ନାଗରିକତ୍ୱ ସଂଶୋଧନ ବିଧେୟକକୁ ସମର୍ଥନ କଲା ବିଜେଡି

ଭୁବନେଶ୍ୱର,୯ା୧୨:(ବ୍ୟୁରୋ): ସୋମବାର ପାର୍ଲାମେଣ୍ଟରେ ନାଗରିକତ୍ୱ ସଂଶୋଧନ ବିଧେୟକ-୨୦୧୯ ଆଗତ ହୋଇଛି। ପୂର୍ବାହ୍ନରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଲୋକ ସଭାରେ ବିବାଦୀୟ ନାଗରିକତ୍ୱ ସଂଶୋଧନ ବିଧେୟକ ଆଗତ କରିଛନ୍ତି। ଏହି ବିଧେୟକକୁ ସମର୍ଥନ ଦେଇଛି ବିଜେଡି। ଗୃହରେ ବିଧେୟକକୁ ଗୃହୀତ କରିବା ପାଇଁ ଭାଜପା ପକ୍ଷରୁ ଉଭୟ ସଦନରେ ବିଭିନ୍ନ ରାଜନୈତିକ ଦଳର ସହଯୋଗ ଲୋଡ଼ିଥିଲା। ଉଭୟ ଲୋକ ସଭା ଏବଂ ରାଜ୍ୟ ସଭାରେ ବିଜେଡି ନାଗରିକତ୍ୱ ସଂଶୋଧନ ବିଧେୟକକୁ ସମର୍ଥନ କରିଛି। ସୂଚନାଯୋଗ୍ୟ, ପାକିସ୍ତାନ, ବାଂଲାଦେଶ ଏବଂ ଆଫଗାନିସ୍ତାନର ଅଣମୁସଲମାନ ଶରଣାର୍ଥୀଙ୍କୁ ଭାରତର ନାଗରିକତ୍ୱ ଦେବା ପାଇଁ ଏହି ବିଧେୟକରେ ପ୍ରସ୍ତାବ ରହିଛି। ୨୦୧୪ ମସିହା ଡିସେମ୍ବର ୩୧ ତାରିଖ ପୂର୍ବରୁ ଭାରତକୁ ପ୍ରବେଶ କରିଥିବା ଏବଂ ହିନ୍ଦୁ, ଶିଖ, ବୌଦ୍ଧ, ଜୈନ, ପାର୍ସି ଏବଂ ଖ୍ରୀଷ୍ଟିଆନ ସମ୍ପ୍ରଦାୟ ଭାରତର ନାଗରିକତ୍ୱ ପାଇବାକୁ ଯୋଗ୍ୟ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ନୀରୋଗ ସ୍ବାସ୍ଥ୍ୟ ପାଇଁ ହୋମିଓପାଥି

ହୋମିଓପାଥି ଚିକିତ୍ସାର ଜନକ ଭାବେ ବିବେଚିତ ଡା. ସାମୁଏଲ ହ୍ୟାନିମାନ ୧୭୯୬ ଏପ୍ରିଲ ୧୦ ରେ ଜନ୍ମଗ୍ରହଣ କରିଥିଲେ। ସେହି ବିଶିଷ୍ଟ ଡାକ୍ତରଙ୍କ ଜନ୍ମଦିନ ଅବସରରେ ପ୍ରତିବର୍ଷ…

ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେନି ପୋଲିସ ବାବୁ, ତଥ୍ୟ ମାଗିଲେ ସରକାର

ଭୁବନେଶ୍ବର,୧୦।୪: ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ନୂଆ ବିଜ୍ଞପ୍ତି ଜାରି ହୋଇଛି। ଏଣିକି ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେ ନାହିଁ ପୋଲିସ । ସେହିପରି…

ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା, ସମ୍ପର୍କୀୟଙ୍କ ଘରେ ୩ ଦିନ ରଖି…

ନନ୍ଦାହାଣ୍ଡି,୧୦।୪ (ପ୍ରତୀପ କୁମାର ଦାଶ): ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଯୁବତୀଙ୍କୁ ଛାଡି ଜଣେ ଯୁବକ ଫେରାର ହୋଇଯାଇଥିବା ନେଇ ନବରଙ୍ଗପୁର ଥାନାରେ…

୩୦୦ ଲୋକଙ୍କ ମୃତ୍ୟୁ ପରେ ଏବେ ହେବ ଆଲୋଚନା! ଲେବାନନ ଉପରେ ଆକ୍ରମଣ ମଧ୍ୟରେ ଇସ୍ରାଏଲର ୟୁ-ଟର୍ଣ୍ଣ

ନୂଆଦିଲ୍ଲୀ,୧୦।୪: ଲେବାନନ୍ ଉପରେ ଇସ୍ରାଏଲର ଆକ୍ରମଣର କିଛି ଦିନ ପରେ, ଦୁଇ ଦେଶ ମଧ୍ୟରେ ଆଲୋଚନା ପାଇଁ ପ୍ରସ୍ତୁତି ଚାଲିଛି। ଏହା ଉଲ୍ଲେଖନୀୟ ଯେ ଯୁଦ୍ଧବିରତି ଘୋଷଣା…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri