ନାକଚଣା ସ୍ପର୍ଶରେ କାଳିଆର ଅନୁଭବ

ପୁରୀ ଅଫିସ,୨୨।୩: କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଜିଲା ପ୍ରଶାସନ ନେଇଛି ଏକ ବଡ଼ ନିଷ୍ପତ୍ତି। ଶୁକ୍ରବାରଠାରୁ ବନ୍ଦ ରହିଛି ଶ୍ରୀମନ୍ଦିରରେ ଦର୍ଶନ। ଶନିବାର ଦ୍ୱିତୀୟ ଦିନରେ ବି କୌଣସି ଭକ୍ତ ମନ୍ଦିର ଭିତରକୁ ପ୍ରବେଶ କରୁ ନ ଥିଲେ। କିନ୍ତୁ ମହାପ୍ରଭୁଙ୍କ ନୀତିକାନ୍ତି ସ୍ବାଭାବିକ ରହିଥିଲା। ସେବାୟତମାନେ ମନ୍ଦିରକୁ ପ୍ରବେଶ କରି ଠାକୁରଙ୍କ ସେବାପୂଜା କରୁଛନ୍ତି। ହେଲେ ପ୍ରତ୍ୟେକ ଦିନ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରୁଥିବା ଭକ୍ତର ମନ ବୁଝୁନି। ଅନେକ ସ୍ଥାନୀୟ ଶ୍ରଦ୍ଧାଳୁ ଅଛନ୍ତି ଯେଉଁମାନେ ଭୋର ସମୟରେ ଠାକୁରଙ୍କ ମଙ୍ଗଳ ଆଳତି ଦର୍ଶନ କରୁଥିବାବେଳେ ଆଉ କିଛି ଭକ୍ତ ବଡ଼ସିଂହାର ବେଶ ଏବଂ ଚନ୍ଦନ ବେଶ ଦର୍ଶନ କରିଥାନ୍ତି। ଏହି ଭକ୍ତମାନେ ଏବେ ମନ୍ଦିର ଭିତରକୁ ଯାଇପାରୁ ନ ଥିବାରୁ ସେମାନଙ୍କ ମନରେ ଅବଶୋଷ ରହୁଛି। କେହି କେହି ଭାବଭକ୍ତିରେ ସିଂହଦ୍ୱାର ସମ୍ମୁଖରେ ଲୋଟି ମୁଣ୍ଡିଆ ମାରୁଛନ୍ତି।

ଶନିବାର ସକାଳେ ସିଂହଦ୍ୱାର ନିକଟରେ ଏକ ଭିନ୍ନଚିତ୍ର ଦେଖିବାକୁ ମିଳିଥିଲା। ଜଣେ ସେବାୟତ ମହାପ୍ରଭୁଙ୍କ ନାକଚଣା ଆଣି ବାହାରକୁ ଆସିବା ପରେ ଏହାକୁ ଦେଖି ଅନେକ ଭକ୍ତ ଭାବବିହ୍ବଳ ହୋଇପଡ଼ିଥିଲେ। ଏହି ନାକଚଣାକୁ ସ୍ପର୍ଶ କରି ମୁଣ୍ଡରେ ମାରିଥିଲେ। ଏହି ନାକଚଣାରେ ହିଁ କାଳିଆ ଠାକୁରଙ୍କ ଅନୁଭବ କରିଥିଲେ ଅନେକ ଶ୍ରଦ୍ଧାଳୁ। ଭାବଭକ୍ତିର ଏକ ବିଶେଷ ମୁହୂର୍ତ୍ତ ଦେଖିବାକୁ ମିଳିଥିଲା ସିଂହଦ୍ୱାରରେ। ପ୍ରମୋଦ କୁମାର ସାହୁ କହିଥିଲେ, ପ୍ରତ୍ୟହ ସକାଳେ ଶ୍ରୀମନ୍ଦିର ଆସି ଠାକୁରଙ୍କ ମଙ୍ଗଳ ଆଳତି ଦର୍ଶନ କରିଥାଏ। ଦୁଇଦିନ ହେଲା ମନ୍ଦିରକୁ ଯାଇ ପାରୁନାହିଁ। ତଥାପି ସିଂହଦ୍ୱାର ଆସି ପତିତପାବନଙ୍କୁ ଦର୍ଶନ କରି ମୁଣ୍ଡିଆ ମାରି ଫେରୁଛି। ଶନିବାର ଜଣେ ସେବାୟତ ମହାପ୍ରଭୁଙ୍କ ନାକଚଣା ଆଣି ବାହାରକୁ ଆସିବା ବେଳେ ଏହାକୁ ଦେଖି କାଳିଆ ଠାକୁରଙ୍କ ଦର୍ଶନ କଲା ଭଳି ଅନୁଭବ କଲି ବୋଲି ପ୍ରମୋଦ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ କି ପିଲା ନାହାନ୍ତି? ମହିଳାଙ୍କ ମୃତ୍ୟୁ ପରେ କାହାକୁ ମିଳିବ ସମ୍ପତ୍ତି; ବାପଘର ନା ଶାଶୁଘର? ଆଶ୍ଚର୍ଯ୍ୟ କରିବ ଆଇନ!

ନୂଆଦିଲ୍‌ଲୀ,୨୪।୫: ଭାରତୀୟ ସମାଜରେ ମହିଳାମାନଙ୍କ ଆର୍ଥିକ ସୁରକ୍ଷା ଏବଂ ସମ୍ପତ୍ତି ଅଧିକାରକୁ ନେଇ ଅନେକ ସମୟରେ ବିଭିନ୍ନ ପ୍ରଶ୍ନ ଉଠିଥାଏ। ସାଧାରଣତଃ ବିବାହ ପରେ ଜଣେ ମହିଳାଙ୍କ…

ଗଞ୍ଜାମ ପାଇଁ ଖୁସି ଖବର :ତାରାତାରିଣୀ କଲେଜରେ ଖୋଲିଲା ପିଜି ପାଠ୍ୟକ୍ରମ

ପୁରୁଷୋତ୍ତମପୁର, ୨୪।୫ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ କଲେଜରେ ଓଡ଼ିଆ ବିଷୟରେ ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମ ଖୋଲାଯାଇଛି। ସେହିପରି ସାଇକୋଲୋଜି ଓ ହୋମ…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…

କିଛି ଦେଶକୁ ନ ଯିବା ପାଇଁ ଆଡଭାଇଜରୀ ଜାରି କଲେ ଭାରତ ସରକାର, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୫: ଆଫ୍ରିକାରେ ଇବୋଲା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ଭାରତ ସରକାର ଏକ ଯାତ୍ରା ପରାମର୍ଶ ବା ଟ୍ରାଭେଲ ଆଡଭାଇଜରୀ ଜାରି କରିଛନ୍ତି,…

ରେଲଓ୍ବେ ଟ୍ରାକରେ ଜବରଦସ୍ତ ବିସ୍ଫୋରଣ, ୨୩ରୁ ଅଧିକ ମୃତ୍ୟୁ ଆଶଙ୍କା

ଇସଲାମାବାଦ,୨୪।୫: ପୁଣିଥରେ ଦୋହଲି ଯାଇଛି ପାକିସ୍ତାନ। କ୍ୱେଟା ସହରରେ ଏକ ଟ୍ରେନରେ ବିସ୍ଫୋରଣ ହୋଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବିସ୍ଫୋରଣରେ ଅନେକ ମୃତାହତ ହୋଇଥିବା ଆଶଙ୍କା…

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ…

ରେଳ କର୍ମଚାରୀଙ୍କୁ ବଡ଼ ଭେଟି ଦେଲେ ସରକାର, ଏତେ ବଢିଗଲା ଦରମା!

ନୂଆଦିଲ୍‌ଲୀ,୨୪।୫: ହାଇ-ସ୍ପିଡ ଟ୍ରେନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ, ଭାରତୀୟ ରେଳବାଇ ଦେଶବ୍ୟାପୀ ୧୫୫ଟି ଟ୍ରେନକୁ ଏକ ନୂତନ ‘ହାଇ-ସ୍ପିଡ’ ବର୍ଗରେ ପୁନଃବର୍ଗୀକୃତ କରିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri