Posted inଜାତୀୟ

ନାଗପୁର ହସ୍ପିଟାଲରୁ ୫ କରୋନା ସନ୍ଦିଗ୍ଧ ଫେରାର: ହାଇ ଆଲର୍ଟରେ ସହର

ମୁମ୍ବାଇ,୧୪।୩: କରୋନା ଭାଇରସ୍‌ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଥିବା ବେଳେ ଏହାକୁ ନେଇ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି। ଏପରିକି ହସ୍ପିଟାଲରେ ଏକୁଟିଆ ସଂକ୍ରମିତ ରୋଗୀ ନିଜର ଚିକିତ୍ସା କରାଉ ନ ଥିବା ବେଳେ ସନ୍ଦିଗ୍ଧ ମଧ୍ୟ ଯାଞ୍ଚ କରିବା ପାଇଁ ଡରୁଛନ୍ତି। କିଛି ଏଭଳି ଘଟଣା ସାମ୍ନାକୁ ଆସିଛି ମହାରାଷ୍ଟ୍ରର ନାଗପୁରରେ। ନାଗପୁରର ଏକ ହସ୍ପିଟାଲରେ କରୋନା ଭାଇରସ୍‌ର ୫ଜଣ ସନ୍ଦିଗ୍ଧ ଶୁକ୍ରବାର ବିଳମ୍ବିତ ରାତିରେ ଫେରାର ହୋଇଯାଇଥିବା ଜଣାପଡ଼ିଛି। ଏହାପରେ ନାଗପୁରରେ ହାଇ ଆଲର୍ଟ ଘୋଷଣା କରାଯାଇ ସନ୍ଦିଗ୍ଧଙ୍କ ଖୋଜୁଛି ପୋଲିସ। ସୂଚନାଯୋଗ୍ୟ, ନାଗପୁରର ଇନ୍ଦିରା ଗାନ୍ଧୀ ମେଡିକାଲ କଲେଜ ଓ ହସ୍ପିଟାଲରେ କରୋନାର ୫ଜଣ ସନ୍ଦିଗ୍ଧଙ୍କୁ ଭର୍ତ୍ତି କରାଯାଇଥିଲା। ସଂକ୍ରମଣ ଯାଞ୍ଚ ପାଇଁ ସେମାନଙ୍କୁ ଅଲଗା ଅଇସୋଲେଶନ୍‌ ଓ୍ବାର୍ଡରେ ରଖାଯାଇଥିଲା। କିନ୍ତୁ ଭୟଭୀତ ହୋଇ ସେମାନେ ଶୁକ୍ରବାର ରାତିରେ ସେଠାରୁ ଫେରାର ହୋଇଯାଇଛନ୍ତି। ଏହି ଘଟଣାରେ ପୋଲିସ ତଦନ୍ତ ଜାରି ରଖିବା ସହ ସହରରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରି ସେମାନଙ୍କ ଠିକଣା ଖୋଜୁଛି। ସୂଚନା ମୁତାବକ ନାଗପୁରରେ କରୋନା ଭାଇରସ୍‌ ୩ଟି ମାମଲା ଚିହ୍ନଟ ହୋଇଛି। ଏହାକୁ ମିଶାଇ ମହାରାଷ୍ଟ୍ରରେ ସଂକ୍ରମିତଙ୍କ ସଂଖ୍ୟା ୧୧କୁ ବୃଦ୍ଧି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri