ନାଉଗଁ। ବ୍ଲକରେ ଜିଲାପାଳଙ୍କ ଜନଶୁଣାଣି ଶିବିର

ନାଉଗଁ।,୧୨ା୧୧(ସ୍ବ.ପ୍ର.): ନାଉଗଁା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଜିଲାପାଳଙ୍କ ଯୁଗ୍ମ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସଂଗ୍ରାମକେଶରୀ ମହାପାତ୍ର ଯୋଗଦେଇ ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। ଶିବିରରେ ମୋଟ୍‌ ୨୫୭ ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିରୁ ଗ୍ରାମ୍ୟ ସମସ୍ୟା ୮, ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ସହାୟତା ପାଇଁ ୩, ଆବାସ ଯୋଜନା ସମ୍ପର୍କିତ ୧୬୭, ଭତ୍ତା ୧୬, ଖାଉଟି ସାମଗ୍ରୀ ୨୯, ଆଇନ ସହାୟତା ୩, ଫନୀ ସହାୟତା ୧୩ ଓ ଅନ୍ୟାନ୍ୟ ୧୩ ଅଭିଯୋଗ ରହିଥିଲା। ଅଭିଯୋଗଗୁଡ଼ିକ ମଧ୍ୟରୁ ୫ଟିର ତତ୍କାଳ ସମାଧାନ କରାଯାଇଥିଲା। ଅନ୍ୟଅଭିଯୋଗ ଗୁଡ଼ିକର ଶୀଘ୍ର ସମାଧାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ।
ନାଉଗଁା ବ୍ଲକରେ ଥିବା ଆଧାର କାର୍ଡ କେନ୍ଦ୍ର ବନ୍ଦ ରହିଛି। ଫଳରେ ଲୋକେ ଆଧାର କାର୍ଡ କରିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେଣୁ ଆଉ ଏକ କେନ୍ଦ୍ର ଖୋଲିବା ପାଇଁ ବାଂଶ ପଞ୍ଚାୟତର ଅଜୟ ଦାସ ଅଭିଯୋଗ କରିଥିଲେ। ଜିଲାପାଳ ଶୀଘ୍ର ଏଦିଗରେ ପଦକ୍ଷେପ ନିଆଯିବ ବୋଲି କହିଥିଲେ। ପାରାଦୀପ ପୋର୍ଟର ପୂର୍ବତନ ଟ୍ରଷ୍ଟି ପ୍ରତାପ ମିଶ୍ର ଗରିବ ହିତାଧିକାରୀଙ୍କୁ ଚିହ୍ନଟକରି ଆବାସ ଯୋଜନାରେ ଘର ଯୋଗାଇ ଦେବାକୁ ଦାବି କରିଥିଲେ। ସେହିପରି ଉକ୍ତ ବ୍ଲକରେ କେନ୍ଦ୍ର ସରକାରଙ୍କ ଯୋଜନା ବାଟବଣା ହେଉଥିବା ଅଭିଯୋଗ କରିଥିଲେ। ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ କୃଷକ ନେତା ଆଶୋକ ସ୍ବାଇଁ ଫନୀ ଓ ବୁଲବୁଲ ବାତ୍ୟାରେ ଚାଷୀଙ୍କ ହୋଇଥିବା କ୍ଷତିର ଠିକ ତଦନ୍ତ କରି କ୍ଷତିପୂରଣ ଦେବାକୁ ଦାବି କରିଥିଲେ। ନନ୍ଦିଗ୍ରାମରେ ସରକାରୀ ଯୋଜନା ବିଫଳ ପ୍ରସଙ୍ଗରେ ଦୀଲିପ ପାଢ଼ୀ ଅଭିଯୋଗ କରିଥିଲେ। ତିରୁଣା ସେବା ସମବାୟ ସମିତିରେ ଜଣେ ହିତାଧିକାରୀଙ୍କ ଅଜ୍ଞାତରେ ତାଙ୍କ ନାମରେ ଋଣ କରାଯାଇଥିବା ଅଭିଯୋଗ ହୋଇଥିଲା। ନାରସିମା ଗ୍ରାମ୍ୟରାସ୍ତା ଅବରୋଧ କରାଯାଇଥିବା ନେଇ ସୁଦାମ ଭୋଇ, ବିଭୁତି ଭୋଇ ଅଭିଯୋଗ କରିଥିଲେ। ଅଲଣା ପଞ୍ଚାୟତ କୁଣ୍ଡେଶ୍ୱର ଗ୍ରାମର ରମେଶ ମହାନ୍ତି ୫ ମାସ ହେବ ଖାଉଟି ସାମଗ୍ରୀ ପାଇ ନ ଥିବା, ବାଂଶର ସୋମନାଥ ପର୍ବତ କଳାକାର ଭତ୍ତା ପାଇ ନ ଥିବା, ବଛାଳୋର ଓଁକାର ପରିଡା ଟ୍ରାଇ ସାଇକେଲ ପାଇଁ ଅଭିଯୋଗ କରିଥିଲେ। ଶିବିରରେ ଜିଲାପାଳଙ୍କ ସମେତ ପ୍ରକଳ୍ପ ନିର୍ଦ୍ଦେଶକ ସରୋଜକାନ୍ତ ମହାନ୍ତି, ଉପଜିଲାପାଳ ମହେନ୍ଦ୍ର ପ୍ରସାଦ ମହାନ୍ତି, ଜିଲା ଆରକ୍ଷୀ ଅଧୀକ୍ଷକ ପ୍ରକାଶ ଆର, ଡିଏସପି ଏସ୍‌ଏନ୍‌ ପଟ୍ଟନାୟକ, ବିଡିଓ ରଶ୍ମିରେଖା ମଲ୍ଲିକ, ତହସିଲଦାର ଜେ.କଳ୍ପନା, ବ୍ଲକ ଅଧ୍ୟକ୍ଷ ଜଗନ୍ନାଥ ଦାସ ଓ ପ୍ରଦୀପ୍ତ ବାରିକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri