Posted inଜାତୀୟ

ନାଗରିକତ୍ୱ ସଂଶୋଧନ ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ନୂଆଦିଲ୍ଲୀ,୧୩।୧୨(ପି.ଟି.): ବିବାଦୀୟ ନାଗରିକତ୍ୱ (ସଂଶୋଧନ) ବିଲ୍‌, ୨୦୧୯କୁ ଗୁରୁବାର ମଧ୍ୟରାତ୍ରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅନୁମୋଦନ କରିଛନ୍ତି। ଏଥିସହ ଏହି ବିଲ୍‌ ଆଇନରେ ପରିଣତ ହୋଇଛି। ଏନେଇ ଗେଜେଟ ବିଜ୍ଞପ୍ତି ପ୍ରକାଶ ପାଇବା ସହ ଆଇନ କାର୍ଯ୍ୟକାରୀ ହୋଇଛି। ଉକ୍ତ ଆଇନ ଅନୁଯାୟୀ ୨୦୧୪ ଡିସେମ୍ବର ୩୧ ସୁଦ୍ଧା ପାକିସ୍ତାନ, ବାଂଲାଦେଶ ଓ ଆଫଗାନିସ୍ତାନରେ ଧର୍ମୀୟ ବିଦ୍ୱେଷର ଶିକାର ହୋଇ ଭାରତ ପଳାଇଆସିଥିବା ହିନ୍ଦୁ, ଶିଖ୍‌, ବୌଦ୍ଧ, ଜୈନ, ପାର୍ସୀ ଓ ଖ୍ରୀଷ୍ଟିଆନମାନଙ୍କୁ ଆଉ ବେଆଇନ ଶରଣାର୍ଥୀ ଭାବେ ବିବେଚନା କରାଯିବ ନାହିଁ। ପଡୋଶୀ ଦେଶଗୁଡ଼ିକର ଏହି ସଂଖ୍ୟାଲଘୁମାନଙ୍କୁ ଭାରତୀୟ ନାଗରିକତ୍ୱ ପ୍ରଦାନ କରାଯିବ। ପ୍ରକାଶ ଯେ, ସିଏବି ଲୋକ ସଭାରେ ସୋମବାର ଗୃହୀତ ହୋଇଥିବାବେଳେ ବୁଧବାର ରାଜ୍ୟ ସଭାର ଅନୁମୋଦନ ଲାଭ କରିଥିଲା। ତେବେ ମୁସଲମାନ ସମ୍ପ୍ରଦାୟର ଲୋକଙ୍କୁ ଏଥିରୁ ବାଦ୍‌ ଦିଆଯାଇଥିବାରୁ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର ଧର୍ମ ଆଧାରରେ ନାଗରିକତ୍ୱ ପ୍ରଦାନ କରୁଥିବା କଂଗ୍ରେସ ସମେତ ବିରୋଧୀ ଦଳଗୁଡ଼ିକ ସମାଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri