Posted inଖେଳ

ନାଗାଲଙ୍କ ଭବିଷ୍ୟତ ଉଜ୍ଜ୍ୱଳ: ଫେଡରର

ନ୍ୟୁୟର୍କ,୨୮।୮(ପି.ଟି.)- ୟୁଏସ୍‌ ଓପନ ପ୍ରଥମ ରାଉଣ୍ଡର ପ୍ରଥମ ସେଟ୍‌ରେ ଝଟ୍‌କା ଦେଇଥିବା ସୁମିତ୍‌ ନାଗାଲଙ୍କୁ ଅଭିଜ୍ଞ ରୋଜର ଫେଡରର ପ୍ରଶଂସା କରିଛନ୍ତି। ନାଗାଲଙ୍କ ଭବିଷ୍ୟତ ଉଜ୍ଜ୍ୱଳ ବୋଲି ସେ କହିଛନ୍ତି। ନାଗାଲଙ୍କଠାରୁ ପ୍ରଥମ ସେଟ୍‌ରେ ପରାସ୍ତ ହୋଇଥିଲେ ମଧ୍ୟ ମ୍ୟାଚ ଜିତିବା ପାଇଁ ଫେଡରରଙ୍କୁ ୨ ଘଣ୍ଟ ୫୦ ମିନିଟ୍‌ ସମୟ ଆବଶ୍ୟକ ହୋଇଥିଲା। ନାଗାଲ ନିଜ ଦକ୍ଷତା ଓ ପ୍ରତିଭା ନେଇ ବେଶ୍‌ ଭଲଭାବେ ଅବଗତ ଅଛନ୍ତି। ସେ କ’ଣ ଖେଳିପାରିବେ ସେ ନିଜେ ମଧ୍ୟ ଜାଣନ୍ତି। ତାଙ୍କ ପ୍ରଦର୍ଶନରେ ସ୍ଥିରତା ରହିଛି। ତେଣୁ ନାଗାଲ ଜଣେ ଭଲ ଟେନିସ୍‌ ଖେଳାଳି ହୋଇ ବାହାରିବେ। ସେ ଉଚ୍ଚକୋଟୀର ପ୍ରଦର୍ଶନ କରିଛନ୍ତି ବୋଲି ମ୍ୟାଚ୍‌ପରେ ଫେଡେରର କହିଛନ୍ତି। ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟରେ ଡେବ୍ୟୁ କରି ହଠାତ୍‌ ଭଲ ଖେଳିବା ସେତେଟା ସହଜ ନୁହଁ। ତେଣୁ ନାଗାଲଙ୍କ ପ୍ରଦର୍ଶନ ଆଶାଠାରୁ ଭଲ ହୋଇଛି। ତେବେ ସେ ଜଣେ କ୍ଲେ- କୋର୍ଟ ସ୍ପେଶାଲିଷ୍ଟ ଭଳି ମନେ ହେଉଛନ୍ତି ବୋଲି ୩୮ ବର୍ଷୀୟ ଫେଡରର କହିଛନ୍ତି। କୋର୍ଟରେ ସ୍ଥିରତା ରଖିବା ସହ ସବୁ ଦିଗକୁ ଗତି କରିବାରେ ସେ ସଫଳ ହୋଇଛନ୍ତି। କୋ-କୋର୍ଟ ଉପରେ ନାଗାଲଙ୍କ ପ୍ରଦର୍ଶନ ଅଧିକ ଭଲ ରହିବ ସେ ପୂର୍ବାନୁମାନ କରିଛନ୍ତି। ଉଲ୍ଲେଖଥାଉ କି, କ୍ୱାଲିଫାଇଙ୍ଗ ରାଉଣ୍ଡରେ ଭଲ ଖେଳି ନାଗାଲ ୟୁଏସ୍‌ ଓପନ୍‌ ମୁଖ୍ୟ ଡ୍ର’ରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

LACରେ ତିକ୍ତତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri