Posted inଜାତୀୟ

ନାଗରିକତା ସଂଶୋଧନ ବିଲ୍‌କୁ ବିରୋଧ: ଜାମିଆରେ ପୋଲିସ-ଛାତ୍ରୀଛାତ୍ରଙ୍କ ମଧ୍ୟରେ ଖଣ୍ଡଯୁଦ୍ଧ

ନୂଆଦିଲ୍ଲୀ,୧୩।୧୨: ନାଗରିକତା ସଂଶୋଧନ ବିଲ୍‌(ସିଏବି)କୁ ନେଇ ଦେଶ ସାରା ବିରୋଧ ପ୍ରଦର୍ଶନ ଜାରି ରହିଛି। ଏହି ବିରୋଧର ନିଆଁ ଉତ୍ତରପୂର୍ବ ରାଜ୍ୟ ପରେ ଏବେ ଦିଲ୍ଲୀରେ ଦେଖିବାକୁ ମିଳିଛି। ଶୁକ୍ରବାର ସିଏବିକୁ ବିରୋଧ କରି ଜାମିଆ ମିଲ୍ଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରମାନେ ରାଜରାସ୍ତାକୁ ଓହ୍ଲାଇ ବିରୋଧ ପ୍ରଦର୍ଶନ କରିଥିଲେ। ଏଥିସହ କେନ୍ଦ୍ର ସରକାର ବିରୋଧୀ ସ୍ଲୋଗାନ ଦେଇଥିଲେ। ବିଶ୍ୱବିଦ୍ୟାଳୟ କ୍ୟାମ୍ପସଠାରୁ ସଂସଦ ଭବନ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନେ ସିଏବି ବିରୋଧରେ ଏକ ଶୋଭାଯାତ୍ରା ଆୟୋଜନ କରିଥିଲେ। ହେଲେ କ୍ୟାମ୍ପସ ସମ୍ମୁଖରେ ହିଁ ପୁଲିସ ସେମାନଙ୍କୁ ଅଟକାଇବା ସହ କିଛି ଆନ୍ଦୋଳନ ଛାତ୍ରଙ୍କୁ ଅଟକ ରଖିଥିଲା। ଯାହାକୁ ନେଇ ଉଭୟଙ୍କ ମଧ୍ୟରେ ଖଣ୍ଡଯୁଦ୍ଧ ଆରମ୍ଭ ହୋଇଥିଲା। ଛାତ୍ରୀଛାତ୍ରମାନେ ପୋଲିସଙ୍କ ଉପରେ ଟେକା ପଥର ମାଡ଼ କରିଥିଲେ। ଏହାପରେ ପରିସ୍ଥିତି ଅଣାୟତ ହେବାରୁ ପୋଲିସ ସେମାନଙ୍କ ଉପରେ ଲାଠିଚାର୍ଜ କରିବା ସହ ଲୁହ ବୁହା ଗ୍ୟାସ ପ୍ରୟୋଗ କରିଥିଲା। ଏଥିରେ ୩ଜଣ ପୋଲିସକର୍ମୀ ଆହତ ହୋଇଛନ୍ତି। ସେମାନଙ୍କୁ ହୋଲି ଫାମିଲି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଯେମିତି କଂଗ୍ରେସ ରାଜକୁମାର ଆମେଠି ଛାଡ଼ିଛନ୍ତି, ଓ୍ବାୟନାଡ ବି ଛାଡ଼ିବେ’

ନୂଆଦିଲ୍ଲୀ,୨୦।୪: ମହାରାଷ୍ଟ୍ରର ନନ୍ଦେଡ଼ରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ରାଜକୁମାରଙ୍କୁ ଓ୍ବାୟନାଡ଼ରେ ବିପଦ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri