Posted inଖେଳ

ନଳୀନିକାନ୍ତ ସ୍ମାରକୀ ରାଜ୍ୟ ବ୍ୟାଡ୍‌ମିଣ୍ଟନ ଉଦ୍‌ଯାପିତ: ଶ୍ରୁତି, ସ୍ବାଧୀନ ଚାମ୍ପିୟନ

ଭୁବନେଶ୍ୱର, ୨।୧୨(କ୍ରୀଡ଼ା ପ୍ରତିନିଧି)- ଆମେଚର ବ୍ୟାଡ୍‌ମିଣ୍ଟନ କ୍ଲବ ଆନୁକୂଲ୍ୟରେ ଇଷ୍ଟକୋଷ୍ଟ ରେଲଓ୍ବେ ଇନ୍‌ଡୋର ଷ୍ଟାଡିୟମରେ ୬ଷ୍ଠ ନଳିନୀକାନ୍ତ ମହାନ୍ତି ସ୍ମାରକୀ ରାଜ୍ୟ ଓପନ ର଼୍ୟାଙ୍କିଙ୍ଗ୍‌ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଛି। ଏହାର ମହିଳା ସିଙ୍ଗଲ୍ସରେ କଟକର ଶ୍ରୁତି ସ୍ବାଇଁ ଏବଂ ପୁରୁଷରେ ଭୁବନେଶ୍ୱରର ସ୍ବାଧୀନ ଗୌଡ଼ା ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ଶ୍ରୁତି ୨୧-୯, ୨୧-୧୨ ପଏଣ୍ଟରେ ସମ୍ବଲପୁରର ପ୍ରସନ୍ନା ଦାସଙ୍କୁ ପରାସ୍ତ କରିଥିଲେ। ସେହିପରି ସ୍ବାଧୀନ ଟାଇଟଲ ମୁକାବିଲାରେ କେ. ମୂରଲୀକ୍ରିଷ୍ଣାଙ୍କୁ ୨୧-୧୭, ୨୧-୧୩ ପଏଣ୍ଟରେ ହରାଇଥିଲେ। ଅନ୍ୟ ବିଭାଗ ଗୁଡ଼ିକ ମଧ୍ୟରେ ୧୫ ବର୍ଷରୁ କମ୍‌ ବାଳକ ସିଙ୍ଗଲ୍ସରେ ବାଲେଶ୍ୱରର ଆର୍ଯ୍ୟା ମାଝୀ, ବାଳିକାରେ ସମ୍ବଲପୁରର ଶ୍ରେୟା ବିଶ୍ୱାଳ, ୧୭ ବର୍ଷରୁ କମ୍‌ ବାଳକ ସିଙ୍ଗଲ୍ସରେ ସମ୍ବଲପୁରର ତୌସିଫ ଖାଁ, ବାଳିକାରେ ଶ୍ରୁତି, ବାଳକ ଡବଲ୍ସରେ ଭୁବନେଶ୍ୱରର ଅଭିଜିତ ମହାରଣା ଓ ଅମୃତ ମହାନ୍ତି ଚାମ୍ପିୟନ ହୋଇଛନ୍ତି। ୧୯ ବର୍ଷରୁ କମ୍‌ ବାଳକ ସିଙ୍ଗଲ୍ସରେ ସମ୍ବଲପୁରର ନନ୍ଦିଶ ପୋଦ୍ଦାର, ଡବଲ୍ସରେ ଅବିନାଶ ମହାନ୍ତି-ନନ୍ଦିଶ ପୋଦ୍ଦାର, ପୁରୁଷ ଡବଲ୍ସରେ ଜ୍ଞାନ ଚାନ୍ଦ- ମାନସ ରାଉତରାୟ, ମହିଳା ଡବଲ୍ସରେ କ୍ରିଷ୍ଣିକା ବିରୋକ-ଶ୍ୱେତପର୍ଣ୍ଣା ପଣ୍ଡା ଟାଇଟଲ ହାସଲ କରିଛନ୍ତି। ମିକ୍ସଡ ଡବଲ୍ସରେ ଅନୁଜଦାସ ମହାପାତ୍ର-ଅବିନାଶ ମହାନ୍ତି ଏବଂ ୪୫ ବର୍ଷରୁ ଊର୍ଦ୍ଧ୍ୱ ଭେଟେରାନ ଡବଲ୍ସରେ ଗୁରୁଙ୍ଗ ତେଜ-ପ୍ରଶାନ୍ତ କୁମାର ବେହେରା ଯୋଡ଼ି ଚାମ୍ପିୟନ ହୋଇଛନ୍ତି। ଚାମ୍ପିୟନ ଓ ରନର୍ସଅପ୍‌ ପ୍ରତିଯୋଗୀଙ୍କ ବ୍ୟତୀତ ୩ ବାଳକ ତୌସିକ ଖାଁ, ଆୟୂଷ ଦାସ, ପାଥ୍ର ସାରଥି ମିଶ୍ର ଏବଂ ଜଣେ ବାଳିକା ପ୍ରସନ୍ନା ଦାସଙ୍କୁ ଉଦୀୟମାନ ଖେଳାଳି ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ବିଶ୍ୱ ପାରାବ୍ୟାଡ୍‌ମିଣ୍ଟନ ଚାମ୍ପିୟନ ତଥା ଅର୍ଜୁନ ପୁରସ୍କାରପ୍ରାପ୍ତ ପ୍ରମୋଦ ଭଗତଙ୍କୁ ଏହି ଅବସରରେ ସମ୍ବର୍ଦ୍ଧିତ କରାଯାଇଥିଲା। ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ, ଉପମୁଖ୍ୟ ସଚେତକ ତଥା ଓଡ଼ିଶା ରାଜ୍ୟ ବ୍ୟାଡ୍‌ମିଣ୍ଟନ ଆସୋସିଏଶନ ସଭାପତି ରୋହିତ ପୂଜାରୀ, ଅନୁଗୋଳ-ସୁକିନ୍ଦା ରେଲଓ୍ବେ ପ୍ରକଳ୍ପ ଏମ୍‌ଡି ଦିଲୀପ କୁମାର ସାମନ୍ତରାୟ, ଇଷ୍ଟକୋଷ୍ଟ ରେଲଓ୍ବେ ଜିଏମ୍‌ ବିଦ୍ୟା ଭୂଷଣ ପ୍ରମୁଖ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ଆୟୋଜକ ଆମେଚର ବ୍ୟାଡ୍‌ମିଣ୍ଟନ କ୍ଲବର ସଭାପତି ପୃଥ୍ବୀ ବଲ୍ଲଭ ପଟ୍ଟନାୟକ, କାର୍ଯ୍ୟକାରୀ ସଭାପତି ବିବେକାନନ୍ଦ ମିଶ୍ର, ସମ୍ପାଦକ ଚଣ୍ଡି ପ୍ରସାଦ ଦାସ ଓ ଅନ୍ୟ କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

ICC ପ୍ଲେୟର ଅଫ ଦ ମନ୍ଥ ଆୱାର୍ଡ ଘୋଷଣା: ପୁରୁଷ-ମହିଳା ବର୍ଗରେ ବାଜି ମାରିଲେ ୨ ଭାରତୀୟ ଖେଳାଳି, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ, ୧୩।୧୦: ସେପ୍ଟେମ୍ବର ମାସରେ ଭାରତୀୟ କ୍ରିକେଟର୍ସଙ୍କ ଜଲୱା ଦେଖିବାକୁ ମିଳିଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପକ୍ଷରୁ ‘ପ୍ଲେୟର ଅଫ ଦ ମନ୍ଥ’ ପୁରସ୍କାର ଘୋଷଣା…

‘ଗୌତମ ଗମ୍ଭୀର ଜଣେ ଏକଛତ୍ରବାଦୀ’: କିଏ ଆଉ କାହିଁକି କହିଲେ ଏମିତି, ଯାହାକୁ ନେଇ କ୍ରିକେଟ ଜଗତରେ ବଢୁଛି ଆଲୋଚନା

ନୂଆଦିଲ୍ଲୀ,୧୩।୧୦: ଯଦିଓ ଯୁବ ଭାରତୀୟ କ୍ରିକେଟ ତାରକା ବୈଭବ ସୂର୍ଯ୍ୟବଂଶୀ T20 ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିସାରିଛନ୍ତି, ତଥାପି ‘ପ୍ଲେଇଂ ଇଲେଭେନ’ (ଖେଳୁଥିବା ଏକାଦଶ ଦଳ) ରେ…

୨୦୨୭ ବିଶ୍ୱକପ ଖେଳିବେ ନା ନାହିଁ ରୋହିତ-ବିରାଟ? ଶେଷରେ ବଡ଼ ବୟାନ ଦେଲା BCCI, ପ୍ରଶଂସକ ଶୁଣିଲେ…

ନୂଆଦିଲ୍ଲୀ,୧୩।୧୦: ରୋହିତ ଶର୍ମା ଏବଂ ବିରାଟ କୋହଲି ଭାରତୀୟ ଦିନିକିଆ ଦଳର ଗୁରୁତ୍ୱପୂର୍ଣ୍ଣ ଖେଳାଳି। କିଛି ମାସ ପୂର୍ବରୁ ଉଭୟ ୨୦୨୭ ଦିନିକିଆ ବିଶ୍ୱକପ ଖେଳିବେ କି…

କ୍ରିକେଟ ଜଗତରେ ଶୋକର ଛାୟା, ମାତ୍ର ୩୬ ବର୍ଷ ବୟସରେ ଚୀର ନିଦ୍ରାରେ ଶୋଇଗଲେ ଏହି ଆନ୍ତର୍ଜାତୀୟ ଅମ୍ପାୟାର

ନୂଆଦିଲ୍ଲୀ,୧୩।୧୦: ଜିମ୍ବାୱେ ମହିଳା କ୍ରିକେଟ ଦଳର ପୂର୍ବତନ ଦ୍ରୁତ ବୋଲର୍‌ ତଥା ଅମ୍ପାୟାର୍‌ ସାରା ଡାମ୍ବାନେଭାନାଙ୍କ ୩୬ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ମାସ ଧରି…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌: ଭାଙ୍ଗିଲେ କୋହଲିଙ୍କ ରେକର୍ଡ

ନୂଆଦିଲ୍ଲୀ,୧୩।୧୦: କୌଣସି ଖେଳାଳିଙ୍କ ପାଇଁ ପ୍ରଥମ ଥର ଟେଷ୍ଟ ଦଳର ଅଧିନାୟକ ହେବା ଏକ ବଡ଼ ଆହ୍ବାନ। କିନ୍ତୁ ଆଫଗାନିସ୍ତାନର ରହମତ ଶାହ ଏହି ଦାୟିତ୍ୱକୁ ସ୍ମରଣୀୟ…

ବୈଭବଙ୍କ ରହସ୍ୟମୟ ପୋଷ୍ଟକୁ ନେଇ ହଇଚଇ: ଦେଲେ ଏଭଳି ସଙ୍କେତ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୩।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ T20I ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ଖେଳିବାର ସୁଯୋଗ ମିଳିନାହିଁ। ଟିମ ଇଣ୍ଡିଆର ମ୍ୟାନେଜମେଣ୍ଟ ସଞ୍ଜୁ ସାମସନଙ୍କ ଉପରେ ଭରସା ଦେଖାଇଛି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?