ଭୀରଙ୍କ ସହ ସିରାଜଙ୍କ ଝଗଡ଼ା! କ୍ରିକେଟ ଜଗତରେ ଛାଇଗଲା ଖବର, ଏହି କାରଣ ପାଇଁ…
ନୂଆଦିଲ୍ଲୀ,୨୭।୯: ଥିରଭାନନ୍ତପୁରମରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ହେଲେ ଭାରତୀୟ ବୋଲରମାନେ ଦଳକୁ ଭଲ ଆରମ୍ଭ ଦେଇପାରିନଥିଲେ। ଏହାରି…
ଟିମ ଇଣ୍ଡିଆରୁ ଆସିଲା ବଡ଼ ଖବର: ଶୁଣିଲେ ଖୁସି ହୋଇଯିବେ ବୈଭବ
ନୂଆଦିଲ୍ଲୀ,୨୭।୯: ଏସିଆନ ଗେମ୍ସରେ ମହିଳା କ୍ରିକେଟ ଟିମ ଜବରଦସ୍ତ ପ୍ରଦର୍ଶନ କରିଛି। ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ଭାରତୀୟ ମହିଳା ଟିମ ସ୍ବର୍ଣ୍ଣ ପଦକ ଜିତିଛି। ଏବେ…
ବିରାଟଙ୍କ ନାଁରେ ବଡ଼ ଉପଲବ୍ଧି, ଏହି ଖେଳାଳିଙ୍କ ୨୮ ବର୍ଷର ରେକର୍ଡ ଭାଙ୍ଗି ରଚିଲେ ଇତିହାସ
ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ODI ସିରିଜ୍ର ପ୍ରଥମ ମ୍ୟାଚ୍ରେ ମଇଦାନକୁ ଓହ୍ଲାଇବା ସହ ନୂଆ ଇତିହାସ ରଚିଛନ୍ତି ବିରାଟ କୋହଲି । ତିରୁଭାନନ୍ତପୁରମର ଗ୍ରୀନ୍ଫିଲ୍ଡ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍ରେ…
ସଚିନ ତେନ୍ଦୁଲକରଙ୍କ ୧୯ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିବାକୁ ପ୍ରସ୍ତୁତ ବିରାଟ, ଅପେକ୍ଷାରେ ଦର୍ଶକେ
ନୂଆଦିଲ୍ଲୀ,୨୭।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ରବିବାର ତିରୁଭାନନ୍ତପୁରମରେ ଖେଳାଯିବ। ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଅପରାହ୍ନ ୨ଟାରେ ଏହି ମ୍ୟାଚ ଆରମ୍ଭ ହେବାର…
ମୁଥୁଟ ଫିନକର୍ପ (Muthoot Fincorp) ସହିତ ଏକ ନୂତନ ଅଧ୍ୟାୟ ଆରମ୍ଭ କରିଛି BCCI, ଜାଣନ୍ତୁ ଏହା କ’ଣ
ନୂଆଦିଲ୍ଲୀ,୨୭।୯: ଭାରତୀୟ କ୍ରିକେଟ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ବରୂପ, ‘ମୁଥୁଟ ଫିନକର୍ପ ଲିମିଟେଡ’ (Muthoot Fincorp Limited) ଭାରତରେ ଖେଳାଯାଉଥିବା ଘରୋଇ କ୍ରିକେଟ ମ୍ୟାଚଗୁଡ଼ିକ ପାଇଁ…

