Posted inଜାତୀୟ

ନାଗରିକତା ଆଇନ ନେଇ କଂଗ୍ରେସର ଦୋମୁହାଁ ନୀତି : ମନମୋହନଙ୍କ ୧୬ ବର୍ଷ ତଳର ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧୯।୧୨: ନାଗରିକତା ଆଇନ ନେଇ କଂଗ୍ରେସର ଦୋମୁହାଁ ନୀତିକୁ ଭାଜପା ପକ୍ଷରୁ ପର୍ଦ୍ଦାଫାଶ୍‌ କରାଯାଇଛି। ଏନେଇ ରାଜ୍ୟସଭାର ୧୬ ବର୍ଷ ତଳର ଏକ ଭିଡ଼ିଓକୁ ଭାଜପା ଆଇଟି ସେଲ୍‌ ଅଧ୍ୟକ୍ଷ ଅମିତ ମାଲବ୍ୟ ଟୁଇଟରରେ ଶେୟାର କରିଛନ୍ତି। କଂଗ୍ରେସ ଏବେ ଏହି ଆଇନକୁ ବିରୋଧ କରୁଛି। ତେବେ ୧୬ ବର୍ଷ ତଳେ ୨୦୦୩ ଡିସେମ୍ବର ୧୮ରେ ମନମୋହନ ସିଂ ରାଜ୍ୟ ସଭାରେ ତତ୍‌କାଳୀନ ଉପପ୍ରଧାନମନ୍ତ୍ରୀ ଲାଲ୍‌କୃଷ୍ଣ ଆଡଓ୍ବାଣୀଙ୍କୁ ବାଂଲାଦେଶରୁ ନିର୍ଯାତିତ ହୋଇ ଭାରତକୁ ଆସିଥିବା ଅଳ୍ପସଂଖ୍ୟକ ଶରଣାର୍ଥୀଙ୍କ ଥଇଥାନ ଏବଂ ଭାରତୀୟ ନାଗରିକତା ପ୍ରଦାନ ଉପରେ ପ୍ରଶ୍ନ କରିଥିଲେ। ଏହା ଭାରତ ସରକାରଙ୍କ ନୈତିକ ଦାୟିତ୍ୱ ବୋଲି ମନମୋହନ କହିଥିଲେ। ଏହାର ଉତ୍ତରରେ ଆଡଓ୍ବାଣୀ କହିଥିଲେ ଯେ, ମୁଁ ଆପଣଙ୍କ ପ୍ରସ୍ତାବରେ ସହମତ। ଏନେଇ ରାଜ୍ୟସଭାର ତତ୍‌କାଳୀନ ଉପାଧ୍ୟକ୍ଷା ନଜ୍‌ମା ହେପତୁଲ୍ଲା ପାକିସ୍ତାନରୁ ନିର୍ଯାତିତ ହୋଇ ଆସିଥିବା ଶରଣାର୍ଥୀଙ୍କ ସମ୍ପର୍କରେ ମଧ୍ୟ ଚିନ୍ତା କରିବାର ଆବଶ୍ୟକତାଥିବା କହିଥିଲେ। ଏବେ ଏକ ମିନିଟ୍‌ ୮ ସେକେଣ୍ଡର ଏହି ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ ।…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri