ନାଗରିକତା ସଂଶୋଧନ ଅଧିନିୟମ ଜନଜାଗରଣ ଯାତ୍ରା

କେନ୍ଦୁଝର,୨୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଭାଜପା ପକ୍ଷରୁ ନାଗରିକତା ସଂଶୋଧନ ଅଧିନିୟମ(ସିଏଏ) ଜନଜାଗରଣ ଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୂର୍ବତନ ଏମପି ରୁଦ୍ର ନାରାୟଣ ପାଣି ଯୋଗଦେଇ ଏହି ଐତିହାସିକ ବିଲକୁ ସମର୍ଥନ କରିବାକୁ ନିବେଦନ କରିଥିଲେ। ବିରୋଧୀମାନେ ଅଯଥାରେ ଏହାକୁ ନେଇ ହୀନ ରାଜନୀତି କରି ଲୋକଙ୍କୁ ବିଭ୍ରାନ୍ତ କରୁଛନ୍ତି। ଏଣୁ ସେମାନଙ୍କୁ ପ୍ରତ୍ୟାଖ୍ୟାନ କରିବାକୁ କହିଥିଲେ। ଏହାଦ୍ୱାରା ଭାରତରେ ରହୁଥିବା ସବୁ ସମ୍ପ୍ରଦାୟର ଲୋକ ସୁରକ୍ଷିତ ରହିବେ ଏବଂ କୌଣସି ନାଗରିକ ଦେଶାନ୍ତର ହେବେ ନାହିଁ ବୋଲି କହିଥିଲେ। ଏହି ରାଲିରେ ଜିଲାର ବହୁ ଦଳୀୟ ନେତା, କର୍ମୀ, ବୁଦ୍ଧିଜୀବୀ, ଲଘୁ ସମ୍ପ୍ରଦାୟର ଲୋକ ସାମିଲ ହୋଇ ଏହି ବିଲକୁ ସମର୍ଥନ ଜଣାଇବାକୁ ନିବେଦନ କରିଥିଲେ। ଏହି ଜନଜାଗରଣ ରାଲି କାଳି ପଡିଆରୁ ବାହାରି ସହର ପରିକ୍ରମା କରି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲା। ସେଠାରେ ଏକ ସାଧାରଣ ସଭା ଆୟୋଜନ କରି ନାଗରିକତା ସଂଶୋଧନ ଅଧିନିୟମର ଉପକାରିତା ଜଣାଇବା ସହ ସମର୍ଥନ ଜଣାଇଥିଲେ। ବିଶ୍ୱ ହିନ୍ଦୁ ପରିଷଦ, ଆରଏସଏସ, ବିଜରଙ୍ଗ ଦଳ, ବିଏମଏସ ସମେତ ବହୁ ସଂଗଠନ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

କୁଲାଡ ରଥଯାତ୍ରା ପାଇଁ ସମୀକ୍ଷା: ପୂର୍ତ୍ତ ବିଭାଗ ପକ୍ଷରୁ ସୁରକ୍ଷା ପ୍ରମାଣପତ୍ର ପ୍ରଦାନ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ରଥଯାତ୍ରା ଶହ ଶହ ବର୍ଷ ଧରି ପାଳିତ ହୋଇ ଆସୁଛି। ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ଯାତ୍ରା…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

କ୍ରୀଡ଼ାରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ସଫଳତା: ବିଭିନ୍ନ ବର୍ଗରେ ମିଳିଲା ପଦକ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ ଭୁବନେଶ୍ୱରରେ ଅନୁଷ୍ଟିତ ରିଜିଓନାଲ ଡାଇରେକ୍ଟରସ୍ତରୀୟ ଖେଳକୁଦ ପ୍ରତିଯୋଗିତା ୨୦୨୬-୨୦୨୭ରେ ସଫଳତା ହାସଲ କରିଛନ୍ତି। ଆୟୁଷ୍ମାନ ନାୟକ ଅଣ୍ଡର…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri