ନହକା ଛକକୁ ପରିବା ବଜାର ସ୍ଥାନାନ୍ତର

ଯାଜପୁର ଅଫିସ,୨୮ା୩: ଯାଜପୁର ଜିଲାର ଅନ୍ୟତମ ସହର ବ୍ୟାସନଗର ଗ୍ରୀନ୍‌ ମାର୍କେଟସ୍ଥିତ ପରିବା ବଜାରରେ ଆବଶ୍ୟକ ସ୍ଥାନ ଅଭାବରୁ ଗ୍ରାହକଙ୍କ ମଧ୍ୟରେ ସାମାଜିକ ଦୂରତା ବଜାୟ ରହି ପାରୁ ନ ଥିଲା। ଫଳରେ ଏଠାରେ କରୋନା ସଂକ୍ରମଣର ଆଶଙ୍କା କରି ସହରର ଏକାଧିକ ବୁଦ୍ଧିଜୀବୀ ଏହି ପରିବା ମାର୍କେଟକୁ ନରସିଂହ ଚୌଧୁରୀ ହାଇସ୍କୁଲ ପଡ଼ିଆ କିମ୍ବା ଗୋଶାଳା ପଡିଆକୁ ସ୍ଥାନାନ୍ତର କରିବାକୁ ଦାବି କରିଥିଲେ। କିନ୍ତୁ ଜିଲା ପ୍ରଶାସନ ପରିବା ବଜାରକୁ ନହକା ଛକଠାରୁ ଚୋର୍ଦ୍ଦା ଛକ ପର୍ଯ୍ୟନ୍ତ ରାସ୍ତା କଡରେ ପରିବା ବିକିବାକୁ ନିଷ୍ପତ୍ତି ନେଇଛି। ଶୁକ୍ରବାର ଏହାକୁ କାର୍ଯ୍ୟକାରୀ ମଧ୍ୟ କରାଯାଇଛି। ସନ୍ଧ୍ୟାରେ ଜିଲାପାଳ ରଞ୍ଜନ କୁମାର ଦାଶଙ୍କ ନେତୃତ୍ୱରେ ଗ୍ରାହକଙ୍କ ମଧ୍ୟରେ ଦୂରତା ବଜାୟ ରଖିବା ନିମନ୍ତେ ବୃତ୍ତ ଚିହ୍ନ କରାଯାଇଛି। ପରିବା ବିକ୍ରୟ ସମୟରେ ସେହି ରାସ୍ତାରେ ଗାଡ଼ି ଚଳାଚଳ ବନ୍ଦ ରହିବ ବୋଲି କୁହାଯାଇଛି। ଅନ୍ୟପକ୍ଷରେ କରୋନା ସଂକ୍ରମଣ ଆଶଙ୍କା କରି ଯାଜପୁର ସହରର ଆରଏମସି ଓ ମୋଟରଙ୍ଗାପାଳ ହାଟକୁ ବାଳାଶ୍ରମ ପଡିଆକୁ ଉଠାଇ ନିଆଯାଇଛି। ବାଳାଶ୍ରମ ପଡିଆର ବିଶାଳ ସ୍ଥାନରେ ଏହି ପରିବା ଓ ମାଛ ମାର୍କେଟ ଆରମ୍ଭ ହେବାରୁ ଗ୍ରାହକଙ୍କ ମଧ୍ୟରେ ସାମାଜିକ ଦୂରତା ସହଜରେ ହୋଇ ପାରିଛି। ଗୁରୁବାର ଜିଲା ପ୍ରଶାସନ ପକ୍ଷରୁ ଡାକବାଜି ଯନ୍ତ୍ର, ନୋଟିସ ମାଧ୍ୟମରେ ବ୍ୟବସାୟୀ ଓ ଶ୍ରମିକମାନଙ୍କୁ ଏନେଇ ଅବଗତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri